< 詩篇 21 >

1 ヱホバよ王はなんぢの力によりてたのしみ汝のすくひによりて奈何におほいなる歓喜をなさん
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ!
2 なんぢ彼がこころの願望をゆるし そのくちびるの求をいなみ給はざりき (セラ)
ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ। (ସେଲା)
3 そはよきたまものの惠をもてかれを迎へ まじりなきこがねの冕弁をもてかれの首にいただかせ給ひたり
କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ।
4 かれ生命をもとめしに汝これをあたへてその齢の日を世々かぎりなからしめ給へり
ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।
5 なんぢの救によりてその榮光おほいなり なんぢは尊貴と稜威とをかれに衣せたまふ
ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;
6 そは之をとこしへに福ひなるものとなし聖顔のまへの歓喜をもて樂しませたまへばなり
କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ।
7 王はヱホバに依賴み いとたかき者のいつくしみを蒙るがゆゑに動かさるることなからん
କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି, ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ।
8 なんぢの手はそのもろもろの仇をたづねいだし 汝のみぎの手はおのれを憎むものを探ねいだすべし
ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ।
9 なんぢ怒るときは彼等をもゆる爐のごとくにせんヱホバはげしき怒によりてかれらを呑たまはん 火はかれらを食つくさん
ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟି ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।
10 汝かれらの裔を地よりほろぼし かれらの種を人の子のなかよりほろぼさん
ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ଲୋକମାନଙ୍କ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ।
11 かれらは汝にむかひて惡事をくはだて遂がたき謀略をおもひまはせばなり
କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରିପାରନ୍ତି ନାହିଁ।
12 汝かれらをして背をむけしめ その面にむかひて弓絃をひかん
ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ।
13 ヱホバよ能力をあらはしてみづからを高くしたまへ 我儕はなんぢの稜威をうたひ且ほめたたへん
ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା।

< 詩篇 21 >