< エゼキエル書 27 >
ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋର ବିଷୟରେ ବିଳାପ କର;
3 海の入口に住んで、多くの海沿いの国々の民の商人であるツロに対して言え、主なる神はこう言われる、ツロよ、あなたは言った、『わたしの美は完全である』と。
ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମସୁନ୍ଦରୀ,
4 あなたの境は海の中にあり、あなたの建設者はあなたの美を完全にした。
ସମୁଦ୍ରଗଣର ମଧ୍ୟସ୍ଥଳରେ ତୁମ୍ଭର ସୀମା, ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।”
5 人々はセニルのもみの木であなたのために船板を造り、レバノンから香柏をとって、あなたのために帆柱を造り、
ସେମାନେ ସନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତା କାଠପଟା ସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି।
6 バシャンのかしの木で、あなたのためにかいを造り、クプロの島から来る松の木に象牙をはめて、あなたのために甲板を造った。
ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।
7 あなたの帆はエジプトから来るあや布であって、あなたの旗に用いられ、あなたのおおいはエリシャの海岸から来る青と紫の布である。
ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।
8 あなたのこぎ手は、シドンとアルワデの住民、あなたのかじとりは、あなたのうちにいる熟練なゼメルの人々である。
ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀ ଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ।
9 ゲバルの老人たち、およびその熟練な人々は、あなたのうちにいて漏りを繕い、海のすべての船およびその船員らはあなたのうちにいて、あなたの商品を交易する。
ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ।
10 ペルシャ人、ルデびと、プテびとはあなたの軍に加わって、あなたの戦士となる。彼らはあなたのうちに、盾とかぶとを掛け、あなたに輝きをそえた。
ପାରସ୍ୟ, ଲୁଦ୍ ଓ ପୂଟ୍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।
11 アルワデとヘレクの人々は、あなたの周囲の城壁の上にあり、ガマデの人々は、あなたのやぐらの中にあり、彼らは、あなたの周囲の城壁にその盾を掛けて、あなたの美観を全うした。
ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।
12 あなたはそのすべての貨物に富むゆえに、タルシシはあなたと交易をなし、銀、鉄、すず、鉛をあなたの商品と交換した。
“ସବୁ ପ୍ରକାର ଧନର ବାହୁଲ୍ୟ ସକାଶୁ ତର୍ଶୀଶ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
13 ヤワン、トバル、およびメセクはあなたと取引し、彼らは人身と青銅の器とを、あなたの商品と交換した。
ଯବନ, ତୁବଲ୍ ଓ ମେଶକ୍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
14 ベテ・トガルマは馬、軍馬、および騾馬をあなたの商品と交換した。
ତୋଗର୍ମା ବଂଶୀୟ ଲୋକମାନେ ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
15 ローヅ島の人々はあなたと取引し、多くの海沿いの国々は、あなたの市場となり、象牙と黒たんとを、みつぎとしてあなたに持ってきた。
ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍ କାଷ୍ଠ ଆଣିଲେ।
16 あなたの製品が多いので、エドムはあなたと商売し、彼らは赤玉、紫、縫い取りの布、細布、さんご、めのうをもって、あなたの商品と交換した。
ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
17 ユダとイスラエルの地は、あなたと取引し、麦、オリブ、いちじく、蜜、油、および乳香をもって、あなたの商品と交換した。
ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
18 あなたの製品が多く、あなたの富が多いので、ダマスコはあなたと取引し、ヘルボンの酒と、さらした羊毛と、
ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦମ୍ମେଶକ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ।
19 ウザルの酒をもって、あなたの商品と交換し、銑鉄、肉桂、菖蒲をもって、あなたの商品と交易した。
ବଦାନ ଓ ଯବନ ଲୋମନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ; ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତଲୌହ, ଗୁଡ଼ତ୍ୱକ୍ ଓ ସୁଗନ୍ଧି ବଚ ଥିଲା।
20 デダンは乗物の鞍敷をもって、あなたと取引した。
ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା।
21 アラビヤびと、およびケダルのすべての君たちは小羊、雄羊、やぎをもって、あなたと取引し、これらの物をあなたと交易した。
ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।
22 シバとラアマの商人は、あなたと取引し、もろもろの尊い香料と、もろもろの宝石と金とをもって、あなたの商品と交換した。
ଶିବାର ଓ ରୟମାର ବ୍ୟବସାୟୀମାନେ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ସର୍ବପ୍ରକାର ଶ୍ରେଷ୍ଠ ଗନ୍ଧଦ୍ରବ୍ୟ ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର, ଆଉ ସୁବର୍ଣ୍ଣ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
