< 箴言 知恵の泉 4 >
1 小子等よ父の訓をきけ 聰明を知んために耳をかたむけよ
ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର।
2 われ善敎を汝らにさづく わが律を棄つることなかれ
ଯେହେତୁ ମୁଁ ତୁମ୍ଭମାନଙ୍କୁ ଉତ୍ତମ ଶିକ୍ଷା ଦେଉଅଛି, ମୋହର ଆଦେଶ ପରିତ୍ୟାଗ କର ନାହିଁ।
3 われも我が父には子にして 我が母の目には獨の愛子なりき
ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି।
4 父われを敎へていへらく我が言を汝の心にとどめ わが誡命をまもれ 然らば生べし
ପିତା ମୋତେ ଶିକ୍ଷା ଦେଇ କହିଲେ, “ତୁମ୍ଭ ମନରେ ମୋହର କଥାସବୁ ରଖ, ପୁଣି ମୋହର ଆଜ୍ଞାସବୁ ପାଳନ କର ତହିଁରେ ତୁମ୍ଭେ ବଞ୍ଚିବ।
5 智慧をえ聰明をえよ これを忘るるなかれ また我が口の言に身をそむくるなかれ
ଜ୍ଞାନ ଅର୍ଜନ କର, ସୁବିବେଚନା ଲାଭ କର, ତାହା ଭୁଲ ନାହିଁ; ପୁଣି, ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
6 智慧をすつることなかれ彼なんぢを守らん 彼を愛せよ彼なんぢを保たん
ତାକୁ ପରିତ୍ୟାଗ କର ନାହିଁ; ତହିଁରେ ସେ ତୁମ୍ଭକୁ ପାଳନ କରିବ; ତାକୁ ସ୍ନେହ କର, ତହିଁରେ ସେ ତୁମ୍ଭକୁ ରକ୍ଷା କରିବ।
7 智慧は第一なるものなり 智慧をえよ 凡て汝の得たる物をもて聰明をえよ
ଜ୍ଞାନ ସର୍ବଶ୍ରେଷ୍ଠ ବିଷୟ, ଏଣୁ ଜ୍ଞାନ ଲାଭ କର; ପୁଣି, ତୁମ୍ଭର ସବୁ ଲାଭ ମଧ୍ୟରେ ସୁବିବେଚନା ଲାଭ କର।
8 彼を尊べ さらば彼なんぢを高く擧げん もし彼を懐かば彼汝を尊榮からしめん
ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ।
9 かれ美しき飾を汝の首に置き 榮の冠弁を汝に予へん
ସେ ତୁମ୍ଭ ମସ୍ତକରେ ଅନୁଗ୍ରହରୂପ ଭୂଷଣ ଦେବ; ସେ ତୁମ୍ଭକୁ ଶୋଭାର ମୁକୁଟ ଅର୍ପଣ କରିବ।”
10 我が子よきけ 我が言を納れよ さらば汝の生命の年おほからん
ହେ ମୋହର ପୁତ୍ର, ଶୁଣ, ମୋʼ କଥା ଘେନ; ତହିଁରେ ତୁମ୍ଭ ଆୟୁର ବର୍ଷ ବହୁତ ହେବ।
11 われ智慧の道を汝に敎へ義しき徑筋に汝を導けり
ମୁଁ ତୁମ୍ଭକୁ ଜ୍ଞାନର ମାର୍ଗରେ ଶିକ୍ଷା ଦେଇଅଛି, ମୁଁ ସାଧୁତାର ପଥରେ ତୁମ୍ଭକୁ କଢ଼ାଇଅଛି।
ତୁମ୍ଭେ ଗମନ କରିବା ବେଳେ ତୁମ୍ଭର ପାଦ ସଙ୍କୁଚିତ ହେବ ନାହିଁ; ପୁଣି, ଦୌଡ଼ିବା ବେଳେ ତୁମ୍ଭେ ଝୁଣ୍ଟିବ ନାହିଁ।
13 堅く訓誨を執りて離すこと勿れ これを守れ これは汝の生命なり
ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ିଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।
14 邪曲なる者の途に入ることなかれ 惡者の路をあやむこと勿れ
କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟ ଲୋକମାନଙ୍କ ବାଟରେ ଚାଲ ନାହିଁ।
ତାହା ପରିତ୍ୟାଗ କର, ତହିଁର ନିକଟ ଦେଇ ଯାଅ ନାହିଁ; ତହିଁରୁ ବିମୁଖ ହୋଇ ଚାଲିଯାଅ।
16 そは彼等は惡を爲さざれば睡らず 人を躓かせざればいねず
ଯେହେତୁ କୁକ୍ରିୟା ନ କଲେ ସେମାନେ ଶୟନ କରନ୍ତି ନାହିଁ, ପୁଣି କାହାକୁ ପତିତ ନ କରାଇଲେ ସେମାନଙ୍କ ନିଦ୍ରା ଭାଙ୍ଗିଯାଏ।
ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।
18 義者の途は旭光のごとし いよいよ光輝をまして晝の正午にいたる
ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।
19 惡者の途は幽冥のごとし 彼らはその蹟くもののなになるを知ざるなり
ପୁଣି, ଦୁଷ୍ଟମାନଙ୍କର ବାଟ ଅନ୍ଧକାର ତୁଲ୍ୟ; ସେମାନେ କାହିଁରେ ଝୁଣ୍ଟି ପଡ଼ନ୍ତି, ତାହା ଜାଣନ୍ତି ନାହିଁ।
20 わが子よ我が言をきけ 我が語るところに汝の耳を傾けよ
ହେ ମୋହର ପୁତ୍ର, ମୋʼ କଥାରେ ମନୋଯୋଗ କର; ମୋʼ ବାକ୍ୟରେ କର୍ଣ୍ଣ ଡେର।
21 之を汝の目より離すこと勿れ 汝の心のうちに守れ
ତାହାସବୁ ତୁମ୍ଭ ଚକ୍ଷୁରୁ ନ ଯାଉ; ତାହାସବୁ ତୁମ୍ଭ ହୃଦୟ ମଧ୍ୟରେ ଯତ୍ନ କରି ରଖ।
22 是は之を得るものの生命にしてまたその全體の良薬なり
ଯେହେତୁ ତାହା ଯେଉଁମାନେ ପାଆନ୍ତି, ସେମାନଙ୍କ ପ୍ରତି ତାହା ଜୀବନ ଓ ସର୍ବାଙ୍ଗର ସ୍ୱାସ୍ଥ୍ୟ ଅଟେ।
23 すべての操守べき物よりもまさりて汝の心を守れ そは生命の流これより出ればなり
ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।
24 虚偽の口を汝より棄さり 惡き口唇を汝より遠くはなせ
ଆପଣାଠାରୁ କୁଟିଳ ମୁଖ ଦୂର କର ଓ ବକ୍ର ଓଷ୍ଠାଧର ବହୁ ଦୂରରେ ରଖ।
25 汝の目は正く視 汝の眼瞼は汝の前を眞直に視るべし
ତୁମ୍ଭ ଚକ୍ଷୁ ଆଗକୁ ଦୃଷ୍ଟି କରୁ ଓ ତୁମ୍ଭ ଚକ୍ଷୁର ପତା ତୁମ୍ଭ ସମ୍ମୁଖରେ ସଳଖ ଅନାଉ।
26 汝の足の徑をかんがへはかり 汝のすべての道を直くせよ
ତୁମ୍ଭେ ଆପଣା ପାଦ ସଳଖ କରି ପକାଅ ଓ ତୁମ୍ଭର ସବୁ ପଥ ସ୍ଥିରୀକୃତ ହେଉ।
27 右にも左にも偏ること勿れ汝の足を惡より離れしめよ
ଡାହାଣ କି ବାମ ପାର୍ଶ୍ୱକୁ ଯାଅ ନାହିଁ, ପୁଣି ତୁମ୍ଭ ପାଦ ମନ୍ଦଠାରୁ ଦୂର କର।