< イザヤ書 39 >
1 そのころ、バラダンの子であるバビロンの王メロダク・バラダンは手紙と贈り物を持たせて使節をヒゼキヤにつかわした。これはヒゼキヤが病気であったが、直ったことを聞いたからである。
ସେହି ସମୟରେ ବଲ୍ଦନ୍ର ପୁତ୍ର ବାବିଲର ରାଜା ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ବାଦ ସେ ଶୁଣିଥିଲା।
2 ヒゼキヤは彼らを喜び迎えて、宝物の蔵、金銀、香料、貴重な油および武器倉、ならびにその倉庫にあるすべての物を彼らに見せた。家にある物も、国にある物も、ヒゼキヤが彼らに見せない物は一つもなかった。
ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧି ଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା।
3 時に預言者イザヤはヒゼキヤ王のもとに来て言った、「あの人々は何を言いましたか。どこから来たのですか」。ヒゼキヤは言った、「彼らは遠い国から、すなわちバビロンから来たのです」。
ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲା, “ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି।”
4 イザヤは言った、「彼らは、あなたの家で何を見ましたか」。ヒゼキヤは答えて言った、「彼らは、わたしの家にある物を皆見ました。倉庫のうちには、彼らに見せなかった物は一つもありません」。
ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲା, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”
5 そこでイザヤはヒゼキヤに言った、「万軍の主の言葉を聞きなさい。
ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।
6 見よ、すべてあなたの家にある物およびあなたの先祖たちが今日までに積みたくわえた物がバビロンに運び去られる日が来る。何も残るものはない、と主が言われます。
ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି; ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।
7 また、あなたの身から出るあなたの子たちも連れ去られて、バビロンの王の宮殿において宦官となるでしょう」。
ଆଉ, ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
8 ヒゼキヤはイザヤに言った、「あなたが言われた主の言葉は結構です」。彼は「少なくとも自分が世にある間は太平と安全があるだろう」と思ったからである。
ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋʼ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”