< 列王記Ⅰ 21 >
1 さてエズレルびとナボテはエズレルにぶどう畑をもっていたが、サマリヤの王アハブの宮殿のかたわらにあったので、
ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା।
2 アハブはナボテに言った、「あなたのぶどう畑はわたしの家の近くにあるので、わたしに譲って青物畑にさせてください。その代り、わたしはそれよりも良いぶどう畑をあなたにあげましょう。もしお望みならば、その価を金でさしあげましょう」。
ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋʼ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”
3 ナボテはアハブに言った、「わたしは先祖の嗣業をあなたに譲ることを断じていたしません」。
ଏଥିରେ ନାବୋତ ଆହାବଙ୍କୁ କହିଲା, “ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ।”
4 アハブはエズレルびとナボテが言った言葉を聞いて、悲しみ、かつ怒って家にはいった。ナボテが「わたしは先祖の嗣業をあなたに譲りません」と言ったからである。アハブは床に伏し、顔をそむけて食事をしなかった。
ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।
5 妻イゼベルは彼の所にきて、言った、「あなたは何をそんなに悲しんで、食事をなさらないのですか」。
ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁ ନାହଁ?”
6 彼は彼女に言った、「わたしはエズレルびとナボテに『あなたのぶどう畑を金で譲ってください。もし望むならば、その代りに、ほかのぶどう畑をあげよう』と言ったが、彼は答えて『わたしはぶどう畑を譲りません』と言ったからだ」。
ତହିଁରେ ସେ ତାହାକୁ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି,” ମାତ୍ର ସେ ଉତ୍ତର କଲା, “ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ।”
7 妻イゼベルは彼に言った、「あなたが今イスラエルを治めているのですか。起きて食事をし、元気を出してください。わたしがエズレルびとナボテのぶどう畑をあなたにあげます」。
ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍ ତାଙ୍କୁ କହିଲା, “ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁ ନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”
8 彼女はアハブの名で手紙を書き、彼の印をおして、ナボテと同じように、その町に住んでいる長老たちと身分の尊い人々に、その手紙を送った。
ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।
9 彼女はその手紙に書きしるした、「断食を布告して、ナボテを民のうちの高い所にすわらせ、
ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚସ୍ଥାନରେ ବସାଅ;
10 またふたりのよこしまな者を彼の前にすわらせ、そして彼を訴えて、『あなたは神と王とをのろった』と言わせなさい。こうして彼を引き出し、石で撃ち殺しなさい」。
ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।
11 その町の人々、すなわち、その町に住んでいる長老たちおよび身分の尊い人々は、イゼベルが言いつかわしたようにした。彼女が彼らに送った手紙に書きしるされていたように、
ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ।
12 彼らは断食を布告して、ナボテを民のうちの高い所にすわらせた。
ସେମାନେ ଉପବାସର ଘୋଷଣା କଲେ ଓ ନାବୋତକୁ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ବସାଇଲେ।
13 そしてふたりのよこしまな者がはいってきて、その前にすわり、そのよこしまな者たちが民の前でナボテを訴えて、「ナボテは神と王とをのろった」と言った。そこで人々は彼を町の外に引き出し、石で撃ち殺した。
ଆଉ ଦୁଇଗୋଟି ଦୁଷ୍ଟ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।
14 そして人々はイゼベルに「ナボテは石で撃ち殺された」と言い送った。
ତହିଁ ଉତ୍ତାରେ ସେମାନେ ଈଷେବଲ୍ ନିକଟକୁ କହି ପଠାଇଲେ, ନାବୋତ ପ୍ରସ୍ତରାଘାତରେ ମରିଅଛି।
15 イゼベルはナボテが石で撃ち殺されたのを聞くとすぐ、アハブに言った、「立って、あのエズレルびとナボテが、あなたに金で譲ることを拒んだぶどう畑を取りなさい。ナボテは生きていません。死んだのです」。
