< 申命記 7 >

1 あなたの神、主が、あなたの行って取る地にあなたを導き入れ、多くの国々の民、ヘテびと、ギルガシびと、アモリびと、カナンびと、ペリジびと、ヒビびと、およびエブスびと、すなわちあなたよりも数多く、また力のある七つの民を、あなたの前から追いはらわれる時、
ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;
2 すなわちあなたの神、主が彼らをあなたに渡して、これを撃たせられる時は、あなたは彼らを全く滅ぼさなければならない。彼らとなんの契約をもしてはならない。彼らに何のあわれみをも示してはならない。
ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ।
3 また彼らと婚姻をしてはならない。あなたの娘を彼のむすこに与えてはならない。かれの娘をあなたのむすこにめとってはならない。
ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ।
4 それは彼らがあなたのむすこを惑わしてわたしに従わせず、ほかの神々に仕えさせ、そのため主はあなたがたにむかって怒りを発し、すみやかにあなたがたを滅ぼされることとなるからである。
କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।
5 むしろ、あなたがたはこのように彼らに行わなければならない。すなわち彼らの祭壇をこぼち、その石の柱を撃ち砕き、そのアシラ像を切り倒し、その刻んだ像を火で焼かなければならない。
ମାତ୍ର ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ ବ୍ୟବହାର କରିବ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ହାଣି ପକାଇବ, ପୁଣି ସେମାନଙ୍କ ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ।
6 あなたはあなたの神、主の聖なる民である。あなたの神、主は地のおもてのすべての民のうちからあなたを選んで、自分の宝の民とされた。
କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।
7 主があなたがたを愛し、あなたがたを選ばれたのは、あなたがたがどの国民よりも数が多かったからではない。あなたがたはよろずの民のうち、もっとも数の少ないものであった。
ତୁମ୍ଭେମାନେ ଅନ୍ୟ ଲୋକଙ୍କ ଅପେକ୍ଷା ଅଧିକ ସଂଖ୍ୟକ ଥିଲ ବୋଲି ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ସ୍ନେହ ରଖିଲେ ନାହିଁ କି ତୁମ୍ଭମାନଙ୍କୁ ମନୋନୀତ କଲେ ନାହିଁ, କାରଣ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଅଳ୍ପସଂଖ୍ୟକ ଥିଲ।
8 ただ主があなたがたを愛し、またあなたがたの先祖に誓われた誓いを守ろうとして、主は強い手をもってあなたがたを導き出し、奴隷の家から、エジプトの王パロの手から、あがない出されたのである。
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ତୁମ୍ଭମାନଙ୍କୁ ବାହାର କରି ଆଣିଅଛନ୍ତି ଓ ଦାସ୍ୟଗୃହରୁ, ମିସରର ରାଜା ଫାରୋର ହସ୍ତରୁ ତୁମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି।
9 それゆえあなたは知らなければならない。あなたの神、主は神にましまし、真実の神にましまして、彼を愛し、その命令を守る者には、契約を守り、恵みを施して千代に及び、
ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।
10 また彼を憎む者には、めいめいに報いて滅ぼされることを。主は自分を憎む者には猶予することなく、めいめいに報いられる。
ପୁଣି ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି, ସେମାନଙ୍କୁ ସଂହାର କରିବା ନିମନ୍ତେ ସେ ସେମାନଙ୍କ ସମ୍ମୁଖରେ ପରିଶୋଧ କରନ୍ତି; ଯେ ତାହାଙ୍କୁ ଘୃଣା କରେ, ସେ ତାହା ପ୍ରତି ବିଳମ୍ବ କରିବେ ନାହିଁ, ସେ ତାହାର ସମ୍ମୁଖରେ ପରିଶୋଧ କରିବେ।
11 それゆえ、きょうわたしがあなたに命じる命令と、定めと、おきてとを守って、これを行わなければならない。
ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା ଦେଉଅଛି, ତାହା ମାନ୍ୟ କରି ପାଳନ କରିବ।
12 あなたがたがこれらのおきてを聞いて守り行うならば、あなたの神、主はあなたの先祖たちに誓われた契約を守り、いつくしみを施されるであろう。
ତୁମ୍ଭେମାନେ ଏହି ସକଳ ଶାସନ ଶୁଣି, ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ।
13 あなたを愛し、あなたを祝福し、あなたの数を増し、あなたに与えると先祖たちに誓われた地で、あなたの子女を祝福し、あなたの地の産物、穀物、酒、油、また牛の子、羊の子を増されるであろう。
ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ।
14 あなたは万民にまさって祝福されるであろう。あなたのうち、男も女も子のないものはなく、またあなたの家畜にも子のないものはないであろう。
ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ; ତୁମ୍ଭମାନଙ୍କ ମଧ୍ୟରେ ପୁରୁଷ କି ସ୍ତ୍ରୀ କିଅବା ତୁମ୍ଭମାନଙ୍କ ପଶୁଗଣ ମଧ୍ୟରେ କେହି ନିଃସନ୍ତାନ ହେବେ ନାହିଁ।
