< 歴代誌Ⅰ 21 >
1 時にサタンが起ってイスラエルに敵し、ダビデを動かしてイスラエルを数えさせようとした。
ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।
2 ダビデはヨアブと軍の将校たちに言った、「あなたがたは行って、ベエルシバからダンまでのイスラエルを数え、その数を調べてわたしに知らせなさい」。
ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, “ଯାଅ, ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।”
3 ヨアブは言った、「それがどのくらいあっても、どうか主がその民を百倍に増されるように。しかし王わが主よ、彼らは皆あなたのしもべではありませんか。どうしてわが主はこの事を求められるのですか。どうしてイスラエルに罪を得させられるのですか」。
ଏଥିରେ ଯୋୟାବ କହିଲା, “ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର, ହେ ମୋʼ ପ୍ରଭୁ ମହାରାଜ, ସେହି ସମସ୍ତେ କʼଣ ମୋʼ ପ୍ରଭୁଙ୍କର ଦାସ ନୁହନ୍ତି? କାହିଁକି ମୋʼ ପ୍ରଭୁ ଏହା କରିବାକୁ ଚାହୁଁଅଛନ୍ତି? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ?”
4 しかし王の言葉がヨアブに勝ったので、ヨアブは出て行って、イスラエルをあまねく行き巡り、エルサレムに帰って来た。
ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।
5 そしてヨアブは民の総数をダビデに告げた。すなわちイスラエルにはつるぎを抜く者が百十万人、ユダにはつるぎを抜く者が四十七万人あった。
ପୁଣି, ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା। ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ୍ଗଧାରୀ ଲୋକ ଥିଲେ।
6 しかしヨアブは王の命令を快しとしなかったので、レビとベニヤミンとはその中に数えなかった。
ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।
7 この事が神の目に悪かったので、神はイスラエルを撃たれた。
ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।
8 そこでダビデは神に言った、「わたしはこの事を行って大いに罪を犯しました。しかし今どうか、しもべの罪を除いてください。わたしは非常に愚かなことをいたしました」。
ତହୁଁ ଦାଉଦ ପରମେଶ୍ୱରଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର, ଏବେ ମୁଁ ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ, ମୁଁ ଅତି ମୂର୍ଖର କର୍ମ କରିଅଛି।”
ଏଥିରେ ସଦାପ୍ରଭୁ ଦାଉଦଙ୍କର ଦର୍ଶକ ଗାଦ୍କୁ କହିଲେ,
10 「行ってダビデに言いなさい、『主はこう仰せられる、わたしは三つの事を示す。あなたはその一つを選びなさい。わたしはそれをあなたに行おう』と」。
“ଯାଅ, ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”
11 ガデはダビデのもとに来て言った、「主はこう仰せられます、『あなたは選びなさい。
ତହିଁରେ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;
12 すなわち三年のききんか、あるいは三月の間、あなたのあだの前に敗れて、敵のつるぎに追いつかれるか、あるいは三日の間、主のつるぎすなわち疫病がこの国にあって、主の使がイスラエルの全領域にわたって滅ぼすことをするか』。いま、わたしがどういう答をわたしをつかわしたものになすべきか決めなさい」。
ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ୍ଗ ଭ୍ରମଣ କରିବ, ଅର୍ଥାତ୍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋʼ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।”
13 ダビデはガデに言った、「わたしは非常に悩んでいるが、主のあわれみは大きいゆえ、わたしを主の手に陥らせてください。しかしわたしを人の手に陥らせないでください」。
ତହିଁରେ ଦାଉଦ ଗାଦ୍କୁ କହିଲେ, “ମୁଁ ବଡ଼ ଅସୁବିଧାରେ ପଡ଼ିଲି; ମୁଁ ସଦାପ୍ରଭୁଙ୍କ ହସ୍ତରେ ପଡ଼େ, କାରଣ, ତାହାଙ୍କର ଦୟା ଅତି ପ୍ରଚୁର; ମାତ୍ର, ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”
14 そこで主はイスラエルに疫病を下されたので、イスラエルびとのうち七万人が倒れた。
ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ।
15 神はまたみ使をエルサレムにつかわして、これを滅ぼそうとされたが、み使がまさに滅ぼそうとしたとき、主は見られて、この災を悔い、その滅ぼすみ使に言われた、「もうじゅうぶんだ。今あなたの手をとどめよ」。そのとき主の使はエブスびとオルナンの打ち場のかたわらに立っていた。
ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା।
16 ダビデが目をあげて見ると、主の使が地と天の間に立って、手に抜いたつるぎをもち、エルサレムの上にさし伸べていたので、ダビデと長老たちは荒布を着て、ひれ伏した。
ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ୍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।
17 そしてダビデは神に言った、「民を数えよと命じたのはわたしではありませんか。罪を犯し、悪い事をしたのはわたしです。しかしこれらの羊は何をしましたか。わが神、主よ、どうぞあなたの手をわたしと、わたしの父の家にむけてください。しかし災をあなたの民に下さないでください」。
ପୁଣି, ଦାଉଦ ପରମେଶ୍ୱରଙ୍କୁ କହିଲେ, “ଲୋକ ଗଣନା କରିବାକୁ ଯେ ଆଜ୍ଞା ଦେଲା, ସେ କʼଣ ମୁଁ ନୁହେଁ? ମୁଁ ସିନା ପାପ କରିଅଛି ଓ ଅତି ଦୁଷ୍କର୍ମ କରିଅଛି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ହେ ସଦାପ୍ରଭୁ ଆମ୍ଭ ପରମେଶ୍ୱର, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହ ପ୍ରତିକୂଳରେ ହେଉ, ମାତ୍ର, ତୁମ୍ଭର ଲୋକମାନଙ୍କୁ ପ୍ରହାର କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ନ ହେଉ।”
18 時に主の使はガデに命じ、ダビデが上って行って、エブスびとオルナンの打ち場で主のために一つの祭壇を築くように告げさせた。
ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ।
19 そこでダビデはガデが主の名をもって告げた言葉に従って上って行った。
ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍ର ବାକ୍ୟାନୁସାରେ ଦାଉଦ ଗଲେ।
20 そのときオルナンは麦を打っていたが、ふりかえってみ使を見たので、ともにいた彼の四人の子は身をかくした。
ସେତେବେଳେ ଅରଣନ ଗହମ ମଳୁଥିଲା; ପୁଣି, ସେ ମୁଖ ଫେରାଇ ଦୂତଙ୍କୁ ଦେଖିଲା; ତହୁଁ ତାହାର ସଙ୍ଗେ ଥିବା ଚାରି ପୁତ୍ର ଲୁଚିଲେ।
21 ダビデがオルナンに近づくと、オルナンは目を上げてダビデを見、打ち場から出て来て地にひれ伏してダビデを拝した。
ଆଉ ଦାଉଦ ଅରଣନ ନିକଟକୁ ଆସୁ ଆସୁ ଅରଣନ ଅନାଇ ଦାଉଦଙ୍କୁ ଦେଖନ୍ତେ, ଶସ୍ୟମର୍ଦ୍ଦନ ସ୍ଥାନରୁ ବାହାରି ଆସି ଦାଉଦଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।
22 ダビデはオルナンに言った、「この打ち場の所をわたしに与えなさい。わたしは災が民に下るのをとどめるため、そこに主のために一つの祭壇を築きます。あなたは、そのじゅうぶんな価をとってこれをわたしに与えなさい」。
ତେବେ ଦାଉଦ ଅରଣନକୁ କହିଲେ, “ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ।”
23 オルナンはダビデに言った、「どうぞこれをお取りなさい。そして王わが主の良しと見られるところを行いなさい。わたしは牛を燔祭のために、打穀機をたきぎのために、麦を素祭のためにささげます。わたしは皆これをささげます」。
ତହୁଁ ଅରଣନ ଦାଉଦଙ୍କୁ କହିଲା, “ନିଅନ୍ତୁ, ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।”
24 ダビデ王はオルナンに言った、「いいえ、わたしはじゅうぶんな代価を払ってこれを買います。わたしは主のためにあなたのものを取ることをしません。また、費えなしに燔祭をささげることをいたしません」。
ଏଥିରେ ଦାଉଦ ରାଜା ଅରଣନକୁ କହିଲେ, “ନା; ମାତ୍ର ମୁଁ ଅବଶ୍ୟ ପୂର୍ଣ୍ଣ ମୂଲ୍ୟ ଦେଇ ତାହା କିଣିବି; କାରଣ, ଯାହା ତୁମ୍ଭର, ତାହା ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନେବି ନାହିଁ, କିଅବା ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।”
25 それでダビデはその所のために金六百シケルをはかって、オルナンに払った。
ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ।
26 こうしてダビデは主のために、その所に一つの祭壇を築き、燔祭と酬恩祭をささげて、主を呼んだ。主は燔祭の祭壇の上に天から火を下して答えられた。
ପୁଣି, ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ୱାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ।
27 また主がみ使に命じられたので、彼はつるぎをさやにおさめた。
ପୁଣି, ସଦାପ୍ରଭୁ ଦୂତଙ୍କୁ ଆଜ୍ଞା କଲେ; ତହିଁରେ ସେ ଆପଣା ଖଡ୍ଗ ପୁନର୍ବାର ତହିଁର କୋଷରେ ରଖିଲା।
28 その時ダビデは主がエブスびとオルナンの打ち場で自分に答えられたのを見たので、その所で犠牲をささげた。
ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ।
29 モーセが荒野で造った主の幕屋と燔祭の祭壇とは、その時ギベオンの高き所にあったからである。
କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍ସ୍ଥ ଉଚ୍ଚସ୍ଥଳୀରେ ଥିଲା।
30 しかしダビデはその前へ行って神に求めることができなかった。彼が主の使のつるぎを恐れたからである。
ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ।