< 詩篇 51 >

1 ああ神よねがはくはなんぢの仁慈によりて我をあはれみ なんぢの憐憫のおほきによりてわがもろもろの愆をけしたまへ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍‍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍‍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।
2 わが不義をことごとくあらひさり我をわが罪よりきよめたまへ
ମୋʼ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋʼ ପାପରୁ ମୋତେ ଶୁଚି କର।
3 われはわが愆をしる わが罪はつねにわが前にあり
କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି।
4 我はなんぢにむかひて獨なんぢに罪ををかし聖前にあしきことを行へり されば汝ものいふときは義とせられ なんぢ鞫くときは咎めなしとせられ給ふ
ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।
5 視よわれ邪曲のなかにうまれ罪ありてわが母われをはらみたりき
ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋʼ ମାତା ମୋତେ ଗର୍ଭରେ ଧାରଣ କଲା।
6 なんぢ眞實をこころの衷にまでのぞみ わが隠れたるところに智慧をしらしめ給はん
ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।
7 なんぢヒソブをもて我をきよめたまへ さらばわれ淨まらん 我をあらひたまへ さらばわれ雪よりも白からん
ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।
8 なんぢ我によろこびと快樂とをきかせ なんぢが碎きし骨をよろこばせたまへ
ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।
9 ねがはくは聖顔をわがすべての罪よりそむけ わがすべての不義をけしたまへ
ମୋʼ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋʼ ଅପରାଧସବୁ ମାର୍ଜନା କର।
10 ああ神よわがために清心をつくり わが衷になほき霊をあらたにおこしたまへ
ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
11 われを聖前より棄たまふなかれ 汝のきよき霊をわれより取りたまふなかれ
ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋʼ ଠାରୁ ନିଅ ନାହିଁ।
12 なんぢの救のよろこびを我にかへし自由の霊をあたへて我をたもちたまへ
ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।
13 さらばわれ愆ををかせる者になんぢの途ををしへん罪人はなんぢに歸りきたるべし
ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।
14 神よわが救のかみよ血をながしし罪より我をたすけいだしたまへ わが舌は聲たからかになんぢの義をうたはん
ହେ ପରମେଶ୍ୱର, ମୋʼ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।
15 主よわが口唇をひらきたまへ 然ばわが口なんぢの頌美をあらはさん
ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।
16 なんぢは祭物をこのみたまはず もし然らずば我これをささげん なんぢまた燔祭をも悦びたまはず
କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।
17 神のもとめたまふ祭物はくだけたる霊魂なり 神よなんぢは碎けたる悔しこころを藐しめたまふまじ
ଭଗ୍ନ ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।
18 ねがはくは聖意にしたがひてシオンにさいはひし ヱルサレムの石垣をきづきたまへ
ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର।
19 その時なんぢ義のそなへものと燔祭と全きはんさいとを悦びたまはん かくて人々なんぢの祭壇に牡牛をささぐべし
ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ।

< 詩篇 51 >