< 列王記Ⅱ 1 >

1 アハブが死んだ後、モアブはイスラエルにそむいた。
ଏଥିଉତ୍ତାରେ ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବ ଦେଶ ଇସ୍ରାଏଲ ବିରୁଦ୍ଧରେ ବିଦ୍ରୋହ ଆଚରଣ କଲେ।
2 さてアハジヤはサマリヤにある高殿のらんかんから落ちて病気になったので、使者をつかわし、「行ってエクロンの神バアル・ゼブブに、この病気がなおるかどうかを尋ねよ」と命じた。
ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାର।”
3 時に、主の使はテシベびとエリヤに言った、「立って、上って行き、サマリヤの王の使者に会って言いなさい、『あなたがたがエクロンの神バアル・ゼブブに尋ねようとして行くのは、イスラエルに神がないためか』。
ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍‍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ‘ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବାକୁ ଯାଉଅଛ?’
4 それゆえ主はこう仰せられる、『あなたは、登った寝台から降りることなく、必ず死ぬであろう』」。そこでエリヤは上って行った。
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ।
5 使者たちがアハジヤのもとに帰ってきたので、アハジヤは彼らに言った、「なぜ帰ってきたのか」。
ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହିଁକି ଫେରି ଆସିଲ?”
6 彼らは言った、「ひとりの人が上ってきて、われわれに会って言いました、『おまえたちをつかわした王の所へ帰って言いなさい。主はこう仰せられる、あなたがエクロンの神バアル・ゼブブに尋ねようとして人をつかわすのは、イスラエルに神がないためなのか。それゆえあなたは、登った寝台から降りることなく、必ず死ぬであろう』」。
ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”
7 アハジヤは彼らに言った、「上ってきて、あなたがたに会って、これらの事を告げた人はどんな人であったか」。
ତହିଁରେ ଅହସୀୟ ସେମାନଙ୍କୁ ପଚାରିଲେ, “ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କି ପ୍ରକାର ଲୋକ?”
8 彼らは答えた、「その人は毛ごろもを着て、腰に皮の帯を締めていました」。彼は言った、「その人はテシべびとエリヤだ」。
ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍‍ବୀୟ ଏଲୀୟ।”
9 そこで王は五十人の長を、部下の五十人と共にエリヤの所へつかわした。彼がエリヤの所へ上っていくと、エリヤは山の頂にすわっていたので、エリヤに言った、「神の人よ、王があなたに、下って来るようにと言われます」。
ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ତଳକୁ ଆସ।’”
10 しかしエリヤは五十人の長に答えた、「わたしがもし神の人であるならば、火が天から下って、あなたと部下の五十人とを焼き尽すでしょう」。そのように火が天から下って、彼と部下の五十人とを焼き尽した。
ତହୁଁ ଏଲୀୟ ସେହି ପଚାଶପତିଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
11 王はまた他の五十人の長を、部下の五十人と共にエリヤにつかわした。彼は上っていってエリヤに言った、「神の人よ、王がこう命じられます、『すみやかに下ってきなさい』」。
ଏଉତ୍ତାରେ ରାଜା ପୁନର୍ବାର ଏଲୀୟଙ୍କ ନିକଟକୁ ଆଉ ଏକ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ଏହି ପଚାଶପତି ମଧ୍ୟ ଏଲୀୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ଶୀଘ୍ର ତଳକୁ ଆସ।’”
12 しかしエリヤは彼らに答えた、「わたしがもし神の人であるならば、火が天から下って、あなたと部下の五十人とを焼き尽すでしょう」。そのように神の火が天から下って、彼と部下の五十人とを焼き尽した。
ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
13 王はまた第三の五十人の長を部下の五十人と共につかわした。第三の五十人の長は上っていって、エリヤの前にひざまずき、彼に願って言った、「神の人よ、どうぞ、わたしの命と、あなたのしもべであるこの五十人の命をあなたの目に尊いものとみなしてください。
ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁପାତି ବିନୟ କରି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ।
14 ごらんなさい、火が天からくだって、さきの五十人の長ふたりと、その部下の五十人ずつとを焼き尽しました。しかし今わたしの命をあなたの目に尊いものとみなしてください」。
ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କୁ ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ବହୁମୂଲ୍ୟ ହେଉ।”
15 その時、主の使はエリヤに言った、「彼と共に下りなさい。彼を恐れてはならない」。そこでエリヤは立って、彼と共に下り、王のもとへ行って、
ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।
16 王に言った、「主はこう仰せられます、『あなたはエクロンの神バアル・ゼブブに尋ねようと使者をつかわしたが、それはイスラエルに、その言葉を求むべき神がないためであるか。それゆえあなたは、登った寝台から降りることなく、必ず死ぬであろう』」。
ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍‍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’”
17 彼はエリヤが言った主の言葉のとおりに死んだが、彼に子がなかったので、その兄弟ヨラムが彼に代って王となった。これはユダの王ヨシャパテの子ヨラムの第二年である。
ଏଥିଉତ୍ତାରେ ଏଲୀୟଙ୍କ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ। ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।
18 アハジヤのその他の事績は、イスラエルの王の歴代志の書にしるされているではないか。
ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତାନ୍ତ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

< 列王記Ⅱ 1 >