< 創世記 16 >
1 アブラムの妻サライは子を産まなかった。彼女にひとりのつかえめがあった。エジプトの女で名をハガルといった。
ଅବ୍ରାମଙ୍କର ଭାର୍ଯ୍ୟା ସାରୀ ନିଃସନ୍ତାନା ଥିଲେ, ପୁଣି, ହାଗାର ନାମ୍ନୀ ତାଙ୍କର ଏକ ମିସରୀୟା ଦାସୀ ଥିଲା।
2 サライはアブラムに言った、「主はわたしに子をお授けになりません。どうぞ、わたしのつかえめの所におはいりください。彼女によってわたしは子をもつことになるでしょう」。アブラムはサライの言葉を聞きいれた。
ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ଦେଖ, ସଦାପ୍ରଭୁ ମୋତେ ବନ୍ଧ୍ୟା କରିଅଛନ୍ତି; ଏଣୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଏହି ଦାସୀର ସହବାସ କର; କେଜାଣି ମୁଁ ଏହା ଯୋଗୁଁ ପୁତ୍ର ପାଇ ପାରିବି।” ତେବେ ଅବ୍ରାମ ସାରୀଙ୍କର ବାକ୍ୟରେ ସମ୍ମତ ହେଲେ।
3 アブラムの妻サライはそのつかえめエジプトの女ハガルをとって、夫アブラムに妻として与えた。これはアブラムがカナンの地に十年住んだ後であった。
ଅବ୍ରାମ କିଣାନ ଦେଶରେ ଦଶ ବର୍ଷ ବାସ କଲା ଉତ୍ତାରେ ତାଙ୍କର ଭାର୍ଯ୍ୟା ସାରୀ ଆପଣା ମିସରୀୟା ଦାସୀ ହାଗାରକୁ ନେଇ ଆପଣା ସ୍ୱାମୀ ଅବ୍ରାମ ସହିତ ବିବାହ ଦେଲେ।
4 彼はハガルの所にはいり、ハガルは子をはらんだ。彼女は自分のはらんだのを見て、女主人を見下げるようになった。
ଏଥିଉତ୍ତାରେ ଅବ୍ରାମ ହାଗାରର ସହବାସ କରନ୍ତେ, ସେ ଗର୍ଭବତୀ ହେଲା; ପୁଣି, ଆପଣାର ଗର୍ଭ ହୋଇଅଛି, ଏହା ଜାଣି ସେ ନିଜ ସାଆନ୍ତାଣୀଙ୍କୁ ତୁଚ୍ଛଜ୍ଞାନ କରିବାକୁ ଲାଗିଲା।
5 そこでサライはアブラムに言った、「わたしが受けた害はあなたの責任です。わたしのつかえめをあなたのふところに与えたのに、彼女は自分のはらんだのを見て、わたしを見下さげます。どうか、主があなたとわたしの間をおさばきになるように」。
ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”
6 アブラムはサライに言った、「あなたのつかえめはあなたの手のうちにある。あなたの好きなように彼女にしなさい」。そしてサライが彼女を苦しめたので、彼女はサライの顔を避けて逃げた。
ତହିଁରେ ଅବ୍ରାମ ସାରୀଙ୍କୁ କହିଲେ, “ଦେଖ, ତୁମ୍ଭର ଦାସୀ ତୁମ୍ଭ ହାତରେ ଅଛି; ତୁମ୍ଭକୁ ଯାହା ଭଲ ଦିଶେ, ତାହା ତାʼ ପ୍ରତି କର।” ତହିଁରେ ସାରୀ ହାଗାର ପ୍ରତି କଠିନ ବ୍ୟବହାର କରନ୍ତେ, ସେ ତାଙ୍କ ପାଖରୁ ପଳାଇଗଲା।
7 主の使は荒野にある泉のほとり、すなわちシュルの道にある泉のほとりで、彼女に会い、
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,
8 そして言った、「サライのつかえめハガルよ、あなたはどこからきたのですか、またどこへ行くのですか」。彼女は言った、「わたしは女主人サライの顔を避けて逃げているのです」。
“ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ? ପୁଣି, କେଉଁଠାକୁ ଯିବ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”
9 主の使は彼女に言った、「あなたは女主人のもとに帰って、その手に身を任せなさい」。
ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆପଣା ସାଆନ୍ତାଣୀ ନିକଟକୁ ଫେରିଯାଇ ନମ୍ର ଭାବରେ ତାଙ୍କର ହସ୍ତର ବଶୀଭୂତା ହୁଅ।”
10 主の使はまた彼女に言った、「わたしは大いにあなたの子孫を増して、数えきれないほどに多くしましょう」。
ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଆମ୍ଭେ ତୁମ୍ଭ ବଂଶ ଏପରି ବୃଦ୍ଧି କରିବା, ଯେ ବାହୁଲ୍ୟ ସକାଶୁ ତାହା ଅଗଣ୍ୟ ହେବ।”
11 主の使はまた彼女に言った、「あなたは、みごもっています。あなたは男の子を産むでしょう。名をイシマエルと名づけなさい。主があなたの苦しみを聞かれたのです。
ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।
12 彼は野ろばのような人となり、その手はすべての人に逆らい、すべての人の手は彼に逆らい、彼はすべての兄弟に敵して住むでしょう」。
ପୁଣି, ସେ ମନୁଷ୍ୟମାନଙ୍କ ମଧ୍ୟରେ ବନ ଗର୍ଦ୍ଦଭ ସ୍ୱରୂପ ହେବ, ତାହାର ହସ୍ତ ସମସ୍ତଙ୍କ ବିରୁଦ୍ଧରେ ଓ ସମସ୍ତଙ୍କ ହସ୍ତ ତାହାର ବିରୁଦ୍ଧରେ ଥିବ, ପୁଣି, ସେ ଆପଣା ଭାଇମାନଙ୍କ ସମ୍ମୁଖରେ ବାସ କରିବ।”
13 そこで、ハガルは自分に語られた主の名を呼んで、「あなたはエル・ロイです」と言った。彼女が「ここでも、わたしを見ていられるかたのうしろを拝めたのか」と言ったことによる。
ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, “ମଦ୍ଦର୍ଶକ ପରମେଶ୍ୱର” (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି!”
14 それでその井戸は「ベエル・ラハイ・ロイ」と呼ばれた。これはカデシとベレデの間にある。
ଏଣୁ ସେହି କୂପର ନାମ ବେର-ଲହୟ-ରୋୟୀ ରଖାଗଲା। ସେହି କୂପ କାଦେଶ ଓ ବେରଦ ମଧ୍ୟରେ ଅଛି।
15 ハガルはアブラムに男の子を産んだ。アブラムはハガルが産んだ子の名をイシマエルと名づけた。
ଏଥିଉତ୍ତାରେ ହାଗାର ଅବ୍ରାମଙ୍କ ନିମନ୍ତେ ପୁତ୍ର ପ୍ରସବ କରନ୍ତେ, ଅବ୍ରାମ ହାଗାରଠାରୁ ଜାତ ଆପଣାର ସେହି ପୁତ୍ରର ନାମ ଇଶ୍ମାୟେଲ ଦେଲେ।
16 ハガルがイシマエルをアブラムに産んだ時、アブラムは八十六歳であった。
ଅବ୍ରାମଙ୍କର ଛୟାଅଶୀ ବର୍ଷ ବୟସରେ ହାଗାର ଅବ୍ରାମଙ୍କ ନିମନ୍ତେ ଇଶ୍ମାୟେଲକୁ ପ୍ରସବ କଲା।