< エゼキエル書 36 >

1 人の子よ、イスラエルの山々に預言して言え。イスラエルの山々よ、主の言葉を聞け。
“ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
2 主なる神はこう言われる、敵はあなたがたについて言う、『ああ、昔の高き所が、われわれのものとなった』と。
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, ‘ଭଲ ହେଲା, ଭଲ ହେଲା! ଓ ସେହି ପ୍ରାଚୀନ ଉଚ୍ଚସ୍ଥଳୀସକଳ ଆମ୍ଭମାନଙ୍କର ଅଧିକୃତ ହେଲା,’
3 それゆえ、あなたは預言して言え。主なる神はこう言われる、彼らはあなたがたを荒し、四方からあなたがたを打ち滅ぼしたので、あなたがたは他の国民の所有となり、また民の悪いうわさとなった。
ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ;
4 それゆえ、イスラエルの山々よ、主なる神の言葉を聞け。主なる神は、山と、丘と、くぼ地と、谷と、滅びた荒れ跡と、人の捨てた町々、すなわちその周囲にある諸国民の残った者にかすめられ、あざけられるようになったものに、こう言われる。
ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ୱଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟିତ ଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେହି ସବୁକୁ ସଦାପ୍ରଭୁ ଏହି କଥା କହନ୍ତି;
5 主なる神はこう言われる、わたしはねたみの炎をもって、他の国民とエドム全国とに対して言う、彼らは心ゆくまで喜び、心に誇ってわが地を自分の所有とし、これを奪い、かすめた者である。
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;
6 それゆえ、あなたはイスラエルの地の事を預言し、山と、丘と、くぼ地と、谷とに言え。主なる神はこう言われる、見よ、あなたがたは諸国民のはずかしめを受けたので、わたしはねたみと怒りとをもって語る。
ଏଣୁ ଇସ୍ରାଏଲର ଦେଶ ବିଷୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ ପର୍ବତ ଓ ଉପପର୍ବତଗଣକୁ, ଜଳପ୍ରବାହ ଓ ଉପତ୍ୟକାସକଳକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କଠାରୁ ଅପମାନ ଭୋଗ କରିବାରୁ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଓ କୋପରେ କଥା କହିଅଛୁ;
7 それゆえ、主なる神はこう言われる、わたしは誓って言う、あなたがたの周囲の諸国民は必ずはずかしめを受ける。
ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା ହସ୍ତ ଉଠାଇ କହିଅଛୁ, ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅନ୍ୟ ଦେଶୀୟମାନେ ନିଶ୍ଚୟ ଆପଣାମାନଙ୍କ ଅପମାନ ଭୋଗ କରିବେ।
8 しかしイスラエルの山々よ、あなたがたは枝を出し、わが民イスラエルのために実を結ぶ。この事の成るのは近い。
ମାତ୍ର ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ଆପଣାମାନଙ୍କର ଶାଖା ବାହାର କରିବ ଓ ଆମ୍ଭର ଇସ୍ରାଏଲର ଲୋକଙ୍କ ନିମନ୍ତେ ଆପଣା ଆପଣାର ଫଳ ଉତ୍ପନ୍ନ କରିବ; କାରଣ ସେମାନଙ୍କର ଆଗମନ ସନ୍ନିକଟ।
9 見よ、わたしはあなたがたに臨み、あなたがたを顧みる。あなたがたは耕され、種をまかれる。
ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ।
10 わたしはあなたがたの上に人をふやす。これはことごとくイスラエルの家の者となり、町々には人が住み、荒れ跡は建て直される。
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ସମସ୍ତ ଇସ୍ରାଏଲ ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତି ସ୍ଥାନ ହେବ ଓ ଧ୍ୱଂସସ୍ଥାନ ସକଳ ପୁନଃନିର୍ମିତ ହେବ;
11 わたしはあなたがたの上に人と獣とをふやす。彼らはふえて、子を生む。わたしはあなたがたの上に、昔のように人を住ませ、初めの時よりも、まさる恵みをあなたがたに施す。その時あなたがたは、わたしが主であることを悟る。
ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣୁ ହୋଇ ସନ୍ତାନସନ୍ତତି ବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବକାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
12 わたしはわが民イスラエルの人々をあなたがたの上に歩ませる。彼らはあなたがたを所有し、あなたがたはその嗣業となり、あなたがたは重ねて彼らに子のない嘆きをさせない。
ଆହୁରି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ଅର୍ଥାତ୍‍, ଆମ୍ଭର ଇସ୍ରାଏଲ ଲୋକଙ୍କୁ ଗତାୟାତ କରାଇବା ଓ ସେମାନେ ତୁମ୍ଭମାନଙ୍କୁ ଭୋଗ କରିବେ, ଆଉ ତୁମ୍ଭେ ସେମାନଙ୍କର ଅଧିକାର ସ୍ୱରୂପ ହେବ, ପୁଣି, ତୁମ୍ଭେ ଏହି ସମୟଠାରୁ ଆଉ ସେମାନଙ୍କୁ ସନ୍ତାନବିହୀନ କରିବ ନାହିଁ।