15 主はまたすべての病をあなたから取り去り、あなたの知っている、あのエジプトの悪疫にかからせず、ただあなたを憎むすべての者にそれを臨ませられるであろう。
ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ; ଆଉ ତୁମ୍ଭେ ଯେଉଁସବୁ ମିସରୀୟ ମନ୍ଦ ବ୍ୟାଧି ଜାଣିଅଛ, ତାହା ସେ ତୁମ୍ଭ ଉପରେ ବର୍ତ୍ତାଇବେ ନାହିଁ, ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେହି ସମସ୍ତଙ୍କ ଉପରେ ତାହା ବର୍ତ୍ତାଇବେ।
16 あなたの神、主があなたに渡される国民を滅ぼしつくし、彼らを見てあわれんではならない。また彼らの神々に仕えてはならない。それがあなたのわなとなるからである。
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।
17 あなたは心のうちで『これらの国民はわたしよりも多いから、どうしてこれを追い払うことができようか』と言うのか。
ଯେବେ ତୁମ୍ଭେ ଆପଣା ମନେ ମନେ କହିବ, “ଏହି ଗୋଷ୍ଠୀୟ ଲୋକମାନେ ଆମ୍ଭଠାରୁ ଅଧିକ; ଆମ୍ଭେ କିପରି ସେମାନଙ୍କୁ ଅଧିକାରଚ୍ୟୁତ କରି ପାରିବା?” ତଥାପି ତୁମ୍ଭେ ସେମାନଙ୍କଠାରୁ ଭୀତ ହେବ ନାହିଁ।
18 彼らを恐れてはならない。あなたの神、主がパロと、すべてのエジプトびととにされたことを、よく覚えなさい。
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଫାରୋ ଓ ସମସ୍ତ ମିସର ପ୍ରତି ଯେଉଁ ଯେଉଁ କର୍ମ କରିଅଛନ୍ତି;
19 すなわち、あなたが目で見た大いなる試みと、しるしと、不思議と、強い手と、伸ばした腕とを覚えなさい。あなたの神、主はこれらをもって、あなたを導き出されたのである。またそのように、あなたの神、主はあなたが恐れているすべての民にされるであろう。
ତୁମ୍ଭେ ନିଜ ଆଖିରେ ଯେଉଁ ମହା ମହା ପରଖ ଦେଖିଅଛ, ଯେଉଁ ଯେଉଁ ଚିହ୍ନ, ଆଶ୍ଚର୍ଯ୍ୟକ୍ରିୟା, ପରାକ୍ରାନ୍ତ ହସ୍ତ ଓ ବିସ୍ତାରିତ ବାହୁ ଦ୍ୱାରା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାହାର କରି ଆଣିଅଛନ୍ତି, ତାହାସବୁ ଉତ୍ତମ ରୂପେ ସ୍ମରଣ କରିବ। ତୁମ୍ଭେ ଯେଉଁମାନଙ୍କୁ ଭୟ କରୁଅଛ, ସେସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହିପରି କରିବେ।
20 あなたの神、主はまた、くまばちを彼らのうちに送って、なお残っている者と逃げ隠れている者を滅ぼしつくされるであろう。
ଆହୁରି ଯେଉଁମାନେ ଅବଶିଷ୍ଟ ରହିବେ ଓ ଆପଣାମାନଙ୍କୁ ଲୁଚାଇ ରଖିବେ, ସେମାନେ ତୁମ୍ଭ ସମ୍ମୁଖରୁ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କ ମଧ୍ୟକୁ ବିରୁଡ଼ି ପଠାଇବେ।
21 あなたは彼らを恐れてはならない。あなたの神、主である大いなる恐るべき神があなたのうちにおられるからである。
ତୁମ୍ଭେ ସେମାନଙ୍କଠାରୁ ଭୟଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି।
22 あなたの神、主はこれらの国民を徐々にあなたの前から追い払われるであろう。あなたはすみやかに彼らを滅ぼしつくしてはならない。そうでなければ、野の獣が増してあなたを害するであろう。
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ି ଦେବେ; ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ।
23 しかし、あなたの神、主は彼らをあなたに渡し、大いなる混乱におとしいれて、ついに滅ぼされるであろう。
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଆଗରେ ସେମାନଙ୍କୁ ସମର୍ପଣ କରିବେ ଓ ସେମାନେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନଙ୍କୁ ମହାବ୍ୟାକୁଳତାରେ ବ୍ୟାକୁଳ କରିବେ।
24 また彼らの王たちをあなたの手に渡されるであろう。あなたは彼らの名を天の下から消し去るであろう。あなたに立ちむかうものはなく、あなたはついに彼らを滅ぼすにいたるであろう。
ଆଉ ସେ ସେମାନଙ୍କ ରାଜାଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ଡଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ପର୍ଯ୍ୟନ୍ତ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ।
25 あなたは彼らの神々の彫像を火に焼かなければならない。それに着せた銀または金をむさぼってはならない。これを取って自分のものにしてはならない。そうでなければ、あなたはこれによって、わなにかかるであろう。これはあなたの神が忌みきらわれるものだからである。
ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହି ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;
26 あなたは忌むべきものを家に持ちこんで、それと同じようにあなた自身も、のろわれたものとなってはならない。あなたはそれを全く忌みきらわなければならない。それはのろわれたものだからである。
ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।

< 申命記 7 >