< サムエル記Ⅰ 12 >
1 サムエルはイスラエルの人々に言った、「見よ、わたしは、あなたがたの言葉に聞き従って、あなたがたの上に王を立てた。
ଏଥିଉତ୍ତାରେ ଶାମୁୟେଲ ସମସ୍ତ ଇସ୍ରାଏଲଙ୍କୁ କହିଲେ, “ଦେଖ, ତୁମ୍ଭେମାନେ ମୋତେ ଯାହା ଯାହା କହିଲ, ମୁଁ ତୁମ୍ଭମାନଙ୍କର ସେହି ରବ ଶୁଣିଲି ଓ ତୁମ୍ଭମାନଙ୍କ ଉପରେ ଏକ ଜଣକୁ ରାଜା କଲି।
2 見よ王は今、あなたがたの前に歩む。わたしは年老いて髪は白くなった。わたしの子らもあなたがたと共にいる。わたしは若い時から、きょうまで、あなたがたの前に歩んだ。
ଆଉ ଏବେ ଦେଖ, ରାଜା ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରୁଅଛନ୍ତି; ପୁଣି, ମୁଁ ବୃଦ୍ଧ ଓ ପକ୍ୱକେଶ ହୋଇଅଛି; ଆଉ ଦେଖ, ମୋହର ପୁତ୍ରମାନେ ତୁମ୍ଭମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ମୁଁ ଯୌବନାକାଳାବଧି ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କ ସମ୍ମୁଖରେ ଗମନାଗମନ କରିଅଛି।
3 わたしはここにいる。主の前と、その油そそがれた者の前に、わたしを訴えよ。わたしが、だれの牛を取ったか。だれのろばを取ったか。だれを欺いたか。だれをしえたげたか。だれの手から、まいないを取って、自分の目をくらましたか。もしそのようなことがあれば、わたしはそれを、あなたがたに償おう」。
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”
4 彼らは言った、「あなたは、われわれを欺いたことも、しえたげたこともありません。また人の手から何も取ったことはありません」。
ତହିଁରେ ସେମାନେ କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଅନ୍ୟାୟ କରି ନାହଁ, କି ଆମ୍ଭମାନଙ୍କ ପ୍ରତି ଉପଦ୍ରବ କରି ନାହଁ, କିଅବା ତୁମ୍ଭେ କୌଣସି ଲୋକ ହସ୍ତରୁ କିଛି ନେଇ ନାହଁ।”
5 サムエルは彼らに言った、「あなたがたが、わたしの手のうちに、なんの不正をも見いださないことを、主はあなたがたにあかしされる。その油そそがれた者も、きょうそれをあかしする」。彼らは言った、「あかしされます」。
ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, “ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି;” ତହିଁରେ ସେମାନେ କହିଲେ, “ସାକ୍ଷୀ ଅଛନ୍ତି।”
6 サムエルは民に言った、「モーセとアロンを立てて、あなたがたの先祖をエジプトの地から導き出された主が証人です。
ତହୁଁ ଶାମୁୟେଲ ଲୋକମାନଙ୍କୁ କହିଲେ, “ସେହି ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ନିଯୁକ୍ତ କରିଥିଲେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଥିଲେ।
7 それゆえ、あなたがたは今、立ちなさい。わたしは主が、あなたがたとあなたがたの先祖のために行われたすべての救のわざについて、主の前に、あなたがたと論じよう。
ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।
8 ヤコブがエジプトに行って、エジプトびとが、彼らを、しえたげた時、あなたがたの先祖は主に呼ばわったので、主はモーセとアロンをつかわされた。そこで彼らは、あなたがたの先祖をエジプトから導き出して、この所に住まわせた。
ଯାକୁବ ମିସରକୁ ଆସିଲା ଉତ୍ତାରେ ଯେତେବେଳେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ, ସେତେବେଳେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ ପଠାଇଲେ; ତହିଁରେ ସେମାନେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ବାହାର କରି ଆଣିଲେ ଓ ଏହି ସ୍ଥାନରେ ସେମାନଙ୍କୁ ବାସ କରାଇଲେ।
