< 出エジプト記 11 >

1 主はモーセに言われた、「わたしは、なお一つの災を、パロとエジプトの上にくだし、その後、彼はあなたがたをここから去らせるであろう。彼が去らせるとき、彼はあなたがたを、ことごとくここから追い出すであろう。
ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ଓ ମିସର ଉପରେ ଆଉ ଏକ ଉତ୍ପାତ ଆଣିବା; ତହିଁ ଉତ୍ତାରେ ସେ ତୁମ୍ଭମାନଙ୍କୁ ଏ ସ୍ଥାନରୁ ଯିବାକୁ ଦେବ; ପୁଣି, ଯିବାକୁ ଦେବା ସମୟରେ ସେ ତୁମ୍ଭମାନଙ୍କୁ ନିତାନ୍ତ ତଡ଼ି ଦେବ।
2 あなたは民の耳に語って、男は隣の男から、女は隣の女から、それぞれ銀の飾り、金の飾りを請い求めさせなさい」。
ଏହେତୁ ଏବେ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ପ୍ରତ୍ୟେକ ପୁରୁଷ ଆପଣା ଆପଣା ପ୍ରତିବାସୀଠାରୁ ଓ ପ୍ରତ୍ୟେକ ସ୍ତ୍ରୀ ଆପଣା ଆପଣା ପ୍ରତିବାସିନୀଠାରୁ ରୌପ୍ୟ-ଅଳଙ୍କାର ଓ ସ୍ୱର୍ଣ୍ଣ-ଅଳଙ୍କାର ମାଗି ନିଅନ୍ତୁ।”
3 主は民にエジプトびとの好意を得させられた。またモーセその人は、エジプトの国で、パロの家来たちの目と民の目とに、はなはだ大いなるものと見えた。
ଆଉ ସଦାପ୍ରଭୁ ମିସରୀୟମାନଙ୍କ ଦୃଷ୍ଟିରେ ଲୋକମାନଙ୍କୁ ଅନୁଗ୍ରହପ୍ରାପ୍ତ କଲେ। ପୁଣି, ମିସର ଦେଶରେ ଫାରୋଙ୍କର ଦାସମାନଙ୍କ ଓ ଲୋକମାନଙ୍କ ଦୃଷ୍ଟିରେ ମୋଶା ଅତି ସମ୍ଭ୍ରାନ୍ତ ପୁରୁଷ ହେଲେ।
4 モーセは言った、「主はこう仰せられる、『真夜中ごろ、わたしはエジプトの中へ出て行くであろう。
ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା।
5 エジプトの国のうちのういごは、位に座するパロのういごをはじめ、ひきうすの後にいる、はしためのういごに至るまで、みな死に、また家畜のういごもみな死ぬであろう。
ତହିଁରେ ସିଂହାସନୋପବିଷ୍ଟ ଫାରୋଙ୍କର ପ୍ରଥମଜାତଠାରୁ ଚକି ପେଷଣକାରିଣୀ ଦାସୀର ପ୍ରଥମଜାତ ପର୍ଯ୍ୟନ୍ତ ମିସର ଦେଶସ୍ଥିତ ସମସ୍ତ ପ୍ରଥମଜାତ ଓ ପଶୁମାନଙ୍କର ପ୍ରଥମଜାତ ମରିବେ।
6 そしてエジプト全国に大いなる叫びが起るであろう。このようなことはかつてなく、また、ふたたびないであろう』と。
ଏଣୁ ସମୁଦାୟ ମିସର ଦେଶରେ, ଯେପରି କେବେ ହୋଇ ନାହିଁ ଓ ହେବ ନାହିଁ, ଏପରି ମହାରୋଦନ ହେବ।
7 しかし、すべて、イスラエルの人々にむかっては、人にむかっても、獣にむかっても、犬さえその舌を鳴らさないであろう。これによって主がエジプトびととイスラエルびととの間の区別をされるのを、あなたがたは知るであろう。
ମାତ୍ର ସଦାପ୍ରଭୁ ମିସରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ପ୍ରଭେଦ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ୱା ପଜାଇବ ନାହିଁ।’
8 これらのあなたの家来たちは、みな、わたしのもとに下ってきて、ひれ伏して言うであろう、『あなたもあなたに従う民もみな出て行ってください』と。その後、わたしは出て行きます」。彼は激しく怒ってパロのもとから出て行った。
ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ‘ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ;’ ତହିଁ ଉତ୍ତାରେ ମୁଁ ବାହାରି ଯିବି।” ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରିଗଲେ।
9 主はモーセに言われた、「パロはあなたがたの言うことを聞かないであろう。それゆえ、わたしはエジプトの国に不思議を増し加えるであろう」。
ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ଆମ୍ଭେ ଯେପରି ମିସର ଦେଶରେ ଆପଣା ଆଶ୍ଚର୍ଯ୍ୟକ୍ରିୟା ବହୁସଂଖ୍ୟକ କରିବା, ଏଥିପାଇଁ ଫାରୋ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବ ନାହିଁ।”
10 モーセとアロンは、すべてこれらの不思議をパロの前に行ったが、主がパロの心をかたくなにされたので、彼はイスラエルの人々をその国から去らせなかった。
ପୁଣି, ମୋଶା ଓ ହାରୋଣ ଫାରୋଙ୍କ ସମ୍ମୁଖରେ ଏହି ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଥିଲେ; ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କରନ୍ତେ, ସେ ଆପଣା ଦେଶରୁ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।

< 出エジプト記 11 >