< サムエル記Ⅰ 21 >

1 ダビデはノブに行き、祭司アヒメレクのところへ行った。アヒメレクはおののきながらダビデを迎えて言った、「どうしてあなたはひとりですか。だれも供がいないのですか」。
ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍‍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍‍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, “ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି?”
2 ダビデは祭司アヒメレクに言った、「王がわたしに一つの事を命じて、『わたしがおまえをつかわしてさせる事、またわたしが命じたことについては、何をも人に知らせてはならない』と言われました。そこでわたしは、ある場所に若者たちを待たせてあります。
ଏଥିରେ ଦାଉଦ ଅହୀମେଲକ୍‍ ଯାଜକକୁ କହିଲେ, “ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ‘ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ;’ ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି।
3 ところで今あなたの手もとにパン五個でもあれば、それをわたしにください。なければなんでも、あるものをください」。
ଏବେ ତୁମ୍ଭ ହସ୍ତରେ କଅଣ ଅଛି? ପାଞ୍ଚୋଟି ରୁଟି, ଅବା ଯାହା କିଛି ଅଛି, ତାହା ମୋʼ ହସ୍ତରେ ଦିଅ।”
4 祭司はダビデに答えて言った、「常のパンはわたしの手もとにありません。ただその若者たちが女を慎んでさえいたのでしたら、聖別したパンがあります」。
ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, “ମୋʼ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି।”
5 ダビデは祭司に答えた、「わたしが戦いに出るいつもの時のように、われわれはたしかに女たちを近づけていません。若者たちの器は、常の旅であったとしても、清いのです。まして、きょう、彼らの器は清くないでしょうか」。
ତହୁଁ ଦାଉଦ ଯାଜକକୁ ଉତ୍ତର ଦେଇ କହିଲେ, “ପ୍ରକୃତରେ ଊଣାଧିକ ଏହି ତିନି ଦିନ ହେଲା, ସ୍ତ୍ରୀମାନେ ଆମ୍ଭମାନଙ୍କଠାରୁ ପୃଥକୀକୃତ ହୋଇଅଛନ୍ତି, ଏ କେବଳ ସାମାନ୍ୟ ଯାତ୍ରା ହେଲେ ହେଁ, ମୁଁ ବାହାରିବା ବେଳେ ଯୁବାମାନଙ୍କ ପାତ୍ର ପବିତ୍ର ଥିଲା; ତେବେ ଆଜି ସେମାନଙ୍କ ପାତ୍ର କେତେ ଅଧିକ ପବିତ୍ର ନ ଥିବ?”
6 そこで祭司は彼に聖別したパンを与えた。その所に、供えのパンのほかにパンがなく、このパンは、これを取り下げる日に、あたたかいパンと置きかえるため、主の前から取り下さげたものである。
ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା।
7 その日、その所に、サウルのしもべのひとりが、主の前に留め置かれていた。その名はドエグといい、エドムびとであって、サウルの牧者の長であった。
ସେହି ଦିନ ଶାଉଲଙ୍କର ଦାସମାନଙ୍କ ମଧ୍ୟରୁ ଜଣେ ସଦାପ୍ରଭୁଙ୍କ ସମ୍ମୁଖରେ ଅଟକା ଯାଇଥିଲା; ତାହାର ନାମ ଇଦୋମୀୟ ଦୋୟେଗ୍‍, ସେ ଶାଉଲଙ୍କର ପଶୁପାଳକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
8 ダビデはまたアヒメレクに言った、「ここに、あなたの手もとに、やりかつるぎがありませんか。王の事が急を要したので、わたしはつるぎも武器も持ってこなかったのです」。
ପୁଣି, ଦାଉଦ ଅହୀମେଲକ୍‍କୁ କହିଲେ, “ଏଠାରେ ତୁମ୍ଭ ହସ୍ତରେ ବର୍ଚ୍ଛା କି ଖଡ୍ଗ ନାହିଁ? କାରଣ ମୁଁ ଆପଣା ଖଡ୍ଗ କି ଅସ୍ତ୍ରଶସ୍ତ୍ର ସଙ୍ଗରେ ଆଣି ନାହିଁ, ଯେଣୁ ରାଜାଙ୍କ କାର୍ଯ୍ୟ ଶୀଘ୍ର କରିବାକୁ ପଡ଼ିଲା।”
9 祭司は言った、「あなたがエラの谷で殺したペリシテびとゴリアテのつるぎが、布に包んでエポデのうしろにあります。もしあなたがこれを取ろうとおもわれるなら、お取りください。ここにはそのほかにはありません」。ダビデは言った、「それにまさるものはありません。それをわたしにください」。
ତହିଁରେ ଯାଜକ କହିଲା, “ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ।” ତହୁଁ ଦାଉଦ କହିଲେ “ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।”
10 ダビデはその日サウルを恐れて、立ってガテの王アキシのところへ逃げて行った。
ଏଉତ୍ତାରେ ଦାଉଦ ଉଠି ଶାଉଲଙ୍କର ସମ୍ମୁଖରୁ ସେହି ଦିନ ପଳାଇ ଗାଥ୍‍ର ରାଜା ଆଖୀଶ୍‍ ନିକଟକୁ ଗଲେ।
11 アキシの家来たちはアキシに言った、「これはあの国の王ダビデではありませんか。人々が踊りながら、互に歌いかわして、『サウルは千を撃ち殺し、ダビデは万を撃ち殺した』と言ったのは、この人のことではありませんか」。
ତହିଁରେ ଆଖୀଶ୍‍ର ଦାସମାନେ ତାକୁ କହିଲେ, “ଏହି ଦାଉଦ କି ଦେଶର ରାଜା ନୁହନ୍ତି? ପୁଣି, ଲୋକମାନେ ତାଙ୍କ ବିଷୟରେ ନୃତ୍ୟ କରି କି ପରସ୍ପର କହି ନ ଥିଲେ, ‘ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ?’”
12 ダビデは、これらの言葉を心におき、ガテの王アキシを、ひじょうに恐れたので、
ମାତ୍ର ଦାଉଦ ଏ କଥା ମନେ ରଖିଲେ, ପୁଣି, ଗାଥ୍‍ର ରାଜା ଆଖୀଶ୍‍କୁ ବଡ଼ ଭୟ କଲେ।
13 人々の前で、わざと挙動を変え、捕えられて気違いのふりをし、門のとびらを打ちたたき、よだれを流して、ひげに伝わらせた。
ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ୱାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ।
14 アキシは家来たちに言った、「あなたがたの見るように、この人は気違いだ。どうして彼をわたしの所へ連れてきたのか。
ତହିଁରେ ଆଖୀଶ୍‍ ଆପଣା ଦାସମାନଙ୍କୁ କହିଲା, “ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ?
15 わたしに気違いが必要なのか。この者を連れてきて、わたしの前で狂わせようというのか。この者をわたしの家へ入れようとするのか」。
ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ?”

< サムエル記Ⅰ 21 >