< 箴言 知恵の泉 9 >

1 智慧はその家を建て その七の柱を砍成し
ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;
2 その畜を宰り その酒を混和せ その筵をそなへ
ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।
3 その婢女をつかはして邑の高處に呼はりいはしむ
ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ,
4 拙者よここに來れと また智慧なき者にいふ
“ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ;” ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ,
5 汝等きたりて我が糧を食ひ わがまぜあはせたる酒をのみ
“ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।
6 拙劣をすてて生命をえ 聰明のみちを行め
ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।”
7 嘲笑者をいましむる者は恥を己にえ 惡人を責むる者は疵を己にえん
ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ।
8 嘲笑者を責むることなかれ 恐くは彼なんぢを惡まん 智慧ある者をせめよ 彼なんぢを愛せん
ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।
9 智慧ある者に授けよ 彼はますます智慧をえん 義者を敎へよ 彼は知識に進まん
ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ।
10 ヱホバを畏るることは智慧の根本なり 聖者を知るは聰明なり
ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ହିଁ ସୁବିବେଚନା ଅଟେ।
11 我により汝の日は多くせられ 汝のいのちの年は増べし
ଯେହେତୁ ମୋʼ ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ।
12 汝もし智慧あらば自己のために智慧あるなり 汝もし嘲らば汝ひとり之を負ん
ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ।
13 愚なる婦は嘩しく且つたなくして何事をも知らず
ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ।
14 その家の門に坐し邑のたかき處にある座にすわり
ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚସ୍ଥାନରେ ଆସନ ପାରି ବସେ।
15 道をますぐに過る往來の人を招きていふ
ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ,
16 拙者よここに來れと また智慧なき人にむかひては之にいふ
“ଯେ ଅବୋଧ, ସେ ଏଠାକୁ ଆସୁ” ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ,
17 竊みたる水は甘く密かに食ふ糧は美味ありと
“ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ।”
18 彼處にある者は死し者その客は陰府のふかき處にあることを是等の人は知らざるなり (Sheol h7585)
ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥାʼନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି। (Sheol h7585)

< 箴言 知恵の泉 9 >