< 列王記Ⅰ 10 >

1 シバの女王は主の名にかかわるソロモンの名声を聞いたので、難問をもってソロモンを試みようとたずねてきた。
ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ।
2 彼女は多くの従者を連れ、香料と、たくさんの金と宝石とをらくだに負わせてエルサレムにきた。彼女はソロモンのもとにきて、その心にあることをことごとく彼に告げたが、
ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ।
3 ソロモンはそのすべての問に答えた。王が知らないで彼女に説明のできないことは一つもなかった。
ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର ଦେଲେ; ରାଜାଙ୍କର ବୋଧଗମ୍ୟ କୌଣସି ବିଷୟ ନ ଥିଲା, ସେ ତାହାକୁ ସବୁ କହିଲେ।
4 シバの女王はソロモンのもろもろの知恵と、ソロモンが建てた宮殿、
ପୁଣି, ଶିବାର ରାଣୀ ଶଲୋମନଙ୍କର ସମସ୍ତ ଜ୍ଞାନ, ତାଙ୍କର ନିର୍ମିତ ଗୃହ,
5 その食卓の食物と、列座の家来たちと、その侍臣たちの伺候ぶり、彼らの服装と、彼の給仕たち、および彼が主の宮でささげる燔祭を見て、全く気を奪われてしまった。
ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା।
6 彼女は王に言った、「わたしが国であなたの事と、あなたの知恵について聞いたことは真実でありました。
ତହୁଁ ସେ ରାଜାଙ୍କୁ କହିଲେ, “ମୁଁ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲି, ତାହା ସତ୍ୟ।
7 しかしわたしがきて、目に見るまでは、その言葉を信じませんでしたが、今見るとその半分もわたしは知らされていなかったのです。あなたの知恵と繁栄はわたしが聞いたうわさにまさっています。
ତଥାପି ମୁଁ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ସେ କଥା ବିଶ୍ୱାସ ନ କଲି; ଆଉ ଦେଖନ୍ତୁ, ଅର୍ଦ୍ଧେକ ମୋତେ କୁହାଯାଇ ନ ଥିଲା; ମୁଁ ଯେଉଁ ସୁଖ୍ୟାତି ଶୁଣିଲି, ତଦପେକ୍ଷା ଆପଣଙ୍କ ଜ୍ଞାନ ଓ ଐଶ୍ୱର୍ଯ୍ୟ ଅଧିକ।
8 あなたの奥方たちはさいわいです。常にあなたの前に立って、あなたの知恵を聞く家来たちはさいわいです。
ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କ ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଛିଡ଼ା ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।
9 あなたの神、主はほむべきかな。主はあなたを喜び、あなたをイスラエルの位にのぼらせられました。主は永久にイスラエルを愛せられるゆえ、あなたを王として公道と正義とを行わせられるのです」。
ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”
10 そして彼女は金百二十タラントおよび多くの香料と宝石とを王に贈った。シバの女王がソロモン王に贈ったような多くの香料は再びこなかった。
ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା, ଆଉ ଅତି ପ୍ରଚୁର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେତେ ସୁଗନ୍ଧି ଦ୍ରବ୍ୟ ଦେଲା, ସେତେ ବହୁଳ ପରିମାଣରେ ଆଉ କେବେ ଆସି ନାହିଁ।
11 オフルから金を載せてきたヒラムの船は、またオフルからたくさんのびゃくだんの木と宝石とを運んできたので、
ଆଉ ହୂରମ୍‍ର ଯେଉଁ ଯେଉଁ ଜାହାଜରେ ଓଫୀରରୁ ସୁନା ଆସିଲା, ସେହି ସବୁରେ ମଧ୍ୟ ଓଫୀରରୁ ଅତି ପ୍ରଚୁର ଚନ୍ଦନ କାଷ୍ଠ ଓ ମଣି ଆସିଲା।
12 王はびゃくだんの木をもって主の宮と王の宮殿のために壁柱を造り、また歌う人々のために琴と立琴とを造った。このようなびゃくだんの木は、かつてきたこともなく、また今日まで見たこともなかった。
ସେହି ଚନ୍ଦନ କାଷ୍ଠରେ ରାଜା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସ୍ତମ୍ଭ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ନିର୍ମାଣ କଲେ; ଏରୂପ ଚନ୍ଦନ କାଷ୍ଠ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଦେଖାଯାଇ ନାହିଁ।
13 ソロモン王はその豊かなのにしたがってシバの女王に贈り物をしたほかに、彼女の望みにまかせて、すべてその求める物を贈った。そして彼女はその家来たちと共に自分の国へ帰っていった。
ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, ତାହା ଛଡ଼ା ଶଲୋମନ ରାଜଯୋଗ୍ୟ ଦାନାନୁସାରେ ତାହାକୁ ଦେଲେ। ଏଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।
14 さて一年の間にソロモンのところに、はいってきた金の目方は六百六十六タラントであった。
