< 申命記 10 >

1 その時、主はわたしに言われた、『おまえは、前のような石の板二枚を切って作り、山に登って、わたしのもとにきなさい。また木の箱一つを作りなさい。
ସେହି ସମୟରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳି ପର୍ବତ ଉପରେ ଆମ୍ଭ ନିକଟକୁ ଆସ, ପୁଣି ଆପଣା ପାଇଁ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କର।
2 さきにおまえが砕いた二枚の板に書いてあった言葉を、わたしはその板に書きしるそう。おまえはそれをその箱におさめなければならない』。
ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେଉଁ ଯେଉଁ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ।”
3 そこでわたしはアカシヤ材の箱一つを作り、また前のような石の板二枚を切って作り、その二枚の板を手に持って山に登った。
ତହୁଁ ମୁଁ ଶିଟୀମ୍‍ କାଷ୍ଠରେ ଏକ ସିନ୍ଦୁକ ନିର୍ମାଣ କଲି ଓ ପ୍ରଥମ ପରି ଦୁଇ ପ୍ରସ୍ତର ଫଳକ ଖୋଳିଲି, ଆଉ ସେହି ଦୁଇ ପ୍ରସ୍ତର ଫଳକ ହସ୍ତରେ ନେଇ ପର୍ବତ ଉପରକୁ ଗଲି।
4 主はかつて、かの集会の日に山で火の中からあなたがたに告げられた十誡を書きしるされたように、その板に書きしるし、それを主はわたしに授けられた。
ଏଥିଉତ୍ତାରେ ସଦାପ୍ରଭୁ ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ଯେଉଁ ଦଶ ଆଜ୍ଞା ତୁମ୍ଭମାନଙ୍କୁ କହିଥିଲେ, ସେ ତାହା ପ୍ରଥମ ଲେଖାନୁସାରେ ସେହି ପ୍ରସ୍ତର ଫଳକରେ ଲେଖିଲେ; ତହୁଁ ସଦାପ୍ରଭୁ ତାହା ମୋତେ ଦେଲେ।
5 それでわたしは身をめぐらして山から降り、その板を、わたしが作った箱におさめた。今なおその中にある。主がわたしに命じられたとおりである。
ଏଉତ୍ତାରେ ମୁଁ ମୁଖ ଫେରାଇ ପର୍ବତରୁ ଓହ୍ଲାଇଲି ଓ ମୋହର ନିର୍ମିତ ସିନ୍ଦୁକରେ ସେହି ଦୁଇ ପ୍ରସ୍ତର ଫଳକ ରଖିଲି; ଆଉ ମୋʼ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାହା ସେହି ସ୍ଥାନରେ ରହିଅଛି।
6 (こうしてイスラエルの人々はベエロテ・ベネ・ヤカンを出立してモセラに着いた。アロンはその所で死んでそこに葬られ、その子エレアザルが彼に代って祭司となった。
(ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ବେରୋତ୍‍-ବନେୟା-କନଠାରୁ ମୋଷେରୋତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା।
7 またそこを出立してグデゴダに至り、グデゴダを出立してヨテバタに着いた。この地には多くの水の流れがあった。
ସେଠାରୁ ସେମାନେ ଗୁଦ୍‍ଗୋଦାକୁ ଯାତ୍ରା କଲେ ଓ ଗୁଦ୍‍ଗୋଦାରୁ ଜଳସ୍ରୋତମୟ ଦେଶ ଯଟ୍‍ବାଥାକୁ ଯାତ୍ରା କଲେ।
8 その時、主はレビの部族を選んで、主の契約の箱をかつぎ、主の前に立って仕え、また主の名をもって祝福することをさせられた。この事は今日に及んでいる。
ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।
9 そのためレビは兄弟たちと一緒には分け前がなく、嗣業もない。あなたの神、主が彼に言われたとおり、主みずからが彼の嗣業であった。)
ଏନିମନ୍ତେ ଲେବୀର ଆପଣା ଭ୍ରାତୃଗଣ ମଧ୍ୟରେ କୌଣସି ଅଂଶ କି ଅଧିକାର ନାହିଁ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତାହାକୁ ଯାହା କହିଅଛନ୍ତି, ତଦନୁସାରେ ସଦାପ୍ରଭୁ ହିଁ ତାହାର ଅଧିକାର ଅଟନ୍ତି)।
