< 詩篇 86 >

1 ヱホバよなんぢ耳をかたぶけて我にこたへたまへ 我はくるしみかつ乏しければなり
ଦାଉଦଙ୍କର ପ୍ରାର୍ଥନା। ହେ ସଦାପ୍ରଭୋ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ; କାରଣ ମୁଁ ଦରିଦ୍ର ଓ ଦୀନହୀନ।
2 ねがはくはわが霊魂をまもりたまへ われ神をうやまふ者なればなり わが神よなんぢに依賴める汝のしもべを救ひ給へ
ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ; ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର।
3 主よわれを憐みたまへ われ終日なんぢによばふ
ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।
4 なんぢの僕のたましひを悦ばせたまへ 主よわが霊魂はなんぢを仰ぎのぞむ
ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୋ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
5 主よなんぢは惠ふかくまた赦をこのみたまふ 汝によばふ凡てのものを豊かにあはれみたまふ
ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
6 ヱホバよわがいのりに耳をかたぶけ わが懇求のこゑをききたまへ
ହେ ସଦାପ୍ରଭୋ, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋʼ ନିବେଦନର ରବରେ ମନୋଯୋଗ କର।
7 われわが患難の日になんぢに呼はん なんぢは我にこたへたまふべし
ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ।
8 主よもろもろの神のなかに汝にひとしきものはなく汝のみわざに侔しきものはなし
ହେ ପ୍ରଭୋ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।
9 主よなんぢの造れるもろもろの國はなんぢの前にきたりて伏拝まん かれらは聖名をあがむべし
ହେ ପ୍ରଭୋ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।
10 なんぢは大なり奇しき事跡をなしたまふ 唯なんぢのみ神にましませり
କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ। ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।
11 ヱホバよなんぢの道をわれに敎へたまへ我なんぢの眞理をあゆまん ねがはくは我をして心ひとつに聖名をおそれしめたまへ
ହେ ସଦାପ୍ରଭୋ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।
12 主わが神よ我心をつくして汝をほめたたへ とこしへに聖名をあがめまつらん
ହେ ପ୍ରଭୋ, ମୋʼ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।
13 そはなんぢの憐憫はわれに大なり わがたましひを陰府のふかき處より助けいだしたまへり (Sheol h7585)
କାରଣ ମୋʼ ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ। (Sheol h7585)
14 神よたかぶれるものは我にさからひて起りたち暴ぶる人の會はわがたましひをもとめ 斯てなんぢを己がまへに置ざりき
ହେ ପରମେଶ୍ୱର, ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ଦୁରନ୍ତ ଲୋକଙ୍କ ମଣ୍ଡଳୀ ମୋʼ ପ୍ରାଣ ଚାହିଁଅଛନ୍ତି, ସେମାନେ ଆପଣା ଆପଣା ସମ୍ମୁଖରେ ତୁମ୍ଭଙ୍କୁ ରଖି ନାହାନ୍ତି।
15 されど主よなんぢは憐憫とめぐみとにとみ怒をおそくし愛しみと眞實とにゆたかなる神にましませり
ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
16 我をかへりみ我をあはれみたまへ ねがはくは汝のしもべに能力を與へ汝のはしための子をすくひたまへ
ଆହେ, ମୋʼ ପ୍ରତି ଫେର ଓ ମୋତେ ଦୟା କର; ତୁମ୍ଭ ଦାସକୁ ତୁମ୍ଭର ଶକ୍ତି ପ୍ରଦାନ କର, ପୁଣି, ତୁମ୍ଭ ଦାସୀର ପୁତ୍ରକୁ ପରିତ୍ରାଣ କର।
17 我にめぐみの憑據をあらはしたまへ 然ばわれをにくむ者これをみて恥をいだかん そはヱホバよなんぢ我をたすけ我をなぐさめたまへばなり
ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ; ତହିଁରେ ମୋʼ ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ, ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ମୋତେ ସାହାଯ୍ୟ କରିଅଛ ଓ ସାନ୍ତ୍ୱନା ଦେଇଅଛ।

< 詩篇 86 >