13 主なる神はこう言われる、彼らはあなたがたに向かって、『あなたは人を食い、あなたの民に子のない嘆きをさせる』と言う。
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ତୁମ୍ଭକୁ କହନ୍ତି, ‘ହେ ଦେଶ, ତୁମ୍ଭେ ମନୁଷ୍ୟ ଗ୍ରାସକ ଓ ନିଜ ଦେଶୀୟମାନଙ୍କର ନାଶକ ହୋଇଅଛ,’
14 あなたはもはや人を食わない。あなたの民に重ねて子のない嘆きをさせることはないと、主なる神は言われる。
ଏଥିପାଇଁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆଉ ମନୁଷ୍ୟମାନଙ୍କୁ ଗ୍ରାସ କରିବ ନାହିଁ କିଅବା ତୁମ୍ଭ ଦେଶୀୟମାନଙ୍କର ନାଶ ଆଉ କରିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
15 わたしは重ねて諸国民のはずかしめをあなたに聞かせない。あなたは重ねて、もろもろの民のはずかしめを受けることはなく、あなたの民を重ねてつまずかせることはないと、主なる神は言われる」。
ଅଥବା ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଅପମାନ ବାକ୍ୟ ଆଉ ଶୁଣାଇବା ନାହିଁ ଓ ତୁମ୍ଭେ ଗୋଷ୍ଠୀୟମାନଙ୍କର ନିନ୍ଦାବାକ୍ୟର ଭାର ଆଉ ବହିବ ନାହିଁ ଓ ନିଜ ଦେଶୀୟମାନଙ୍କର ବିଘ୍ନ ଆଉ ଜନ୍ମାଇବ ନାହିଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
16 主の言葉がわたしに臨んだ、
ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
17 「人の子よ、昔、イスラエルの家が、自分の国に住んだとき、彼らはおのれのおこないとわざとをもって、これを汚した。そのおこないは、わたしの前には、汚れにある女の汚れのようであった。
“ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ନିଜ ଦେଶରେ ବାସ କରିବା ବେଳେ ସେମାନେ ଆପଣାମାନଙ୍କର ଆଚରଣ ଓ କ୍ରିୟା ଦ୍ୱାରା ତାହା ଅଶୁଚି କଲେ; ସେମାନଙ୍କର ଆଚରଣ ଆମ୍ଭ ସାକ୍ଷାତରେ ସ୍ତ୍ରୀଲୋକର ପୃଥକ ସ୍ଥିତିକାଳୀନ ଅଶୌଚର ତୁଲ୍ୟ ଥିଲା।
18 彼らが国に血を流し、またその偶像をもって、国を汚したため、わたしはわが怒りを彼らの上に注ぎ、
ଏନିମନ୍ତେ ସେମାନେ ଦେଶରେ ରକ୍ତ ଢାଳିବା ସକାଶୁ ଓ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା ତାହା ଅଶୁଚି କରିବା ସକାଶୁ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଢାଳିଲୁ,
19 彼らを諸国民の中に散らしたので、彼らは国々の中に散った。わたしは彼らのおこないと、わざとにしたがって、彼らをさばいた。
ଆଉ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କଲୁ ଓ ସେମାନେ ନାନା ଦେଶରେ ବିକ୍ଷିପ୍ତ ହେଲେ; ସେମାନଙ୍କର ଆଚରଣ ଅନୁସାରେ ଓ ସେମାନଙ୍କର କ୍ରିୟାନୁସାରେ ଆମ୍ଭେ ସେମାନଙ୍କର ବିଚାର କଲୁ।
20 彼らがその行くところの国々へ行ったとき、わが聖なる名を汚した。これは人々が彼らについて『これは主の民であるが、その国から出た者である』と言ったからである。
ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେହି ସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ‘ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି।’
21 しかしわたしはイスラエルの家が、その行くところの諸国民の中で汚したわが聖なる名を惜しんだ。
ତଥାପି ଇସ୍ରାଏଲ ବଂଶ ନାନା ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ଆମ୍ଭର ଯେଉଁ ପବିତ୍ର ନାମ ଅପବିତ୍ର କଲେ, ସେହି ପବିତ୍ର ନାମ ସକାଶୁ ଆମ୍ଭର ଦୟା ଜାତ ହେଲା।
22 それゆえ、あなたはイスラエルの家に言え。主なる神はこう言われる、イスラエルの家よ、わたしがすることはあなたがたのためではない。それはあなたがたが行った諸国民の中で汚した、わが聖なる名のためである。
ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏପରି କରୁ ନାହୁଁ, ମାତ୍ର ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟକୁ ଯାଇ ଯାହା ଅପବିତ୍ର କରିଅଛ, ଆମ୍ଭ ନିଜର ସେହି ପବିତ୍ର ନାମ ସକାଶୁ କରୁଅଛୁ।
23 わたしは諸国民の中で汚されたもの、すなわち、あなたがたが彼らの中で汚した、わが大いなる名の聖なることを示す。わたしがあなたがたによって、彼らの目の前に、わたしの聖なることを示す時、諸国民はわたしが主であることを悟ると、主なる神は言われる。
ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
