< 歴代誌Ⅱ 25 >
1 アマジヤは王となった時二十五歳で、二十九年の間エルサレムで世を治めた。その母はエルサレムの者で、名をエホアダンといった。
ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିହୋୟଦ୍ଦନ୍, ସେ ଯିରୂଶାଲମ ନିବାସିନୀ ଥିଲେ।
2 アマジヤは主の良しと見られることを行ったが、全き心をもってではなかった。
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ।
3 彼は、国が彼の手のうちに強くなったとき、父ヨアシ王を殺害した家来たちを殺した。
ତାଙ୍କର ରାଜ୍ୟ ସୁସ୍ଥିର ହୁଅନ୍ତେ, ସେ ତାଙ୍କର ପିତା ରାଜାଙ୍କର ହତ୍ୟାକାରୀ ଆପଣା ଦାସମାନଙ୍କୁ ବଧ କଲେ।
4 しかしその子供たちは殺さなかった。これはモーセの律法の書にしるされている所に従ったのであって、そこに主は命じて、「父は子のゆえに殺されるべきではない。子は父のゆえに殺されるべきではない。おのおの自分の罪のゆえに殺されるべきである」と言われている。
ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; “ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ,” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।
5 アマジヤはユダの人々を集め、その氏族に従って、千人の長に付属させ、または百人の長に付属させた。ユダとベニヤミンのすべてに行った。そして二十歳以上の者を数えたところ、やりと盾をとって戦いに臨みうる精兵三十万人を得た。
ଆହୁରି, ଅମତ୍ସୀୟ ଯିହୁଦା-ବଂଶକୁ ଏକତ୍ର କଲେ, ପୁଣି ସମସ୍ତ ଯିହୁଦା ଓ ବିନ୍ୟାମୀନ୍ର ପିତୃବଂଶାନୁସାରେ ସହସ୍ରପତି ଓ ଶତପତିମାନଙ୍କ ଅଧୀନରେ ସେମାନଙ୍କୁ ଶ୍ରେଣୀବଦ୍ଧ କଲେ; ପୁଣି, ସେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲୋକମାନଙ୍କୁ ଗଣନା କରନ୍ତେ, ବର୍ଚ୍ଛା ଓ ଢାଲ ଧରି ଯୁଦ୍ଧକୁ ଯିବାକୁ ସମର୍ଥ ତିନି ଲକ୍ଷ ବଛା ଲୋକ ପାଇଲେ।
6 彼はまた銀百タラントをもってイスラエルから大勇士十万人を雇った。
ମଧ୍ୟ ସେ ଏକ ଶହ ତାଳନ୍ତ ରୂପା ବେତନ ଦେଇ ଇସ୍ରାଏଲ ମଧ୍ୟରୁ ଏକ ଲକ୍ଷ ମହାବିକ୍ରମଶାଳୀ ଲୋକଙ୍କୁ ନିଯୁକ୍ତ କଲେ।
7 その時、神の人が彼の所に来て言った、「王よ、イスラエルの軍勢をあなたと共に行かせてはいけません。主はイスラエルびと、すなわちエフライムのすべての人々とは共におられないからです。
ମାତ୍ର ପରମେଶ୍ୱରଙ୍କର ଏକ ଲୋକ ତାଙ୍କ ନିକଟକୁ ଆସି କହିଲେ, “ହେ ରାଜନ୍, ଇସ୍ରାଏଲର ସୈନ୍ୟ ଆପଣଙ୍କ ସଙ୍ଗରେ ନ ଯାଉନ୍ତୁ; କାରଣ ସଦାପ୍ରଭୁ ଇସ୍ରାଏଲ ସଙ୍ଗରେ, ଅର୍ଥାତ୍, ଇଫ୍ରୟିମର ସମସ୍ତ ସନ୍ତାନ ସଙ୍ଗରେ ନାହାନ୍ତି।
8 もしあなたがこのような方法で戦いに強くなろうと思うならば、神はあなたを敵の前に倒されるでしょう。神には助ける力があり、また倒す力があるからです」。
ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।”
9 アマジヤは神の人に言った、「それではわたしがイスラエルの軍隊に与えた百タラントをどうしましょうか」。神の人は答えた、「主はそれよりも多いものをあなたにお与えになることができます」。
ତହିଁରେ ଅମତ୍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କʼଣ କରିବା?” ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; “ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।”
10 そこでアマジヤはエフライムから来て自分に加わった軍隊を分離して帰らせたので、彼らはユダに対して激しい怒りを発し、火のように怒って自分の所に帰った。
ତହୁଁ ଅମତ୍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ।
11 しかしアマジヤは勇気を出し、その民を率いて塩の谷へ行き、セイルびと一万人を撃ち殺した。
ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ।
12 またユダの人々はこのほかに一万人をいけどり、岩の頂に引いて行って岩の頂から彼らを投げ落したので、皆こなごなに砕けた。
ପୁଣି, ଯିହୁଦା-ସନ୍ତାନମାନେ ଅନ୍ୟ ଦଶ ସହସ୍ର ଲୋକଙ୍କୁ ଜୀବିତ ବନ୍ଦୀ କରି ନେଇଗଲେ ଓ ସେମାନଙ୍କୁ ଶୈଳଶିଖରକୁ ନେଇ ସେଠାରୁ ସେମାନଙ୍କୁ ତଳେ ପକାଇଦେଲେ, ତହିଁରେ ସେମାନେ ସମସ୍ତେ ଚୂର୍ଣ୍ଣ ହୋଇଗଲେ।
13 ところがアマジヤが自分と共に戦いに行かせないで帰してやった兵卒らが、サマリヤからベテホロンまでの、ユダの町々を襲って三千人を殺し、多くの物を奪い取った。
ମାତ୍ର ଅମତ୍ସୀୟ ଯେଉଁ ସେନାମାନଙ୍କୁ ଆପଣା ସଙ୍ଗେ ଯୁଦ୍ଧକୁ ଯିବା ପାଇଁ ଉପଯୁକ୍ତ ମନେ ନ କରି ଫେରାଇ ଦେଇଥିଲେ, ସେମାନେ ଶମରୀୟାଠାରୁ ବେଥ୍-ହୋରଣ ପର୍ଯ୍ୟନ୍ତ ପଡ଼ି ଯିହୁଦାର ନଗରସବୁ ଆକ୍ରମଣ କଲେ ଓ ତିନି ସହସ୍ର ଲୋକଙ୍କୁ ବଧ କରି ବହୁତ ଲୁଟଦ୍ରବ୍ୟ ନେଲେ।
14 アマジヤはエドムびとを殺して帰った時、セイルびとの神々を携えてきて、これを安置して自分の神とし、これを礼拝し、これにささげ物をなした。
ଅମତ୍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ।
15 それゆえ、主はアマジヤに向かって怒りを発し、預言者を彼につかわして言わせられた、「かの民の神々は自分の民をあなたの手から救うことができなかったのに、あなたはどうしてそれを求めたのか」。
ଏହେତୁ ଅମତ୍ସୀୟଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ତାଙ୍କ ନିକଟକୁ ଏକ ଭବିଷ୍ୟଦ୍ବକ୍ତା ପଠାଇଲେ, ଯେ ତାଙ୍କୁ କହିଲା, “ଯେଉଁ ଦେବଗଣ ଆପଣା ଲୋକମାନଙ୍କୁ ଆପଣଙ୍କ ହସ୍ତରୁ ଉଦ୍ଧାର କଲେ ନାହିଁ, ଆପଣ କାହିଁକି ସେହି ଲୋକମାନଙ୍କ ଦେବଗଣର ଅନ୍ୱେଷଣ କରୁଅଛନ୍ତି?”
