< 列王記Ⅰ 15 >
1 ネバテの子ヤラベアム王の第十八年にアビヤムがユダの王となり、
ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ରାଜତ୍ଵର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜତ୍ୱ କରିବାକୁ ଲାଗିଲେ।
2 エルサレムで三年世を治めた。その母の名はマアカといって、アブサロムの娘であった。
ସେ ଯିରୂଶାଲମରେ ତିନି ବର୍ଷ ରାଜତ୍ୱ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
3 彼はその父が先に行ったもろもろの罪をおこない、その心は父ダビデの心のようにその神、主に対して全く真実ではなかった。
ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା।
4 それにもかかわらず、その神、主はダビデのために、エルサレムにおいて彼に一つのともしびを与え、その子を彼のあとに立てて、エルサレムを固められた。
ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ।
5 それはダビデがヘテびとウリヤの事のほか、一生の間、主の目にかなう事を行い、主が命じられたすべての事に、そむかなかったからである。
କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।
6 レハベアムとヤラベアムの間には一生の間、戦争があった。
ଆଉ ଯାରବୀୟାମଙ୍କର ଯାବଜ୍ଜୀବନ ତାଙ୍କର ଓ ରିହବୀୟାମଙ୍କର ମଧ୍ୟରେ ଯୁଦ୍ଧ ଚାଲିଲା।
7 アビヤムのその他の行為と、彼がしたすべての事は、ユダの王の歴代志の書にしるされているではないか。アビヤムとヤラベアムの間にも戦争があった。
ପୁଣି, ଅବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କି ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା।
8 アビヤムはその先祖と共に眠って、ダビデの町に葬られ、その子アサが代って王となった。
ପୁଣି, ଅବୀୟାମଙ୍କ ମୃତ୍ୟୁ ପରେ, ଲୋକମାନେ ତାହାଙ୍କୁ ଦାଉଦ-ନଗରରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାହାଙ୍କ ପଦରେ ରାଜ୍ୟ କଲେ।
9 イスラエルの王ヤラベアムの第二十年にアサはユダの王となり、
ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍ଵର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
10 エルサレムで四十一年世を治めた。その母の名はマアカといってアブサロムの娘であった。
ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜତ୍ୱ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
11 アサはその父ダビデがしたように主の目にかなう事をし、
ପୁଣି, ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ।
12 神殿男娼を国から追い出し、先祖たちの造ったもろもろの偶像を除いた。
ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ିଦେଲେ ଓ ଆପଣା ପିତୃଗଣ ନିର୍ମିତ ଦେବତା ସମସ୍ତ ଦୂର କରିଦେଲେ।
13 彼はまたその母マアカが、アシラのために憎むべき像を造らせたので、彼女を太后の位から退けた。そしてアサはその憎むべき像を切り倒してキデロンの谷で焼き捨てた。
ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।
14 ただし高き所は除かなかった。けれどもアサの心は一生の間、主に対して全く真実であった。
ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା।
15 彼は父の献納した物と自分の献納した物、金銀および器物を主の宮に携え入れた。
ପୁଣି, ସେ ଆପଣା ପିତାଙ୍କର ପ୍ରତିଷ୍ଠିତ, ଆପଣାର ପ୍ରତିଷ୍ଠିତ ରୂପା, ସୁନା ଓ ପାତ୍ରସବୁ ସଦାପ୍ରଭୁଙ୍କ ଗୃହକୁ ଆଣିଲେ।
16 アサとイスラエルの王バアシャの間には一生の間、戦争があった。
ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
17 イスラエルの王バアシャはユダに攻め上り、ユダの王アサの所に、だれをも出入りさせないためにラマを築いた。
ଆଉ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।
18 そこでアサは主の宮の宝蔵と、王の宮殿の宝蔵に残っている金銀をことごとく取って、これを家来たちの手にわたし、そしてアサ王は彼らをダマスコに住んでいるスリヤの王、ヘジョンの子タブリモンの子であるベネハダデにつかわして言わせた、
ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ଡାରରୁ, ରାଜଗୃହର ଭଣ୍ଡାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍ହଦଦ୍ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,
19 「わたしの父とあなたの父との間に結ばれていたように、わたしとあなたの間に同盟を結びましょう。わたしはあなたに金銀の贈り物をさしあげます。行って、あなたとイスラエルの王バアシャとの同盟を破棄し、彼をわたしの所から撤退させてください」。