24 わたしはあなたがたを諸国民の中から導き出し、万国から集めて、あなたがたの国に行かせる。
କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।
25 わたしは清い水をあなたがたに注いで、すべての汚れから清め、またあなたがたを、すべての偶像から清める。
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
26 わたしは新しい心をあなたがたに与え、新しい霊をあなたがたの内に授け、あなたがたの肉から、石の心を除いて、肉の心を与える。
ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।
27 わたしはまたわが霊をあなたがたのうちに置いて、わが定めに歩ませ、わがおきてを守ってこれを行わせる。
ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।
28 あなたがたは、わたしがあなたがたの先祖に与えた地に住んで、わが民となり、わたしはあなたがたの神となる。
ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।
29 わたしはあなたがたをそのすべての汚れから救い、穀物を呼びよせてこれを増し、ききんをあなたがたに臨ませない。
ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ୱାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ।
30 またわたしは木の実と、田畑の作物とを多くする。あなたがたは重ねて諸国民の間に、ききんのはずかしめを受けることがない。
ପୁଣି, ଆମ୍ଭେ ବୃକ୍ଷର ଫଳ ଓ କ୍ଷେତ୍ରର ଶସ୍ୟ ବୃଦ୍ଧି କରିବା, ତହିଁରେ ତୁମ୍ଭେମାନେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଦୁର୍ଭିକ୍ଷ ସକାଶୁ ଆଉ ନିନ୍ଦା ପାଇବ ନାହିଁ।
31 その時あなたがたは自身の悪しきおこないと、良からぬわざとを覚えて、その罪と、その憎むべきこととのために、みずから恨む。
ସେହି ସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବ; ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ।
32 わたしがなすことはあなたがたのためではないと、主なる神は言われる。あなたがたはこれを知れ。イスラエルの家よ、あなたがたは自分のおこないを恥じて悔やむべきである。
ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଆପଣା ଆପଣାର ଆଚରଣ ସକାଶୁ ଲଜ୍ଜିତ ଓ ବିଷଣ୍ଣ ହୁଅ।
33 主なる神はこう言われる、わたしは、あなたがたのすべての罪を清める日に、町々に人を住ませ、その荒れ跡を建て直す。
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେହି ଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ।
34 荒れた地は、行き来の人々の目に荒れ地と見えたのに引きかえて耕される。
ପୁଣି, ଯେଉଁ ଦେଶ ପଥିକସକଳର ଦୃଷ୍ଟିରେ ଧ୍ୱଂସସ୍ଥାନ ହୋଇଥିଲା, ତହିଁରେ କୃଷିକାର୍ଯ୍ୟ କରାଯିବ।
35 そこで人々は言う、『この荒れた地は、エデンの園のようになった。荒れ、滅び、くずれた町々は、堅固になり、人の住む所となった』と。
ତହିଁରେ ଲୋକମାନେ କହିବେ, ‘ଏହି ଧ୍ୱଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ୱଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀର-ବେଷ୍ଟିତ ଓ ବସତି ସ୍ଥାନ ହୋଇଅଛି।’
36 あなたがたの周囲に残った諸国民は主なるわたしがくずれた所を建て直し、荒れた所にものを植えたということを悟るようになる。主なるわたしがこれを言い、これをなすのである。
ସେତେବେଳେ ଆମ୍ଭେ ସଦାପ୍ରଭୁ ଯେ ଉତ୍ପାଟିତ ସ୍ଥାନସବୁ ନିର୍ମାଣ କରିଅଛୁ ଓ ଧ୍ୱଂସିତ ସ୍ଥାନରେ ରୋପଣ କରିଅଛୁ, ଏହା ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅବଶିଷ୍ଟ ଗୋଷ୍ଠୀୟମାନେ ଜ୍ଞାତ ହେବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଆମ୍ଭେ ଏହା ସଫଳ କରିବା।
37 主なる神はこう言われる、イスラエルの家は、わたしが次のことを彼らのためにするように、わたしに求めるべきである。すなわち人を群れのようにふやすこと、
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ପଲ ପରି ସେମାନଙ୍କର ପୁରୁଷଗଣଙ୍କୁ ବୃଦ୍ଧି କରିବା।
38 すなわち犠牲のための群れのように、エルサレムの祝い日の群れのようにすることである。こうして荒れた町々は人の群れで満ちる。その時人々は、わたしが主であることを悟るようになる」。
ଯେପରି ବଳିଯୋଗ୍ୟ ମେଷପଲ, ଯେପରି ନିରୂପିତ ପର୍ବମାନର ସମୟରେ ଯିରୂଶାଲମର ପଲ; ସେହିପରି ଶୂନ୍ୟ ନଗରସକଳ ପଲ ପଲ ମନୁଷ୍ୟରେ ପରିପୂର୍ଣ୍ଣ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”

< エゼキエル書 36 >