< 箴言 知恵の泉 28 >

1 惡者は逐ふ者なけれども逃げ 義者は獅子のごとくに勇まし
କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।
2 國の罪によりて侯伯多くなり 智くして知識ある人によりて國は長く保つ
ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ୱାରା ତହିଁର ସ୍ଥିରତା ଦୀର୍ଘ ହୁଏ।
3 弱者を虐ぐる貧人は糧をのこさざる暴しき雨のごとし
ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଲାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।
4 律法を棄るものは惡者をほめ 律法を守る者はこれに敵す
ବ୍ୟବସ୍ଥାତ୍ୟାଗକାରୀମାନେ ଦୁଷ୍ଟମାନଙ୍କୁ ପ୍ରଶଂସା କରନ୍ତି, ପୁଣି, ଆଜ୍ଞା ପାଳିବା ଲୋକମାନେ ସେମାନଙ୍କ ସହିତ ବିରୋଧ କରନ୍ତି।
5 惡人は義きことを覺らず ヱホバを求むる者は凡の事をさとる
ମନ୍ଦ ଲୋକମାନେ ନ୍ୟାୟ ବୁଝନ୍ତି ନାହିଁ, ମାତ୍ର ସଦାପ୍ରଭୁଙ୍କ ଅନ୍ୱେଷଣକାରୀମାନେ ସବୁ ବିଷୟ ବୁଝନ୍ତି।
6 義しくあゆむ貧者は曲れる路をあゆむ富者に愈る
ଦ୍ୱିପଥଗାମୀ କୁଟିଳ ଲୋକ ଧନୀ ହେଲେ ହେଁ ତାହା ଅପେକ୍ଷା ଆପଣା ସିଦ୍ଧତାରେ ଗମନକାରୀ ଦରିଦ୍ର ଲୋକ ଭଲ।
7 律法を守る者は智子なり 放蕩なる者に交るものは父を辱かしむ
ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।
8 利息と高利とをもてその財產を増すものは貧人をめぐむ者のために之をたくはふるなり
ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।
9 耳をそむけて律法を聞ざる者はその祈すらも憎まる
ଯେଉଁ ଲୋକ ବ୍ୟବସ୍ଥା ଶୁଣିବାରୁ ଆପଣା କର୍ଣ୍ଣ ଫେରାଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷୟ ହୁଏ।
10 義者を惡き道に惑す者はみづから自己の阱に陷らん されど質直なる者は福祉をつぐべし
ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ।
11 富者はおのれの目に自らを智慧ある者となす されど聰明ある貧者は彼をはかり知る
ଧନବାନ ଆପଣା ଦୃଷ୍ଟିରେ ଜ୍ଞାନବାନ; ମାତ୍ର ବୁଦ୍ଧିମାନ ଦୀନହୀନ ଲୋକ ତାହାର ପରିଚୟ ନିଏ।
12 義者の喜ぶときは大なる榮あり 惡者の起るときは民身を匿す
ଧାର୍ମିକମାନେ ଜୟ କଲେ ମହାଗୌରବ ହୁଏ; ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ ଲୋକେ ଆପଣାକୁ ଲୁଚାନ୍ତି।
13 その罪を隱すものは榮ゆることなし 然ど認らはして之を離るる者は憐憫をうけん
ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
14 恒に畏るる人は幸福なり その心を剛愎にする者は災禍に陷るべし
ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।
15 貧しき民を治むるあしき侯伯は吼る獅子あるひは饑たる熊のごとし
ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।
16 智からざる君はおほく暴虐をおこなふ 不義の利を惡む者は遐齢をうべし
ଯେଉଁ ଅଧ୍ୟକ୍ଷ ବୁଦ୍ଧିହୀନ, ସେ ମଧ୍ୟ ଅତି ଉପଦ୍ରବୀ ହୁଏ, ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।
17 人を殺してその血を心に負ふ者は墓に奔るなり 人これを阻むること勿れ
ଯେଉଁ ଲୋକ କୌଣସି ଲୋକର ରକ୍ତରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ଯ୍ୟନ୍ତ ପଳାଇବ; କେହି ତାହାକୁ ନ ଅଟକାଉ।
18 義く行む者は救をえ 曲れる路に行む者は直に跌れん
ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍‍ ପଡ଼ିବ।
19 おのれの田地を耕す者は糧にあき 放蕩なる者に從ふものは貧乏に飽く
ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।
20 忠信なる人は多くの幸福をえ 速かに富を得んとする者は罪を免れず
ବିଶ୍ୱସ୍ତ ଲୋକ ଆଶୀର୍ବାଦରେ ବର୍ଦ୍ଧିଷ୍ଣୁ ହେବ; ମାତ୍ର ଯେ ଧନବାନ ହେବାକୁ ଅତି ଉଦ୍ୟମ କରେ, ସେ ଅଦଣ୍ଡିତ ନୋହିବ।
21 人を偏視るはよからず 人はただ一片のパンのために愆を犯すなり
ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ।
22 惡目をもつ者は財をえんとて急がはしく 却て貧窮のおのれに來るを知らず
କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ।
23 人を譴むる者は舌をもて諂ふ者よりも大なる感謝をうく
ଜିହ୍ୱାରେ ଚାଟୁବାଦ କରିବା ଲୋକ ଅପେକ୍ଷା ମନୁଷ୍ୟକୁ ଅନୁଯୋଗ କରିବା ଲୋକ ଶେଷରେ ଅଧିକ ଅନୁଗ୍ରହ ପାଏ।
24 父母の物を竊みて罪ならずといふ者は滅す者の友なり
ଯେ ଆପଣା ପିତା କିମ୍ବା ମାତାର ଦ୍ରବ୍ୟ ଅପହରଣ କରି କହେ, ଏଥିରେ କିଛି ଅଧର୍ମ ନାହିଁ, ସେ ସଂହାର କର ସଙ୍ଗୀ।
25 心に貧る者は爭端を起し ヱホバに倚賴むものは豊饒になるべし
ବହୁପ୍ରତ୍ୟାଶୀ ପ୍ରାଣ ବିବାଦ ଜନ୍ମାଏ, ମାତ୍ର ଯେ ସଦାପ୍ରଭୁଙ୍କ ଉପରେ ନିର୍ଭର ରଖେ, ସେ ହୃଷ୍ଟପୁଷ୍ଟ ହେବ।
26 おのれの心を恃む者は愚なり 智慧をもて行む者は救をえん
ଯେ ଆପଣା ଅନ୍ତଃକରଣରେ ନିର୍ଭର ରଖେ, ସେ ମୂର୍ଖ; ମାତ୍ର ଯେ ଜ୍ଞାନରେ ଚାଲେ, ସେ ରକ୍ଷା ପାଇବ।
27 貧者に賙すものは乏しからず その目を掩ふ者は詛を受ること多し
ଯେ ଦରିଦ୍ରକୁ ଦାନ କରେ, ତାହାର ଅଭାବ ହେବ ନାହିଁ; ମାତ୍ର ଯେ ଆପଣା ଚକ୍ଷୁ ମୁଦେ, ସେ ଅନେକ ଅଭିଶାପ ପାଇବ।
28 惡者の起るときは人匿れ その滅るときは義者ます
ଦୁଷ୍ଟମାନେ ଉନ୍ନତ ହେଲେ, ଲୋକେ ଆପଣାମାନଙ୍କୁ ଲୁଚାନ୍ତି; ମାତ୍ର ସେମାନେ ବିନଷ୍ଟ ହେଲେ, ଧାର୍ମିକଗଣ ବର୍ଦ୍ଧିଷ୍ଣୁ ହୁଅନ୍ତି।

< 箴言 知恵の泉 28 >