9 しかし、彼らがその神、主を忘れたので、主は彼らをハゾルの王ヤビンの軍の長シセラの手に渡し、またペリシテびとの手とモアブの王の手にわたされた。そこで彼らがイスラエルを攻めたので、
ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ।
10 民は主に呼ばわって言った、『われわれは主を捨て、バアルとアシタロテに仕えて、罪を犯しました。今、われわれを敵の手から救い出してください。われわれはあなたに仕えます』。
ସେତେବେଳେ ସେମାନେ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରି କହିଲେ, ‘ଆମ୍ଭେମାନେ ପାପ କରିଅଛୁ, ଯେହେତୁ ଆମ୍ଭେମାନେ ସଦାପ୍ରଭୁଙ୍କୁ ତ୍ୟାଗ କରି ବାଲ୍ ଦେବଗଣର ଓ ଅଷ୍ଟାରୋତ୍ ଦେବୀଗଣର ପୂଜା କରିଅଛୁ; ମାତ୍ର ଏବେ ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କର, ତହିଁରେ ଆମ୍ଭେମାନେ ତୁମ୍ଭର ସେବା କରିବା।’
11 主はエルバアルとバラクとエフタとサムエルをつかわして、あなたがたを周囲の敵の手から救い出されたので、あなたがたは安らかに住むことができた。
ଏଥିଉତ୍ତାରେ ସଦାପ୍ରଭୁ ଯିରୁବ୍ବାଲ୍କୁ ଓ ବଦାନକୁ ଓ ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ରକ୍ଷା କଲେ, ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।
12 ところが、アンモンびとの王ナハシが攻めてくるのを見たとき、あなたがたの神、主があなたがたの王であるのに、あなたがたはわたしに、『いいえ、われわれを治める王がなければならない』と言った。
ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ‘ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ୱ କରିବ।’
13 それゆえ、今あなたがたの選んだ王、あなたがたが求めた王を見なさい。主はあなたがたの上に王を立てられた。
ଏହେତୁ ତୁମ୍ଭେମାନେ ଯାହାକୁ ମନୋନୀତ କଲ ଓ ତୁମ୍ଭେମାନେ ଯାହା ପାଇଁ ପ୍ରାର୍ଥନା କଲ, ତୁମ୍ଭମାନଙ୍କର ସେହି ରାଜାଙ୍କୁ ଏବେ ଦେଖ; ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କଲେ।
14 もし、あなたがたが主を恐れ、主に仕えて、その声に聞き従い、主の戒めにそむかず、あなたがたも、あなたがたを治める王も共に、あなたがたの神、主に従うならば、それで良い。
ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;
15 しかし、もしあなたがたが主の声に聞き従わず、主の戒めにそむくならば、主の手は、あなたがたとあなたがたの王を攻めるであろう。
ମାତ୍ର ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ରବ ନ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କରିବ, ତେବେ ସଦାପ୍ରଭୁଙ୍କ ହସ୍ତ ଯେପରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପ୍ରତିକୂଳରେ ଥିଲା, ସେପରି ତୁମ୍ଭମାନଙ୍କ ପ୍ରତିକୂଳରେ ହେବ।
16 それゆえ、今、あなたがたは立って、主が、あなたがたの目の前で行われる、この大いなる事を見なさい。
ଏହେତୁ ଏବେ ତୁମ୍ଭେମାନେ ଛିଡ଼ା ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ମହତ କର୍ମ କରିବେ, ତାହା ଦେଖ।
17 きょうは小麦刈の時ではないか。わたしは主に呼ばわるであろう。そのとき主は雷と雨を下して、あなたがたが王を求めて、主の前に犯した罪の大いなることを見させ、また知らせられるであろう」。