“ମୋର ଓ ତୁମ୍ଭ ମଧ୍ୟରେ, ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟି ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।”
20 ベネハダデはアサ王の言うことを聞き、自分の軍勢の長たちをつかわしてイスラエルの町々を攻め、イヨンとダンとアベル・ベテ・マアカおよびキンネレテの全地と、ナフタリの全地を撃った。
ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍, ଦାନ୍, ଆବେଲ୍-ବେଥ୍-ମାଖା, ସମୁଦାୟ କିନ୍ନେରତ୍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା।
21 バアシャはこれを聞き、ラマを築くことをやめて、テルザにとどまった。
ତହୁଁ ବାଶା ଏହି କଥା ଶୁଣି ରାମା ଦୃଢ଼କରଣରୁ କ୍ଷାନ୍ତ ହୋଇ ତିର୍ସାରେ ବାସ କଲେ।
22 そこでアサ王はユダ全国に布告を発した。ひとりも免れる者はなかった。すなわちバアシャがラマを築くために用いた石と材木を運びこさせ、アサ王はそれを用いて、ベニヤミンのゲバとミヅパを築いた。
ତେବେ ଆସା ରାଜା ସମୁଦାୟ ଯିହୁଦା ନିକଟରେ ଘୋଷଣା କଲେ; କାହାକୁ ହିଁ ଛାଡ଼ିଲେ ନାହିଁ; ତହୁଁ ବାଶା ଯେଉଁ ପ୍ରସ୍ତର ଓ କାଷ୍ଠ ନେଇ ରାମା ନଗର ନିର୍ମାଣ କରିଥିଲେ, ତାହାସବୁ ସେମାନେ ବହି ନେଇଗଲେ। ତହିଁରେ ଆସା ରାଜା ବିନ୍ୟାମୀନ୍ର ଗେବା ଓ ମିସ୍ପା ନଗର ଦୃଢ଼ କଲେ।
23 アサのその他の事績とそのすべての勲功と、彼がしたすべての事および彼が建てた町々は、ユダの王の歴代志の書にしるされているではないか。彼は老年になって足を病んだ。
ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି, ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେହି ସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା।
24 アサはその先祖と共に眠って、父ダビデの町に先祖と共に葬られ、その子ヨシャパテが代って王となった。
ଏଥିଉତ୍ତାରେ ଆସାଙ୍କ ମୃତ୍ୟୁ ପରେ, ସେ ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି, ତାଙ୍କର ପୁତ୍ର ଯିହୋଶାଫଟ୍ ତାହାଙ୍କ ପଦରେ ରାଜ୍ୟ କଲେ।
25 ユダの王アサの第二年にヤラベアムの子ナダブがイスラエルの王となって、二年イスラエルを治めた。
ଯିହୁଦାର ଆସା ରାଜାଙ୍କର ରାଜତ୍ଵର ଦ୍ୱିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
26 彼は主の目の前に悪を行い、その父の道に歩み、父がイスラエルに犯させた罪をおこなった。
ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ।
27 イッサカルの家のアヒヤの子バアシャは彼に対してむほんを企て、ペリシテびとに属するギベトンで彼を撃った。これはナダブとイスラエルが皆ギベトンを囲んでいたからである。
ଏଥିଉତ୍ତାରେ ଇଷାଖର ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।
28 こうしてユダの王アサの第三年にバアシャは彼を殺し、彼に代って王となった。
ଯିହୁଦାର ଆସା ରାଜାଙ୍କ ରାଜତ୍ଵର ତୃତୀୟ ବର୍ଷରେ ବାଶା ନାଦବ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
29 彼は王となるとすぐヤラベアムの全家を撃ち、息のある者をひとりもヤラベアムの家に残さず、ことごとく滅ぼした。主がそのしもべシロびとアヒヤによって言われた言葉のとおりであって、
ପୁଣି, ସେ ରାଜା ହେବାକ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକୁ ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ।
30 これはヤラベアムがみずから犯し、またイスラエルに犯させた罪のため、また彼がイスラエルの神、主を怒らせたその怒りによるのであった。
କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କଲେ।
31 ナダブのその他の事績と、彼がしたすべての事は、イスラエルの王の歴代志の書にしるされているではないか。
ଏହି ନାଦବ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସକଳ କ୍ରିୟା କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
32 アサとイスラエルの王バアシャの間には一生の間戦争があった。
ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
33 ユダの王アサの第三年にアヒヤの子バアシャはテルザでイスラエルの全地の王となって、二十四年世を治めた。
ଯିହୁଦାର ଆସା ରାଜାଙ୍କର ରାଜତ୍ଵର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜତ୍ୱ କଲେ।
34 彼は主の目の前に悪を行い、ヤラベアムの道に歩み、ヤラベアムがイスラエルに犯させた罪をおこなった。
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ୱାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ।