< 箴言 知恵の泉 30 >

1 ヤケの子アグルの語なる箴言 かれイテエルにむかひて之をいへり 即ちイテエルとウカルとにいへる所のものなり
ଯାକିର ପୁତ୍ର ଆଗୁରର କଥା: ଅର୍ଥ ଭାରୋକ୍ତି। ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍‍, ଈଥୀୟେଲ ଓ ଉକଲକୁ କହେ:
2 我は人よりも愚なり 我には人の聰明あらず
ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍‍, ପୁଣି, ମୋʼ ଠାରେ ମନୁଷ୍ୟର ବିବେଚନା ନାହିଁ।
3 我いまた智慧をならひ得ず またいまだ至聖きものを暁ることをえず
ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ୱରୂପଙ୍କ ବିଷୟକ ବିଦ୍ୟା ମୋʼ ଠାରେ ନାହିଁ।
4 天に昇りまた降りし者は誰か 風をその掌中に聚めし者は誰か 水を衣につつみし者は誰か 地のすべての限界を定めし者は誰か その名は何ぞ その子の名は何ぞ 汝これを知るや
କିଏ ସ୍ୱର୍ଗାରୋହଣ କରି ସେଠାରୁ ଅବରୋହଣ କରିଅଛି? କିଏ ଆପଣା ମୁଷ୍ଟିରେ ବାୟୁ ଏକତ୍ର କରିଅଛି? କିଏ ଆପଣା ବସ୍ତ୍ରରେ ଜଳସମୂହକୁ ବାନ୍ଧିଅଛି? କିଏ ପୃଥିବୀର ସବୁ ସୀମା ନିରୂପଣ କରିଅଛି? ତାହାଙ୍କର ନାମ କଅଣ? ତାହାଙ୍କ ପୁତ୍ରର ନାମ କଅଣ? ଏହା ଯେବେ ଜାଣ, ତେବେ କୁହ।
5 神の言はみな潔よし 神は彼を賴むものの盾なり
ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ; ଯେଉଁମାନେ ତାହାଙ୍କର ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ।
6 汝その言に加ふること勿れ 恐くは彼なんぢをせめ 又なんぢを謊る者となしたまはん
ତାହାଙ୍କ ବାକ୍ୟରେ ଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଅନୁଯୋଗ କରିବେ, ପୁଣି, ତୁମ୍ଭେ ମିଥ୍ୟାବାଦୀ ଜଣା ପଡ଼ିବ।
7 われ二の事をなんぢに求めたり 我が死ざる先にこれをたまへ
ମୁଁ ତୁମ୍ଭ ନିକଟରେ ଏ ଦୁଇ ବର ମାଗିଅଛି, ମୁଁ ମରିବା ପୂର୍ବରୁ ତାହା ମୋତେ ଦେବାକୁ ଅସମ୍ମତ ହୁଅ ନାହିଁ।
8 即ち虚假と謊言とを我より離れしめ 我をして貧からしめずまた富しめず 惟なくてならぬ糧をあたへ給へ
ଅସାରତା ଓ ମିଥ୍ୟା କଥା ମୋʼ ଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋʼ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର।
9 そは我あきて神を知ずといひヱホバは誰なりやといはんことを恐れ また貧くして窃盗をなし我が神の名を汚さんことを恐るればなり
ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।
10 なんぢ僕をその主に讒ることなかれ 恐くは彼なんぢを詛ひてなんぢ罪せられん
ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ।
11 その父を詛ひその母を祝せざる世類あり
ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।
12 おのれの目に自らを潔者となして尚その汚穢を滌はれざる世類あり
ଆପଣା ଦୃଷ୍ଟିରେ ନିର୍ମଳ, ଏପରି ଏକ ବଂଶ ଅଛି, ତଥାପି ସେମାନେ ଆପଣା ମଳିନତାରୁ ଧୌତ ହୋଇ ନାହାନ୍ତି।
13 また一の世類あり 嗚呼その眼はいかに高きぞや その瞼は昂れり
ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି।
14 その歯は劍のごとく その牙は刃のごとき世類あり 彼等は貧き者を地より呑み 窮乏者を人の中より食ふ
ପୃଥିବୀରୁ ଦୁଃଖୀମାନଙ୍କୁ ଓ ମନୁଷ୍ୟଗଣ ମଧ୍ୟରୁ ଦରିଦ୍ରମାନଙ୍କୁ ଗ୍ରାସ କରିବା ପାଇଁ ଯେଉଁମାନଙ୍କର ଦନ୍ତ ଖଡ୍ଗ ପରି ଓ କଳଦନ୍ତ ଛୁରୀ ପରି, ଏପରି ଏକ ବଂଶ ଅଛି।
