< エレミヤ書 30 >
ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
2 イスラエルの神ヱホバかく告ていふ我汝に言し言をことごとく書に錄せ
“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।
3 ヱホバいふわれ我民イスラエルとユダの俘囚人を返す日きたらんヱホバこれをいふ我彼らをその先祖にあたへし地にかへらしめん彼らは之をたもたん
କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି, ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”
4 ヱホバのイスラエルとユダにつきていひたまひし言は是なり
ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁଙ୍କର କଥିତ ବାକ୍ୟ ଏହି।
5 ヱホバかくいふ我ら戰慄の聲をきく驚懼あり平安あらず
ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେମାନେ କମ୍ପିବାର ଓ ଭୟର ଶବ୍ଦ ଶୁଣିଅଛୁ, କିନ୍ତୁ ଶାନ୍ତିର ଶବ୍ଦ ନୁହେଁ।
6 汝ら子を產む男あるやを尋ね觀よ我男が皆子を產む婦のごとく手をその腰におき且その面色皆靑く變るをみるこは何故ぞや
କୌଣସି ପୁରୁଷର ପ୍ରସବବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?
7 哀しいかなその日は大にして之に擬ふべき日なし此はヤコブの患難の時なり然ど彼はこれより救出されん
ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।
8 萬軍のヱホバいふ其日我なんぢの項よりその軛をくだきはなし汝の繩目をとかん異邦人は復彼を使役はざるべし
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ।
9 彼らは其神ヱホバと我彼らの爲に立んところの其王ダビデにつかふべし
ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।
10 ヱホバいふ我僕ヤコブよ懼るる勿れイスラエルよ驚く勿れ我汝を遠方より救ひかへし汝の子孫を其とらへ移されし地より救ひかへさんヤコブは歸りて平穩と寧靜をえん彼を畏れしむる者なかるべし
“ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରିଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
11 ヱホバいふ我汝と偕にありて汝を救はん設令われ汝を散せし國々を悉く滅しつくすとも汝をば滅しつくさじされど我道をもて汝を懲さん汝を全たく罰せずにはおかざるべし
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।
କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘାʼ ବ୍ୟଥାଜନକ।
ତୁମ୍ଭର କ୍ଷତ ଯେପରି ବନ୍ଧା ଯିବ, ଏଥିପାଇଁ ତୁମ୍ଭ ସପକ୍ଷରେ ପ୍ରତିବାଦ କରିବାକୁ କେହି ନାହିଁ, ତୁମ୍ଭର ସ୍ୱାସ୍ଥ୍ୟଜନକ ଔଷଧ ନାହିଁ।
14 汝の愛する者は皆汝を忘れて汝を求めず是汝の愆の多きと罪の數多なるによりて我仇敵の撃がごとく汝を撃ち嚴く汝を懲せばなり
ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରିଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।
15 何ぞ汝の創のために叫ぶや汝の患は愈ることなし汝の愆の多きと罪の數多なるによりて我これを汝になすなり
ତୁମ୍ଭେ ଆପଣା କ୍ଷତ ସକାଶୁ କାହିଁକି କ୍ରନ୍ଦନ କରୁଅଛ? ତୁମ୍ଭର ବେଦନା ଅପ୍ରତୀକାର୍ଯ୍ୟ, ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭ ପ୍ରତି ଏହିସବୁ କରିଅଛୁ।
16 然どすべて汝を食ふ者は食はれすべて汝を虐ぐる者は皆とらはれ汝を掠むる者は掠められん凡て汝の物を奪ふ者は我これをして奪はるる事にあはしむべし
ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।
17 ヱホバいふ我汝に膏藥を貼り汝の傷を醫さんそは人汝を棄られし者とよび尋る者なきシオンといへばなり
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘାʼ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ।
18 ヱホバかくいふ視よわれかの擄移されたるヤコブの天幕をかへし其住居をあはれまん斯邑はその故の丘垤に建られん城には宜き樣に人住はん
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
19 感謝と歡樂者の聲とその中よりいでん我かれらを增ん彼ら少からじ我彼らを崇せん彼ら藐められじ
ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ।
20 其子は疇昔のごとくあらん其集會は我前に固く立ん凡かれを虐ぐる者は我これを罰せん
ସେମାନଙ୍କର ସନ୍ତାନଗଣ ମଧ୍ୟ ପୂର୍ବ ପରି ହେବେ ଓ ସେମାନଙ୍କର ମଣ୍ଡଳୀ ଆମ୍ଭ ସାକ୍ଷାତରେ ସ୍ଥିରୀକୃତ ହେବ ଓ ଯେଉଁମାନେ ସେମାନଙ୍କର ଉପଦ୍ରବ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ଶାସ୍ତି ଦେବା।
21 其首領は本族よりいで其督者はその中よりいでん我彼をちかづけ彼に近かん誰かその生命を繋て我に近くものあらんやとヱホバいふ
ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?
ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।”
23 みよヱホバの暴風あり怒と旋轉風いでて惡人の首をうたん
ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
24 ヱホバの烈き忿はかれがその心の思を行ひてこれを遂るまでは息じ末の日に汝ら明にこれを曉らん
ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ ତାହାଙ୍କର ପ୍ରଜ୍ୱଳିତ କ୍ରୋଧ ନିବୃତ୍ତ ହେବ ନାହିଁ; ତୁମ୍ଭେମାନେ ଅନ୍ତିମ କାଳରେ ଏହା ବୁଝିବ।