< イザヤ書 36 >

1 ヒゼキヤ王の第十四年に、アッスリヤの王セナケリブが上ってきて、ユダのすべての堅固な町々を攻め取った。
ହିଜକୀୟ ରାଜାଙ୍କ ରାଜତ୍ଵର ଚତୁର୍ଦ୍ଦଶ ବର୍ଷରେ ଅଶୂରର ରାଜା ସନ୍‍‌‌ହେରୀବ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁର ବିରୁଦ୍ଧରେ ଆସି ତାହାସବୁ ହସ୍ତଗତ କଲା।
2 アッスリヤの王はラキシからラブシャケをエルサレムにつかわし、大軍を率いてヒゼキヤ王のもとへ行かせた。ラブシャケは布さらしの野へ行く大路に沿う、上の池の水道のかたわらに立った。
ତହିଁରେ ଅଶୂରର ରାଜା ରବ୍‍ଶାକିକୁ ମହାସୈନ୍ୟ ସହିତ ଲାଖୀଶ୍‍ଠାରୁ ଯିରୂଶାଲମକୁ ହିଜକୀୟ ରାଜା ନିକଟକୁ ପଠାଇଲା। ଆଉ, ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାଳ ନିକଟରେ ଠିଆ ହେଲା।
3 この時ヒルキヤの子である宮内卿エリアキム、書記官セブナおよびアサフの子である史官ヨアが彼の所に出てきた。
ତେବେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ, ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ।
4 ラブシャケは彼らに言った、「ヒゼキヤに言いなさい、『大王アッスリヤの王はこう仰せられる、あなたが頼みとする者は何か。
ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, “ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ‘ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ?
5 口先だけの言葉が戦争をする計略と力だと考えるのか。あなたは今だれを頼んで、わたしにそむいたのか。
ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?
6 見よ、あなたはかの折れかけている葦のつえエジプトを頼みとしているが、それは人が寄りかかるとき、その人の手を刺し通す。エジプトの王パロはすべて寄り頼む者にそのようにするのだ。
ଦେଖ, ତୁମ୍ଭେ ଏହି ଛେଚାନଳର ଯଷ୍ଟି ରୂପ ମିସର ଉପରେ ନିର୍ଭର କରୁଅଛ; ମାତ୍ର କେହି ତହିଁ ଉପରେ ଆଉଜିଲେ, ତାହା ତାହାର ହାତରେ ପଶି ଫୋଡ଼ି ପକାଇବ; ଯେଉଁମାନେ ମିସରୀୟ ରାଜା ଫାରୋ ଉପରେ ନିର୍ଭର ରଖନ୍ତି, ସେସମସ୍ତଙ୍କ ପ୍ରତି ସେ ତ ଏହି ପ୍ରକାର।
7 しかし、あなたがもし「われわれはわれわれの神、主を頼む」とわたしに言うならば、ヒゼキヤがユダとエルサレムに告げて、「あなたがたはこの祭壇の前で礼拝しなければならない」と言って除いたのは、その神の高き所と祭壇ではなかったのか。
ମାତ୍ର ଯଦି ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି?
8 さあ、今わたしの主君アッスリヤの王とかけをせよ。もしあなたの方に乗る人があるならば、わたしは馬二千頭を与えよう。
ଏହେତୁ ମୁଁ ବିନୟ କରୁଅଛି, ମୋʼ ପ୍ରଭୁ ଅଶୂରର ରାଜାଙ୍କ ସଙ୍ଗେ ପଣ କର, ମୁଁ ତୁମ୍ଭକୁ ଦୁଇ ହଜାର ଅଶ୍ୱ ଦେବି, ଯଦି ତୁମ୍ଭେ ପାର, ତେବେ ସେମାନଙ୍କ ଉପରେ ଚଢ଼ିବା ପାଇଁ ତୁମ୍ଭ ଆଡ଼ୁ ଲୋକ ଆଣ।
9 あなたはエジプトを頼み、戦車と騎兵を請い求めているが、わたしの主君の家来のうちの最も小さい一隊長でさえ、どうして撃退することができようか。
ତେବେ କିପରି ତୁମ୍ଭେ ମୋʼ ପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ ଏକ କ୍ଷୁଦ୍ରତମ ସେନାପତିକୁ ବିମୁଖ କରି ପାରିବ, ଆଉ ରଥ ଓ ଅଶ୍ୱାରୋହୀ ନିମନ୍ତେ ମିସର ଉପରେ ବିଶ୍ୱାସ କରିବ?