23 ハラン、カンネ、エデン、アッスリヤ、キルマデはあなたと取引した。
ହାରଣ ଓ କନ୍ନୀ ଓ ଏଦନ, ଶିବାର ଏହି ବ୍ୟବସାୟୀମାନେ, ପୁଣି ଅଶୂର ଓ କିଲ୍ମଦ୍ ତୁମ୍ଭର ବ୍ୟବସାୟୀ ଥିଲେ।
24 彼らは、はなやかな衣服と、青く縫い取りした布と、ひもで結んで、じょうぶにした敷物などをもって、あなたと取引した。
ଏମାନେ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ ଉତ୍କୃଷ୍ଟ ନାନା ଦ୍ରବ୍ୟ, ନୀଳବର୍ଣ୍ଣ ଓ ବୁଟାଦାର ଆବରଣୀୟ ବସ୍ତ୍ର ଓ ବହୁମୂଲ୍ୟ ବସ୍ତ୍ର, ରଜ୍ଜୁରେ ବନ୍ଧା ଏରସ କାଷ୍ଠନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ୟବସାୟୀ ଥିଲେ।
25 タルシシの船はあなたの商品を運んでまわった。あなたは海の中にいて満ち足り、いたく栄えた。
ତର୍ଶୀଶର ଜାହାଜସକଳ ତୁମ୍ଭର ବ୍ୟବସାୟକାରୀ ପଥିକ ସ୍ୱରୂପ ଥିଲେ; ପୁଣି, ତୁମ୍ଭେ ପରିପୂର୍ଣ୍ଣା ଓ ସମୁଦ୍ରର ମଧ୍ୟସ୍ଥଳରେ ଅତିଶୟ ପ୍ରତାପାନ୍ୱିତା ଥିଲ।
26 あなたのこぎ手らはあなたを大海の中に進め、海の中で東風があなたの船を破った。
ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣିଅଛନ୍ତି; ପୂର୍ବୀୟ ବାୟୁ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ତୁମ୍ଭକୁ ଭାଙ୍ଗି ପକାଇଅଛି।
27 あなたの財宝、あなたの貨物、あなたの商品、あなたの船員、あなたのかじ取り、あなたの漏りを繕う者、あなたの商品を商う者、あなたの中にいるすべての軍人、あなたの中にいるすべての仲間は皆、あなたの破滅の日に海の中に沈む。
ତୁମ୍ଭର ଧନ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ, ତୁମ୍ଭର ବାଣିଜ୍ୟ, ତୁମ୍ଭର ନାବିକଗଣ ଓ ତୁମ୍ଭର କର୍ଣ୍ଣଧାରମାନେ, ତୁମ୍ଭର ଛିଦ୍ର ବଟାଳିବା ଲୋକମାନେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଧରିବା ଲୋକମାନେ, ଆଉ ତୁମ୍ଭର ମଧ୍ୟବର୍ତ୍ତୀ ଯୋଦ୍ଧା ସମସ୍ତେ ତୁମ୍ଭର ମଧ୍ୟବର୍ତ୍ତୀ ସମସ୍ତ ସମାଜ ସହିତ ତୁମ୍ଭର ପତନ ଦିନ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ପତିତ ହେବେ।
ତୁମ୍ଭ କର୍ଣ୍ଣଧାରଗଣର କ୍ରନ୍ଦନ ଶବ୍ଦରେ ଉପନଗରସମୂହ କମ୍ପିତ ହେବେ।
29 すべてかいをとる者は船からくだる。船員および海のすべてのかじ取りは海べに立ち、
ପୁଣି, ଆହୁଲା ଧରିବା ସମସ୍ତ ଲୋକ, ନାବିକମାନେ ଓ ସମୁଦ୍ରସ୍ଥ କର୍ଣ୍ଣଧାର ସମସ୍ତେ ଆପଣା ଆପଣା ଜାହାଜରୁ ଓହ୍ଲାଇ ଆସି ସ୍ଥଳରେ ଠିଆ ହେବେ,
30 あなたのために声をあげて泣き、はげしく叫び、ちりをこうべにかぶり、灰の中にまろび、
ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;
31 あなたのために髪をそり、荒布をまとい、あなたのために心を痛めて泣き、はげしく嘆く。
ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟିଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।
32 彼らは悲しんで、あなたのために悲しみの歌をのべ、あなたを弔って言う、『だれかツロのように海の中で滅びたものがあるか。
ପୁଣି, ସେମାନେ ଆପଣାମାନଙ୍କର ଶୋକ ସମୟରେ ତୁମ୍ଭ ଉଦ୍ଦେଶ୍ୟରେ ବିଳାପ କରି ତୁମ୍ଭ ବିଷୟରେ ଏହି କଥା କହି ବିଳାପ କରିବେ, ‘ସୋର ପରି, ଯେ ସମୁଦ୍ର ମଧ୍ୟସ୍ଥାନରେ ନିସ୍ତବ୍ଧା ହେଲା, ତାହା ପରି କିଏ ଅଛି?
33 あなたの商品が海を越えてきた時、あなたは多くの民を飽かせ、あなたの多くの財宝と商品とをもって、地の王たちを富ませた。
ଯେତେବେଳେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟସବୁ ସମୁଦ୍ରମାନଙ୍କ ମଧ୍ୟରୁ ବାହାରିଗଲା, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ପରିପୂର୍ଣ୍ଣ କଲ; ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟର ବାହୁଲ୍ୟରେ ପୃଥିବୀର ରାଜାଗଣକୁ ଧନୀ କଲ।
34 今あなたは海で破船し、深い水に沈み、あなたの商品と、あなたのすべての船員とは、あなたと共に沈んだ。
ତୁମ୍ଭେ ସମୁଦ୍ର ଦ୍ୱାରା ଗଭୀର ଜଳରାଶିରେ ଭଗ୍ନ ହେବା ସମୟରେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧ୍ୟରେ ପତିତ ହେଲେ।
35 海沿いの国々に住む者は皆あなたについて驚き、その王たちは大いに恐れてその顔を震わす。
ଦ୍ୱୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜାଗଣ ଅତ୍ୟନ୍ତ ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷଣ୍ଣ ହୋଇଅଛି।
36 もろもろの民の中の商人らはあなたをあざける。あなたは恐るべき終りを遂げ、永遠にうせはてる』」。
ଗୋଷ୍ଠୀଗଣର ମଧ୍ୟବର୍ତ୍ତୀ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ଶୀଷ୍ ଶବ୍ଦ କରନ୍ତି; ତୁମ୍ଭେ ଭୟଙ୍କର ହୋଇଅଛ, ପୁଣି, ତୁମ୍ଭେ ଆଉ କେବେ ସ୍ଥାପିତ ହେବ ନାହିଁ।’”