ଆଜି କି ଗହମ କାଟିବା ସମୟ ନୁହେଁ? ସଦାପ୍ରଭୁ ଯେପରି ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇବେ, ଏଥିପାଇଁ ମୁଁ ତାହାଙ୍କୁ ଡାକିବି; ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ରାଜା ମାଗି ସଦାପ୍ରଭୁଙ୍କ ଦୃଷ୍ଟିରେ ଯେଉଁ ମନ୍ଦତା କରିଅଛ, ତାହା ଯେ ବଡ଼, ଏହା ତୁମ୍ଭେମାନେ ଜାଣିବ ଓ ଦେଖିବ।”
18 そしてサムエルが主に呼ばわったので、主はその日、雷と雨を下された。民は皆ひじょうに主とサムエルとを恐れた。
ଏଥିରେ ଶାମୁୟେଲ ସଦାପ୍ରଭୁଙ୍କୁ ଡ଼ାକିଲେ, ପୁଣି, ସଦାପ୍ରଭୁ ସେହି ଦିନ ମେଘ ଗର୍ଜ୍ଜନ ଓ ବୃଷ୍ଟି ପଠାଇଲେ; ତହିଁରେ ସମସ୍ତ ଲୋକ ସଦାପ୍ରଭୁଙ୍କୁ ଓ ଶାମୁୟେଲଙ୍କୁ ଅତ୍ୟନ୍ତ ଭୟ କଲେ।
19 民はみなサムエルに言った、「しもべらのために、あなたの神、主に祈って、われわれの死なないようにしてください。われわれは、もろもろの罪を犯した上に、また王を求めて、悪を加えました」。
ପୁଣି, ସମସ୍ତ ଲୋକ ଶାମୁୟେଲଙ୍କୁ କହିଲେ, “ଆମ୍ଭେମାନେ ଯେପରି ନ ମରୁ, ଏଥିପାଇଁ ତୁମ୍ଭେ ଆପଣା ଦାସମାନଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କର; କାରଣ ଆମ୍ଭେମାନେ ଆପଣାମାନଙ୍କର ସବୁ ପାପ ଉପରେ ଆପଣାମାନଙ୍କ ପାଇଁ ରାଜା ମାଗି ମନ୍ଦତା ବୃଦ୍ଧି କରିଅଛୁ।”
20 サムエルは民に言った、「恐れることはない。あなたがたは、このすべての悪をおこなった。しかし主に従うことをやめず、心をつくして主に仕えなさい。
ଏଥିରେ ଶାମୁୟେଲ ଲୋକମାନଙ୍କୁ କହିଲେ, “ଭୟ ନ କର; ତୁମ୍ଭେମାନେ ଏହି ସମସ୍ତ ମନ୍ଦତା କରିଅଛ, ପ୍ରମାଣ; ତଥାପି ସଦାପ୍ରଭୁଙ୍କ ପଶ୍ଚାଦ୍ଗମନରୁ ବିମୁଖ ନ ହୁଅ, ମାତ୍ର ଆପଣାମାନଙ୍କ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କର ସେବା କର;
21 むなしい物に迷って行ってはならない。それは、あなたがたを助けることも救うこともできないむなしいものだからである。
ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।
22 主は、その大いなる名のゆえに、その民を捨てられないであろう。主が、あなたがたを自分の民とすることを良しとされるからである。
ସଦାପ୍ରଭୁ ଆପଣା ମହାନାମ ସକାଶୁ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ; କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇଅଛନ୍ତି।
23 また、わたしは、あなたがたのために祈ることをやめて主に罪を犯すことは、けっしてしないであろう。わたしはまた良い、正しい道を、あなたがたに教えるであろう。
ଆହୁରି ମୁଁ ଯେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରୁ ନିବୃତ୍ତ ହୋଇ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିବି, ଏହା ଦୂରେ ଥାଉ; ମାତ୍ର ମୁଁ ତୁମ୍ଭମାନଙ୍କୁ ଉତ୍ତମ ଓ ସରଳ ପଥ ବିଷୟ ଶିକ୍ଷା କରାଇବି।
24 あなたがたは、ただ主を恐れ、心をつくして、誠実に主に仕えなければならない。そして主がどんなに大きいことをあなたがたのためにされたかを考えなければならない。
କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି, ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି।
25 しかし、あなたがたが、なおも悪を行うならば、あなたがたも、あなたがたの王も、共に滅ぼされるであろう」。
ମାତ୍ର ଯେବେ ତୁମ୍ଭେମାନେ ନିତାନ୍ତ ମନ୍ଦ ଆଚରଣ କରିବ, ତେବେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ରାଜା ଉଭୟ ବିନଷ୍ଟ ହେବ।”