< 列王記Ⅱ 15 >

1 イスラエルの王ヤラベアムの第二十七年に、ユダの王アマジヤの子アザリヤが王となった。
ଇସ୍ରାଏଲର ରାଜା ଯାରବୀୟାମଙ୍କ ରାଜତ୍ଵର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍‍ସୀୟଙ୍କର ପୁତ୍ର ଅସରୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
2 彼が王となった時は十六歳で、五十二年の間エルサレムで世を治めた。その母はエルサレムの出身で、名をエコリアといった。
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।
3 彼は主の目にかなう事を行い、すべての事を父アマジヤが行ったようにおこなった。
ପୁଣି ସେ ଆପଣା ପିତା ଅମତ୍‍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
4 ただし高き所は除かなかったので、民はなおその高き所で犠牲をささげ、香をたいた。
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
5 主が王を撃たれたので、その死ぬ日まで、らい病人となって、離れ家に住んだ。王の子ヨタムが家の事を管理し、国の民をさばいた。
ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍‍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।
6 アザリヤのその他の事績と、彼がしたすべての事は、ユダの王の歴代志の書にしるされているではないか。
ଏହି ଅସରୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
7 アザリヤはその先祖たちと共に眠ったので、彼をダビデの町にその先祖たちと共に葬った。その子ヨタムが代って王となった。
ଏଥିଉତ୍ତାରେ ଅସରୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ତାଙ୍କର ପଦରେ ରାଜ୍ୟ କଲେ।
8 ユダの王アザリヤの第三十八年にヤラベアムの子ゼカリヤがサマリヤでイスラエルの王となり、六か月世を治めた。
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଠତିରିଶି ବର୍ଷରେ ଯାରବୀୟାମଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ।
9 彼はその先祖たちがおこなったように主の目の前に悪を行い、イスラエルに罪を犯させたネバテの子ヤラベアムの罪を離れなかった。
ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
10 ヤベシの子シャルムが徒党を結んで彼に敵し、イブレアムで彼を撃ち殺し、彼に代って王となった。
ଆଉ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
11 ゼカリヤのその他の事績は、イスラエルの王の歴代志の書にしるされている。
ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
12 主はかつてエヒウに、「あなたの子孫は四代までイスラエルの位に座するであろう」と告げられたが、はたしてそのとおりになった。
ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।
13 ヤベシの子シャルムはユダの王ウジヤの第三十九年に王となり、サマリヤで一か月世を治めた。
ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।
14 時にガデの子メナヘムがテルザからサマリヤに上ってきて、ヤベシの子シャルムをサマリヤで撃ち殺し、彼に代って王となった。
ଆଉ ଗାଦିର ପୁତ୍ର ମନହେମ୍‍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ।
15 シャルムのその他の事績と、彼が徒党を結んだ事は、イスラエルの王の歴代志の書にしるされている。
ଏହି ଶଲ୍ଲୁମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଚକ୍ରାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
16 その時メナヘムはテルザから進んでいって、タップアと、そのうちにいるすべての者、およびその領域を撃った。すなわち彼らが彼のために開かなかったので、これを撃って、そのうちの妊娠の女をことごとく引き裂いた。
ଏଥିଉତ୍ତାରେ ମନହେମ୍‍ ତିର୍ସାଠାରୁ, ତିପ୍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିପ୍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ। ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ।
17 ユダの王アザリヤの第三十九年に、ガデの子メナヘムはイスラエルの王となり、サマリヤで十年の間、世を治めた。
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍‍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।
18 彼は主の目の前に悪を行い、イスラエルに罪を犯させたネバテの子ヤラベアムの罪を一生の間、離れなかった。
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ।
19 時にアッスリヤの王プルが国に攻めてきたので、メナヘムは銀一千タラントをプルに与えた。これは彼がプルの助けを得て、国を自分の手のうちに強くするためであった。
ଅଶୂରର ରାଜା ପୂଲ୍‍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍‍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍‍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ।