10 わたしがこの国を滅ぼすために上ってきたのは、主の許しなしでしたことであろうか。主はわたしに、この国へ攻め上って、これを滅ぼせと言われたのだ』」。
ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।’”
11 その時、エリアキム、セブナおよびヨアはラブシャケに言った、「どうぞ、アラム語でしもべたちに話してください。わたしたちはそれがわかるからです。城壁の上にいる民の聞いているところで、わたしたちにユダヤの言葉で話さないでください」。
ଏଥିରେ ଇଲିୟାକୀମ୍‍, ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ।”
12 しかしラブシャケは言った、「わたしの主君は、あなたの主君とあなたにだけでなく、城壁の上に座している人々にも、この言葉を告げるために、わたしをつかわされたのではないか。彼らをも、あなたがたと共に自分の糞尿を食い飲みするに至らせるためではないか」。
ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, “ମୋʼ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭଙ୍କୁ ଏହିସବୁ କଥା କହିବା ପାଇଁ ମୋତେ ପଠାଇଅଛନ୍ତି? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କʼଣ ମୋତେ ପଠାଇ ନାହାନ୍ତି?”
13 そしてラブシャケは立ちあがり、ユダヤの言葉で大声に呼ばわって言った、「大王、アッスリヤの王の言葉を聞け。
ତହୁଁ ରବ୍‍ଶାକି ଠିଆ ହୋଇ ଉଚ୍ଚସ୍ୱରରେ ଯିହୁଦୀୟ ଭାଷାରେ ଏହି କଥା କହିଲା, “ତୁମ୍ଭେମାନେ ମହାରାଜ ଅଶୂରର ରାଜାଙ୍କ କଥା ଶୁଣ।
14 王はこう仰せられる、『あなたがたはヒゼキヤに欺かれてはならない。彼はあなたがたを救い出すことはできない。
ରାଜା ଏହି କଥା କହନ୍ତି, ‘ତୁମ୍ଭମାନଙ୍କୁ ଭୁଲାଇବା ପାଇଁ ହିଜକୀୟକୁ ଦିଅ ନାହିଁ; କାରଣ ସେ ତୁମ୍ଭମାନଙ୍କୁ ଉଦ୍ଧାର କରି ପାରିବ ନାହିଁ;
15 ヒゼキヤが、主は必ずわれわれを救い出される。この町はアッスリヤの王の手に陥ることはない、と言っても、あなたがたは主を頼みとしてはならない』。
କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ହିଜକୀୟ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ନ କରାଉ।
16 あなたがたはヒゼキヤの言葉を聞いてはならない。アッスリヤの王はこう仰せられる、『あなたがたは、わたしと和ぼくして、わたしに降服せよ。そうすれば、あなたがたはめいめい自分のぶどうの実を食べ、めいめい自分のいちじくの実を食べ、めいめい自分の井戸の水を飲むことができる。
ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର;
17 やがて、わたしが来て、あなたがたを一つの国へ連れて行く。それは、あなたがたの国のように穀物とぶどう酒の多い地、パンとぶどう畑の多い地だ。
ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍‍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି।
18 ヒゼキヤが、主はわれわれを救われる、と言って、あなたがたを惑わすことのないように気をつけよ。もろもろの国の神々のうち、どの神がその国をアッスリヤの王の手から救ったか。
ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ। ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କʼଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି?
19 ハマテやアルパデの神々はどこにいるか。セパルワイムの神々はどこにいるか。彼らはサマリヤをわたしの手から救い出したか。
ହମାତର ଓ ଅର୍ପଦର ଦେବତାମାନେ କାହାନ୍ତି? ସଫର୍ବୟିମର ଦେବତାମାନେ କାହାନ୍ତି? ଓ ସେମାନେ କʼଣ ମୋʼ ହସ୍ତରୁ ଶମରୀୟାକୁ ଉଦ୍ଧାର କରିଅଛନ୍ତି?
20 これらの国々のすべての神々のうちに、だれかその国をわたしの手から救い出した者があるか。主がどうしてエルサレムをわたしの手から救い出すことができよう』」。
ଏହିସବୁ ଦେଶର ଦେବତାଗଣ ମଧ୍ୟରୁ କେଉଁ ଦେବତାମାନେ ମୋʼ ହସ୍ତରୁ ଆପଣାମାନଙ୍କର ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମୋʼ ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ?’”
21 しかし民は黙ってひと言も答えなかった。王が命じて、「彼に答えてはならない」と言っておいたからである。
ମାତ୍ର ଲୋକମାନେ ନୀରବ ହୋଇ ରହିଲେ, ତାହାକୁ ପଦେ ମାତ୍ର ଉତ୍ତର କଲେ ନାହିଁ; କାରଣ ତାହାକୁ ଉତ୍ତର ନ ଦିଅ ବୋଲି ରାଜାର ଆଜ୍ଞା ଥିଲା।
22 その時ヒルキヤの子である宮内卿エリアキム、書記官セブナおよびアサフの子である史官ヨアは衣を裂き、ヒゼキヤのもとに来て、ラブシャケの言葉を彼に告げた。
ତହିଁରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍‍ଶାକିର କଥାସବୁ ତାହାକୁ ଜଣାଇଲେ।

< イザヤ書 36 >