16 彼がこう王に語ると、王は彼に、「われわれはあなたを王の顧問にしたのですか。やめなさい。あなたはどうして殺されようとするのですか」と言ったので、預言者はやめて言った、「あなたはこの事を行って、わたしのいさめを聞きいれないゆえ、神はあなたを滅ぼそうと定められたことをわたしは知っています」。
ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, “ଆମ୍ଭେମାନେ କʼଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ? କ୍ଷାନ୍ତ ହୁଅ! କାହିଁକି ମାଡ଼ ଖାଇବ?” ଏଥିରେ ଭବିଷ୍ୟଦ୍ବକ୍ତା କ୍ଷାନ୍ତ ହୋଇ କହିଲା, “ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋʼ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।”
17 そこでユダの王アマジヤは協議の結果、人をエヒウの子エホアハズの子であるイスラエルの王ヨアシにつかわし、「さあ、われわれは互に顔をあわせよう」と言わせたところ、
ଏଥିଉତ୍ତାରେ ଯିହୁଦାର ରାଜା ଅମତ୍ସୀୟ ପରାମର୍ଶ ନେଇ ଯେହୂଙ୍କର ପୌତ୍ର, ଯିହୋୟାହସ୍ଙ୍କର ପୁତ୍ର, ଇସ୍ରାଏଲର ରାଜା ଯୋୟାଶ୍ଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ପରସ୍ପର ମୁଖ ଦେଖାଦେଖି ହେବା।”
18 イスラエルの王ヨアシはユダの王アマジヤに言い送った、「レバノンのいばらが、かつてレバノンの香柏に、『あなたの娘をわたしのむすこの妻に与えよ』と言い送ったところが、レバノンの野獣が通りかかって、そのいばらを踏み倒した。
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ମୋʼ ପୁତ୍ର ସଙ୍ଗେ ବିବାହ ଦିଅ;’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।
19 あなたは『見よ、わたしはエドムを撃ち破った』と言って心に誇り高ぶっている。しかしあなたは自分の家にとどまっていなさい。どうしてあなたは災を引き起して、自分もユダも共に滅びようとするのか」。
ଦେଖ, ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ବୋଲି କହୁଅଛ; ତେଣୁ ଦର୍ପ କରିବା ପାଇଁ ତୁମ୍ଭ ମନ ତୁମ୍ଭକୁ ପ୍ରବୃତ୍ତି ଦେଉଅଛି; ଏବେ ଆପଣା ଘରେ ଥାଅ, ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?”
20 しかしアマジヤは聞きいれなかった。これは神から出たのであって、彼らがエドムの神々を求めたので神は彼らを敵の手に渡されるためである。
ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।
21 そこでイスラエルの王ヨアシは上って来て、ユダのベテシメシでユダの王アマジヤと顔を合わせたが、
ତହୁଁ ଇସ୍ରାଏଲର ରାଜା ଯୋୟାଶ୍ ଗଲେ; ଆଉ ଯିହୁଦାର ଅଧିକାରସ୍ଥ ବେଥ୍-ଶେମଶରେ ସେ ଓ ଯିହୁଦାର ରାଜା ଅମତ୍ସୀୟ ପରସ୍ପର ମୁଖ ଦେଖାଦେଖି ହେଲେ।
22 ユダはイスラエルに撃ち破られ、おのおのその天幕に逃げ帰った。
ଏଥିରେ ଇସ୍ରାଏଲ ସମ୍ମୁଖରେ ଯିହୁଦା ପରାସ୍ତ ହେଲା, ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ।
23 その時イスラエルの王ヨアシはエホアハズの子ヨアシの子であるユダの王アマジヤをベテシメシで捕えて、エルサレムに引いて行き、エルサレムの城壁をエフライム門から、隅の門まで四百キュビトほどをこわし、
ଆଉ, ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଯିହୋୟାହସ୍ଙ୍କର ପୌତ୍ର, ଯୋୟାଶ୍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।
24 また神の宮のうちで、オベデエドムが守っていたすべての金銀およびもろもろの器物ならびに王の家の財宝を奪い、また人質をとって、サマリヤに帰った。
ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।
25 ユダの王ヨアシの子アマジヤはイスラエルの王エホアハズの子ヨアシが死んで後なお十五年生きながらえた。
ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ।
26 アマジヤのその他の始終の行為は、ユダとイスラエルの列王の書にしるされているではないか。
ଏହି ଅମତ୍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କʼଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
27 アマジヤがそむいて、主に従わなくなった時から、人々はエルサレムにおいて党を結び、彼に敵したので、彼はラキシに逃げて行ったが、その人々はラキシに人をやって、彼をその所で殺させた。
ଅମତ୍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
28 人々はこれを馬に負わせて持ってきて、ユダの町でその先祖たちと共にこれを葬った。
ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।