ଏଥିରେ ଈଷେବଲ୍, ପ୍ରସ୍ତରାଘାତରେ ନାବୋତର ମରିଥିବା ବିଷୟ ଶୁଣନ୍ତେ, ଈଷେବଲ୍ ଆହାବଙ୍କୁ କହିଲା, “ଉଠ, ଯିଷ୍ରିୟେଲୀୟ ନାବୋତ ରୂପା-ମୁଦ୍ରାରେ ତୁମ୍ଭକୁ ଯେଉଁ ଦ୍ରାକ୍ଷାକ୍ଷେତ୍ର ଦେବାକୁ ମନା କଲା, ତାହା ଅଧିକାରରେ ଆଣ; କାରଣ ନାବୋତ ଜୀବିତ ନାହିଁ, ମାତ୍ର ମଲାଣି।”
16 アハブはナボテの死んだのを聞くとすぐ、立って、エズレルびとナボテのぶどう畑を取るために、そこへ下っていった。
ସେତେବେଳେ ଆହାବ ନାବୋତର ମରଣ କଥା ଶୁଣନ୍ତେ, ଆହାବ ଉଠି ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଅଧିକାରରେ ଆଣିବା ପାଇଁ ଗଲେ।
17 そのとき、主の言葉がテシベびとエリヤに臨んだ、
ଏଥିଉତ୍ତାରେ ତିଶ୍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
18 「立って、下って行き、サマリヤにいるイスラエルの王アハブに会いなさい。彼はナボテのぶどう畑を取ろうとしてそこへ下っている。
ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି।
19 あなたは彼に言わなければならない、『主はこう仰せられる、あなたは殺したのか、また取ったのか』と。また彼に言いなさい、『主はこう仰せられる、犬がナボテの血をなめた場所で、犬があなたの血をなめるであろう』」。
ଏହେତୁ ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ବଧ କରିଅଛ ଓ ଅଧିକାର ମଧ୍ୟ ଆତ୍ମସାତ୍ କରିଅଛ?” ଆହୁରି ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ଥାନରେ କୁକ୍କୁରମାନେ ନାବୋତର ରକ୍ତ ଚାଟି ଖାଇଲେ, ସେହି ସ୍ଥାନରେ କୁକ୍କୁରମାନେ ତୁମ୍ଭର ରକ୍ତ ମଧ୍ୟ ଚାଟି ଖାଇବେ।”
20 アハブはエリヤに言った、「わが敵よ、ついに、わたしを見つけたのか」。彼は言った、「見つけました。あなたが主の目の前に悪を行うことに身をゆだねたゆえ、
ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରି କରିଅଛ।
21 わたしはあなたに災を下し、あなたを全く滅ぼし、アハブに属する男は、イスラエルにいてつながれた者も、自由な者もことごとく断ち、
ଦେଖ, ମୁଁ ତୁମ୍ଭ ପ୍ରତି ଅମଙ୍ଗଳ ଘଟାଇବି ଓ ତୁମ୍ଭକୁ ନିଃଶେଷ ରୂପେ ବିନାଶ କରିବି, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଆହାବଠାରୁ ଉଚ୍ଛିନ୍ନ କରିବି।
22 またあなたの家をネバテの子ヤラベアムの家のようにし、アヒヤの子バアシャの家のようにするでしょう。これはあなたがわたしを怒らせた怒りのゆえ、またイスラエルに罪を犯させたゆえです。
ପୁଣି, ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ୱାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି।
23 イゼベルについて、主はまた言われました、『犬がエズレルの地域でイゼベルを食うであろう』と。
ଆଉ ଈଷେବଲ୍ ବିଷୟରେ ମଧ୍ୟ ସଦାପ୍ରଭୁ କହୁଅଛନ୍ତି, ଯିଷ୍ରିୟେଲର ଗଡ଼-ପାଚେରୀ ନିକଟରେ କୁକ୍କୁରମାନେ ଈଷେବଲ୍କୁ ଖାଇବେ।”
24 アハブに属する者は、町で死ぬ者を犬が食い、野で死ぬ者を空の鳥が食うでしょう」。
ଆହାବର ଯେଉଁ ଲୋକ ନଗରରେ ମରିବ, କୁକ୍କୁରମାନେ ତାହାକୁ ଖାଇବେ; ପୁଣି, ଯେଉଁ ଲୋକ କ୍ଷେତ୍ରରେ ମରିବ, ଆକାଶର ପକ୍ଷୀଗଣ ତାହାକୁ ଖାଇବେ।
25 アハブのように主の目の前に悪を行うことに身をゆだねた者はなかった。その妻イゼベルが彼をそそのかしたのである。
ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
26 彼は主がイスラエルの人々の前から追い払われたアモリびとがしたように偶像に従って、はなはだ憎むべき事を行った。
ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ।
27 アハブはこれらの言葉を聞いた時、衣を裂き、荒布を身にまとい、食を断ち、荒布に伏し、打ちしおれて歩いた。
ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।
28 この時、主の言葉がテシベびとエリヤに臨んだ、
ତହୁଁ ତିଶ୍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
29 「アハブがわたしの前にへりくだっているのを見たか。彼がわたしの前にへりくだっているゆえ、わたしは彼の世には災を下さない。その子の世に災をその家に下すであろう」。
ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, “ଏହା କି ତୁମ୍ଭେ ଦେଖୁଅଛ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।”