< ヨブ 記 24 >
1 なにゆえ、全能者はさばきの時を定めておかれないのか。なにゆえ、彼を知る者がその日を見ないのか。
କାହିଁକି ସର୍ବଶକ୍ତିମାନଙ୍କ ଦ୍ୱାରା ସମୟ ନିରୂପିତ ହୋଇ ନାହିଁ ଓ ତାହାଙ୍କୁ ଜାଣିବା ଲୋକମାନେ କାହିଁକି ତାହାଙ୍କ ଦିନ ଦେଖନ୍ତି ନାହିଁ?
2 世には地境を移す者、群れを奪ってそれを飼う者、
କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି, ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି।
3 みなしごのろばを追いやる者、やもめの牛を質に取る者、
ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି, ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି।
4 貧しい者を道から押しのける者がある。世の弱い者は皆彼らをさけて身をかくす。
ସେମାନେ ଦୀନହୀନକୁ ବାଟରୁ ତଡ଼ି ଦିଅନ୍ତି; ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି।
5 見よ、彼らは荒野におる野ろばのように出て働き、野で獲物を求めて、その子らの食物とする。
ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଆପଣା ଆପଣା କାର୍ଯ୍ୟରେ ବାହାରି ଯତ୍ନପୂର୍ବକ ଆହାର ଅନ୍ଵେଷଣ କରନ୍ତି; ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ।
6 彼らは畑でそのまぐさを刈り、また悪人のぶどう畑で拾い集める。
ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି।
7 彼らは着る物がなく、裸で夜を過ごし、寒さに身をおおうべき物もない。
ସେମାନେ ସାରାରାତ୍ରି ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ।
8 彼らは山の雨にぬれ、しのぎ場もなく岩にすがる。
ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି, ପୁଣି ଆଶ୍ରୟ ଅଭାବରୁ ଶୈଳରେ ଶରଣ ନିଅନ୍ତି।
9 (みなしごをその母のふところから奪い、貧しい者の幼な子を質にとる者がある。)
କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି;
10 彼らは着る物がなく、裸で歩き、飢えつつ麦束を運び、
ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି ଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତି;
11 悪人のオリブ並み木の中で油をしぼり、酒ぶねを踏んでも、かわきを覚える。
ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି।
12 町の中から死のうめきが起り、傷ついた者の魂が助けを呼び求める。しかし神は彼らの祈を顧みられない。
ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି, ଆହତ ଲୋକର ପ୍ରାଣ ଡାକ ପକାଏ; ତଥାପି ପରମେଶ୍ୱର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ।
13 光にそむく者たちがある。彼らは光の道を知らず、光の道にとどまらない。
ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ; ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ, ଅବା ତହିଁର ପଥରେ ରହନ୍ତି ନାହିଁ।
14 人を殺す者は暗いうちに起き出て弱い者と貧しい者を殺し、夜は盗びととなる。
ହତ୍ୟାକାରୀ ପ୍ରଭାତ ସମୟରେ ଉଠି ଦରିଦ୍ର ଓ ଦୀନହୀନକୁ ବଧ କରେ ଓ ରାତ୍ରିରେ ସେ ଚୋର ପରି ହୁଏ।
15 姦淫する者の目はたそがれを待って、『だれもわたしを見ていないだろう』と言い、顔におおう物を当てる。
ପାରଦାରିକର ଚକ୍ଷୁ ମଧ୍ୟ ସନ୍ଧ୍ୟାକାଳର ଅପେକ୍ଷା କରି କହେ, କେହି ମୋତେ ଦେଖିବ ନାହିଁ ଓ ସେ ଆପଣା ମୁଖ ଅନ୍ୟ ରୂପ କରେ।
16 彼らは暗やみで家をうがち、昼は閉じこもって光を知らない。
ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି; ସେମାନେ ଦିନ ବେଳେ ଲୁଚି ରହନ୍ତି, ସେମାନେ ଆଲୁଅ ଜାଣନ୍ତି ନାହିଁ।
17 彼らには暗黒は朝である。彼らは暗黒の恐れを友とするからだ。
କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଚ୍ଛାୟା ପରି ଅଟେ; ସେମାନେ ମୃତ୍ୟୁୁଚ୍ଛାୟାର ଭୟାନକତା ଜାଣନ୍ତି।”
18 あなたがたは言う、『彼らは水のおもてにすみやかに流れ去り、その受ける分は地でのろわれ、酒ぶねを踏む者はだれも彼らのぶどう畑の道に行かない。
“ସେ ଜଳ ଉପରେ ଶୀଘ୍ରଗାମୀ; ଦେଶରେ ସେମାନଙ୍କ ଅଧିକାର ଅଭିଶପ୍ତ ଅଟେ; ସେ ଦ୍ରାକ୍ଷାକ୍ଷେତ୍ରର ପଥ ଆଡ଼କୁ ଫେରେ ନାହିଁ।
19 ひでりと熱さは雪水を奪い去る、陰府が罪を犯した者に対するも、これと同様だ。 (Sheol )
ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ, ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ। (Sheol )
20 町の広場は彼らを忘れ、彼らの名は覚えられることなく、不義は木の折られるように折られる』と。
ଗର୍ଭ ତାହାକୁ ପାସୋରି ଯିବ; କୀଟ ସୁସ୍ୱାଦୁ ଭକ୍ଷ୍ୟ ପରି ତାହାକୁ ଖାଇବ, ସେ ଆଉ ସ୍ମରଣ କରାଯିବ ନାହିଁ; ପୁଣି, ଅଧର୍ମ ବୃକ୍ଷ ପରି ଭଙ୍ଗାଯିବ।
21 彼らは子を産まぬうまずめをくらい、やもめをあわれむことをしない。
ସେ ନିଃସନ୍ତାନା ବନ୍ଧ୍ୟାକୁ ଗ୍ରାସ କରେ ଓ ବିଧବାର ମଙ୍ଗଳ କରେ ନାହିଁ।
22 しかし神はその力をもって、強い人々を生きながらえさせられる。彼らは生きる望みのない時にも起きあがる。
ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ, ସେ ଉଠିଲେ କାହାରି ଜୀବନର ସ୍ଥିରତା ନ ଥାଏ।
23 神が彼らに安全を与えられるので、彼らは安らかである。神の目は彼らの道の上にある。
ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।
24 彼らはしばし高められて、いなくなり、ぜにあおいのように枯れて消えうせ、麦の穂先のように切り取られる。
ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି; ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯାʼନ୍ତି, ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯାʼନ୍ତି।
25 もし、そうでないなら、だれがわたしにその偽りを証明し、わが言葉のむなしいことを示しうるだろうか」。
ପୁଣି, ବର୍ତ୍ତମାନ ଯଦି ଏପରି ନ ହୁଏ, ତେବେ କିଏ ଆମ୍ଭକୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବ ଓ ଆମ୍ଭ କଥାକୁ ନିରର୍ଥକ କରିବ?”