ବର୍ଷକ ମଧ୍ୟରେ ଶଲୋମନଙ୍କ ନିକଟକୁ ଛଅ ଶହ ଛଷଠି ତାଳନ୍ତ ପରିମିତ ସୁବର୍ଣ୍ଣ ଆସେ।
15 そのほかに貿易商および商人の取引、ならびにアラビヤの諸王と国の代官たちからも、はいってきた。
ଏହାଛଡ଼ା ପାଇକରମାନେ ଆଣିଲେ, ପୁଣି, ବଣିକମାନଙ୍କ ବ୍ୟବସାୟରୁ ଓ ମିଶ୍ରିତ ଗୋଷ୍ଠୀୟମାନଙ୍କ ସମସ୍ତ ରାଜାଠାରୁ ଓ ଦେଶାଧ୍ୟକ୍ଷମାନଙ୍କଠାରୁ ସୁବର୍ଣ୍ଣ ଆସିଲା।
16 ソロモン王は延金の大盾二百を造った。その大盾にはおのおの六百シケルの金を用いた。
ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ଛଅ ଶହ ଶେକଲ ସୁନା ଲାଗିଲା।
17 また延金の小盾三百を造った。その小盾にはおのおの三ミナの金を用いた。王はこれらをレバノンの森の家に置いた。
ଆଉ ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ସୁନା ଲାଗିଲା; ଆଉ ରାଜା ଲିବାନୋନ-ଅରଣ୍ୟ ଗୃହରେ ତାହାସବୁ ରଖିଲେ।
18 王はまた大きな象牙の玉座を造り、純金をもってこれをおおった。
ଆହୁରି ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ଅତ୍ୟୁତ୍ତମ ସୁବର୍ଣ୍ଣରେ ମଡ଼ାଇଲେ।
19 その玉座に六つの段があり、玉座の後に子牛の頭があり、座席の両側にひじ掛けがあって、ひじ掛けのわきに二つのししが立っていた。
ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।
20 また六つの段のおのおのの両側に十二のししが立っていた。このような物はどこの国でも造られたことがなかった。
ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।
21 ソロモン王が飲むときに用いた器は皆金であった。またレバノンの森の家の器も皆純金であって、銀のものはなかった。銀はソロモンの世には顧みられなかった。
ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ ଗୃହର ସମସ୍ତ ପାତ୍ର ସୁଦ୍ଧା ସୁବର୍ଣ୍ଣର ଥିଲା; ରୂପାର କିଛି ନ ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।
22 これは王が海にタルシシの船隊を所有して、ヒラムの船隊と一緒に航海させ、タルシシの船隊に三年に一度、金、銀、象牙、さる、くじゃくを載せてこさせたからである。
କାରଣ, ସମୁଦ୍ରରେ ହୂରମ୍‍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି।
23 このようにソロモン王は富も知恵も、地のすべての王にまさっていたので、
ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ।
24 全地の人々は神がソロモンの心に授けられた知恵を聞こうとしてソロモンに謁見を求めた。
ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତାଙ୍କର ସେହି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତେ ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।
25 人々はおのおの贈り物を携えてきた。すなわち銀の器、金の器、衣服、没薬、香料、馬、騾馬など年々定まっていた。
ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣା ଭେଟି ରୂପେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।
26 ソロモンは戦車と騎兵とを集めたが、戦車一千四百両、騎兵一万二千あった。ソロモンはこれを戦車の町とエルサレムの王のもとに置いた。
ଆଉ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ, ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।
27 王はエルサレムで、銀を石のように用い、香柏を平地にあるいちじく桑のように多く用いた。
ପୁଣି, ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
28 ソロモンが馬を輸入したのはエジプトとクエからであった。すなわち王の貿易商はクエから代価を払って受け取ってきた。
ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।
29 エジプトから輸入される戦車一両は銀六百シケル、馬は百五十シケルであった。このようにして、これらのものが王の貿易商によって、ヘテびとのすべての王たちおよびスリヤの王たちに輸出された。
ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଗଲା; ପୁଣି, ମିସରର ଏକ ଏକ ରଥ ଛଅ ଶହ ଶେକଲ ରୌପ୍ୟ ମୁଦ୍ରାରେ ଓ ଏକ ଏକ ଅଶ୍ୱ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରାରେ ଆସିଲା ଓ ଗଲା।

< 列王記Ⅰ 10 >