15 蛭に二人の女あり 與ヘよ與へよと呼はる 飽ことを知ざるもの三あり 否な四あり皆たれりといはず
ଜୋକର ଦୁଇ କନ୍ୟା ଅଛନ୍ତି, ଯେଉଁମାନେ କହନ୍ତି “ଦିଅ, ଦିଅ।” ତିନୋଟି ବସ୍ତୁ ଅଛି, ଯାହା କେବେ ତୃପ୍ତ ନୁହେଁ, ପୁଣି, ଚାରି ବସ୍ତୁ କେବେ କହେ ନାହିଁ, “ଯଥେଷ୍ଟ ହେଲା।”
16 即ち陰府姙まざる胎水に滿されざる地 足りといはざる火これなり (Sheol h7585)
ପାତାଳ ଓ ବନ୍ଧ୍ୟା-ଗର୍ଭ; ଜଳରେ ଅତୃପ୍ତ ଭୂମି, ଓ ଅଗ୍ନି ଯେ କହେ ନାହିଁ, ଯଥେଷ୍ଟ ହେଲା। (Sheol h7585)
17 おのれの父を嘲り母に從ふことをいやしとする眼は 谷の鴉これを抜いだし鷲の雛これを食はん
ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।
18 わが奇とするもの三あり否な四あり共にわが識ざる者なり
ତିନି କଥା ମୋହର ବୋଧାଗମ୍ୟ, ପୁଣି, ଚାରି କଥା ମୁଁ ଜାଣୁ ନାହିଁ।
19 即ち空にとぷ鷲の路 磐の上にはふ蛇の路 海にはしる舟の路 男の女にあふの路これなり
ଆକାଶରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।
20 淫婦の途も亦しかり 彼は食ひてその口を拭ひ われ惡きことを爲ざりきといふ
ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।
21 地は三の者によりて震ふ否な四の者によりて耐ることあたはざるなり
ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ, ପୁଣି ଚାରି କଥାର ଭାରରେ ମଧ୍ୟ, ତାହା ସେ ସହିପାରେ ନାହିଁ;
22 即ち僕たるもの王となるに因り愚なるもの糧に飽るにより
ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;
23 厭忌はれたる婦の嫁ぐにより婢女その主母に續に因りてなり
ପୁଣି, ଆପଣା କର୍ତ୍ତ୍ରୀର ଉତ୍ତରାଧିକାରିଣୀ ଦାସୀର ଭାର।
24 地に四の物あり微小といへども最智し
ଚାରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ଅତିଶୟ ଜ୍ଞାନବାନ,
25 蟻は力なき者なれどもその糧を夏のうちに備ふ
ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।
26 山鼠ば強からざれどもその室を磐につくる
ଶାଫନ୍‍ ଜନ୍ତୁଗଣ ଶକ୍ତିହୀନ ଜାତି, ତଥାପି ସେମାନେ ଶୈଳରେ ଆପଣା ଆପଣା ବସା ନିର୍ମାଣ କରନ୍ତି।
27 蝗は王なけれどもみな隊を立ていづ
ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେସମସ୍ତେ ଦଳବଦ୍ଧ ହୋଇ ଗମନ କରନ୍ତି।
28 守宮は手をもてつかまり王の宮にをる
ପୁଣି, ଝିଟିପିଟି ହସ୍ତ ଦ୍ୱାରା ଧରାଯାଏ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।
29 善あゆむもの三あり否な四あり皆よく歩く
ତିନି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି, ପୁଣି, ଚାରି ପ୍ରାଣୀ ସୁନ୍ଦର ରୂପେ ଗମନ କରନ୍ତି;
30 獣の中にて最も強くもろもろのものの前より退かざる獅子
ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ।
31 肚帶せし戰馬 牡野羊 および當ること能はざる王これなり
ଯୁଦ୍ଧାଶ୍ୱ; ଛାଗ ଓ ରାଜା, ଯାହା ବିରୁଦ୍ଧରେ କେହି ଉଠେ ନାହିଁ।
32 汝もし愚にして自から高ぶり或は惡きことを計らば汝の手を口に當つべし
ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ।
33 それ乳を搾れば乾酪いで鼻を搾れば血いで 怒を激ふれば爭端おこる
କାରଣ ଯେପରି ଦୁଗ୍ଧ ମନ୍ଥନରେ ଲବଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ; ତଦ୍ରୂପ କ୍ରୋଧ ମନ୍ଥନରେ ବିବାଦ ବାହାରେ।

< 箴言 知恵の泉 30 >