20 すなわちメナヘムはその銀をイスラエルのすべての富める者に課し、その人々におのおの銀五十シケルを出させてアッスリヤの王に与えた。こうしてアッスリヤの王は国にとどまらないで帰っていった。
ପୁଣି ମନହେମ୍‍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍‍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ।
21 メナヘムのその他の事績と彼がしたすべての事は、イスラエルの王の歴代志の書にしるされているではないか。
ଏହି ମନହେମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
22 メナヘムは先祖たちと共に眠り、その子ペカヒヤが代って王となった。
ଏଥିଉତ୍ତାରେ ମନହେମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ପକହୀୟ ତାଙ୍କ ପଦରେ ରାଜ୍ୟ କଲେ।
23 メナヘムの子ペカヒヤはユダの王アザリヤの第五十年に、サマリヤでイスラエルの王となり、二年の間、世を治めた。
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ପଚାଶ ବର୍ଷରେ ମନହେମ୍‍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
24 彼は主の目の前に悪を行い、イスラエルに罪を犯せたネバテの子ヤラベアムの罪を離れなかった。
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
25 時に彼の副官であったレマリヤのペカが、ギレアデびと五十人と共に徒党を結んで彼に敵し、サマリヤの、王の宮殿の天守で彼を撃ち殺した。すなわちペカは彼を殺し、彼に代って王となった。
ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ। ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
26 ペカヒヤのその他の事績と彼がしたすべての事は、イスラエルの王の歴代志の書にしるされている。
ଏହି ପକହୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
27 レマリヤの子ペカはユダの王アザリヤの第五十二年に、サマリヤでイスラエルの王となり、二十年の間、世を治めた。
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ବାବନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ।
28 彼は主の目の前に悪をおこない、イスラエルに罪を犯させたネバテの子ヤラベアムの罪を離れなかった。
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସବୁ ପାପରୁ ସେ ବିମୁଖ ହେଲେ ନାହିଁ।
29 イスラエルの王ペカの世に、アッスリヤの王テグラテピレセルが来て、イヨン、アベル・ベテマアカ、ヤノア、ケデシ、ハゾル、ギレアデ、ガリラヤ、ナフタリの全地を取り、人々をアッスリヤへ捕え移した。
ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍‍-ପିଲେସର୍ ଆସି ଇୟୋନ୍‍ ଓ ଆବେଲ୍‍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।
30 時にエラの子ホセアは徒党を結んで、レマリヤの子ペカに敵し、彼を撃ち殺し、彼に代って王となった。これはウジヤの子ヨタムの第二十年であった。
ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍‍ଙ୍କ ରାଜତ୍ଵର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ।
31 ペカのその他の事績と彼がしたすべての事は、イスラエルの王の歴代志の書にしるされている。
ଏହି ପେକହଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲର ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ଅଛି।
32 レマリヤの子イスラエルの王ペカの第二年に、ユダの王ウジヤの子ヨタムが王となった。
ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ।
33 彼は王となった時二十五歳であったが、エルサレムで十六年の間、世を治めた。母はザドクの娘で、名をエルシャといった。
ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ।
34 彼は主の目にかなう事を行い、すべて父ウジヤの行ったようにおこなった。
ଯୋଥମ୍‍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ।
35 ただし高き所は除かなかったので、民はなおその高き所で犠牲をささげ、香をたいた。彼は主の宮の上の門を建てた。
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।
36 ヨタムのその他の事績と彼がしたすべての事は、ユダの王の歴代志の書にしるされているではないか。
ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
37 そのころ、主はスリヤの王レヂンとレマリヤの子ペカをユダに攻めこさせられた。
ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ।
38 ヨタムは先祖たちと共に眠って、その先祖ダビデの町に先祖たちと共に葬られ、その子アハズが代って王となった。
ଏଥିଉତ୍ତାରେ ଯୋଥମ୍‍ ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆହସ୍‌ ତାଙ୍କର ପଦରେ ରାଜ୍ୟ କଲେ।

< 列王記Ⅱ 15 >