10 わたしは前の時のように四十日四十夜、山におったが、主はその時にもわたしの願いを聞かれた。主はあなたを滅ぼすことを望まれなかった。
ପ୍ରଥମ ଥର ପରି ମୁଁ ଚାଳିଶ ଦିନ ଓ ଚାଳିଶ ରାତ୍ରି ପର୍ବତରେ ରହିଲି; ପୁଣି ସେହି ଥର ମଧ୍ୟ ସଦାପ୍ରଭୁ ମୋʼ ପ୍ରତି କର୍ଣ୍ଣପାତ କଲେ; ସଦାପ୍ରଭୁ ତୁମ୍ଭକୁ ବିନାଶ କରିବା ପାଇଁ ସମ୍ମତ ହେଲେ ନାହିଁ,
11 そして主はわたしに『おまえは立ちあがり、民に先立って進み行き、わたしが彼らに与えると、その先祖に誓った地に彼らをはいらせ、それを取らせよ』と言われた。
ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ।”
12 イスラエルよ、今、あなたの神、主があなたに求められる事はなんであるか。ただこれだけである。すなわちあなたの神、主を恐れ、そのすべての道に歩んで、彼を愛し、心をつくし、精神をつくしてあなたの神、主に仕え、
ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,
13 また、わたしがきょうあなたに命じる主の命令と定めとを守って、さいわいを得ることである。
ଆଉ ଆଜି ମୁଁ ତୁମ୍ଭର ହିତ ନିମନ୍ତେ ସଦାପ୍ରଭୁଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭମାନଙ୍କୁ ଦେଉଅଛି, ସେସମସ୍ତ ପାଳନ କରିବାର, ଏସବୁ ଛଡ଼ା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭଠାରୁ ଆଉ କଅଣ ଚାହାନ୍ତି?
14 見よ、天と、もろもろの天の天、および地と、地にあるものとはみな、あなたの神、主のものである。
ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ।
15 そうであるのに、主はただあなたの先祖たちを喜び愛し、その後の子孫であるあなたがたを万民のうちから選ばれた。今日見るとおりである。
କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ।
16 それゆえ、あなたがたは心に割礼をおこない、もはや強情であってはならない。
ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ହୃଦୟର ଅଗ୍ରଚର୍ମ ସୁନ୍ନତ କର, ଆଉ ଶକ୍ତଗ୍ରୀବ ହୁଅ ନାହିଁ।
17 あなたがたの神である主は、神の神、主の主、大いにして力ある恐るべき神にましまし、人をかたより見ず、また、まいないを取らず、
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
18 みなし子とやもめのために正しいさばきを行い、また寄留の他国人を愛して、食物と着物を与えられるからである。
ସେ ପିତୃହୀନ, ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକୁ ଅନ୍ନ ଓ ବସ୍ତ୍ର ଦେଇ ପ୍ରେମ କରନ୍ତି।
19 それゆえ、あなたがたは寄留の他国人を愛しなさい。あなたがたもエジプトの国で寄留の他国人であった。
ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
20 あなたの神、主を恐れ、彼に仕え、彼に従い、その名をさして誓わなければならない。
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ।
21 彼はあなたのさんびすべきもの、またあなたの神であって、あなたが目に見たこれらの大いなる恐るべき事を、あなたのために行われた。
ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।
22 あなたの先祖たちは、わずか七十人でエジプトに下ったが、いま、あなたの神、主はあなたを天の星のように多くされた。
ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି।

< 申命記 10 >