< ヨブ 記 28 >
1 しろがねには掘り出す穴があり、精錬するこがねには出どころがある。
ନିଶ୍ଚୟ ରୂପାର ଆକର ଅଛି ଓ ଲୋକମାନେ ଯେଉଁ ସୁବର୍ଣ୍ଣ ପରିଷ୍କାର କରନ୍ତି, ତହିଁର ସ୍ଥାନ ଅଛି।
2 くろがねは土から取り、あかがねは石から溶かして取る。
ମୃତ୍ତିକାରୁ ଲୁହା କଢ଼ାଯାଏ ଓ ଧାତୁ ପ୍ରସ୍ତରରୁ ପିତ୍ତଳ ତରଳାଯାଏ।
3 人は暗やみを破り、いやはてまでも尋ねきわめて、暗やみおよび暗黒の中から鉱石を取る。
ମନୁଷ୍ୟ ଅନ୍ଧକାରର ସୀମା ନିର୍ଣ୍ଣୟ କରେ ଓ ପ୍ରାନ୍ତସୀମା ପର୍ଯ୍ୟନ୍ତ ନିବିଡ଼ ଅନ୍ଧକାର ଓ ମୃତ୍ୟୁୁଚ୍ଛାୟାସ୍ଥିତ ପ୍ରସ୍ତରସବୁ ଅନୁସନ୍ଧାନ କରେ।
4 彼らは人の住む所を離れて縦穴をうがち、道行く人に忘れられ、人を離れて身をつりさげ、揺れ動く。
ସେ ମନୁଷ୍ୟମାନଙ୍କ ପ୍ରବାସ-ସ୍ଥାନରୁ ଦୂରରେ ସୁଡ଼ଙ୍ଗ ଖୋଳେ; ସେମାନେ ନିକଟଗାମୀ ଚରଣ ଦ୍ୱାରା ବିସ୍ମୃତ ହୁଅନ୍ତି; ସେମାନେ ମନୁଷ୍ୟମାନଙ୍କଠାରୁ ଦୂରରେ ଝୁଲନ୍ତି, ସେମାନେ ଏଣେତେଣେ ଦୋହଲନ୍ତି।
5 地はそこから食物を出す。その下は火でくつがえされるようにくつがえる。
ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ।
6 その石はサファイヤのある所、そこにはまた金塊がある。
ତହିଁର ପ୍ରସ୍ତର ନୀଳକାନ୍ତମଣିର ସ୍ଥାନ ଓ ତହିଁରେ ସୁବର୍ଣ୍ଣ ରେଣୁ ଥାଏ।
କୌଣସି ଶିକାରୀ ପକ୍ଷୀ ସେହି ପଥ ଜାଣେ ନାହିଁ, କିଅବା ବାଜପକ୍ଷୀର ଚକ୍ଷୁ ହିଁ ତାହା ଦେଖି ନାହିଁ;
8 猛獣もこれを踏まず、ししもこれを通らなかった。
ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି, ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ।
9 人は堅い岩に手をくだして、山を根元からくつがえす。
ମନୁଷ୍ୟ ଦୃଢ଼ ଶୈଳ ଉପରେ ଆପଣା ହାତ ଦିଏ; ସେ ପର୍ବତଗଣକୁ ସମୂଳେ ଓଲଟାଇ ପକାଏ।
10 彼は岩に坑道を掘り、その目はもろもろの尊い物を見る。
ସେ ଶୈଳ ମଧ୍ୟରେ ନାଳ କାଟେ ଓ ତାହାର ଚକ୍ଷୁ ସର୍ବପ୍ରକାର ବହୁମୂଲ୍ୟ ଦ୍ରବ୍ୟ ଦେଖେ।
11 彼は水路をふさいで、漏れないようにし、隠れた物を光に取り出す。
ନ ଝରିବା ପାଇଁ ସେ ଜଳସ୍ରୋତ ବନ୍ଦ କରେ; ଆଉ, ସେ ଆଲୁଅକୁ ଗୁପ୍ତ ଦ୍ରବ୍ୟ ଆଣେ।
12 しかし知恵はどこに見いだされるか。悟りのある所はどこか。
ମାତ୍ର ଜ୍ଞାନ କେଉଁଠାରେ ପ୍ରାପ୍ତ ହୁଏ? ଓ ବୁଦ୍ଧିର ସ୍ଥାନ କାହିଁ?
13 人はそこに至る道を知らない、また生ける者の地でそれを獲ることができない。
ମନୁଷ୍ୟ ତହିଁର ମୂଲ୍ୟ ଜାଣେ ନାହିଁ; କିଅବା ଜୀବିତମାନଙ୍କ ଦେଶରେ ତାହା ମିଳେ ନାହିଁ।
14 淵は言う、『それはわたしのうちにない』と。また海は言う、『わたしのもとにない』と。
ବାରିଧି କହେ, ‘ତାହା ମୋʼ ଠାରେ ନାହିଁ;’ ପୁଣି, ସମୁଦ୍ର କହେ, ‘ତାହା ମୋʼ ଠାରେ ନାହିଁ।’
15 精金もこれと換えることはできない。銀も量ってその価とすることはできない。
ସୁବର୍ଣ୍ଣ ଦ୍ୱାରା ତାହା ପ୍ରାପ୍ତ ହୋଇ ନ ପାରେ, କିଅବା ତହିଁର ମୂଲ୍ୟାର୍ଥେ ରୂପା ତୌଲା ଯିବ ନାହିଁ।
16 オフルの金をもってしても、その価を量ることはできない。尊い縞めのうも、サファイヤも同様である。
ଓଫୀରର ସୁବର୍ଣ୍ଣ ଦ୍ୱାରା ତହିଁର ମୂଲ୍ୟ କରାଯାଇ ନ ପାରେ, ବହୁମୂଲ୍ୟ ଗୋମେଦକ ଅବା ନୀଳକାନ୍ତମଣି ଦ୍ୱାରା ନୁହେଁ।
17 こがねも、玻璃もこれに並ぶことができない。また精金の器物もこれと換えることができない。
ସ୍ୱର୍ଣ୍ଣ ଓ କାଚ ତହିଁର ସମାନ ହୋଇ ନ ପାରେ; କିଅବା ଶୁଦ୍ଧ ସ୍ୱର୍ଣ୍ଣାଭରଣ ତହିଁର ପରିବର୍ତ୍ତ ହେବ ନାହିଁ।
18 さんごも水晶も言うに足りない。知恵を得るのは真珠を得るのにまさる。
ତହିଁ ନିକଟରେ ପ୍ରବାଳ ଓ ସ୍ପଟିକର କଥା କୁହାଯାଏ ନାହିଁ; କାରଣ ପଦ୍ମରାଗ ମଣି ଅପେକ୍ଷା ଜ୍ଞାନର ମୂଲ୍ୟ ଅଧିକ।
19 エチオピヤのトパズもこれに並ぶことができない。純金をもってしても、その価を量ることはできない。
କୂଶଦେଶୀୟ ପୀତମଣି ତହିଁର ସମାନ ହେବ ନାହିଁ, କିଅବା ନିର୍ମଳ ସୁବର୍ଣ୍ଣରେ ତହିଁର ମୂଲ୍ୟ କରାଯିବ ନାହିଁ।
20 それでは知恵はどこから来るか。悟りのある所はどこか。
ତେବେ ଜ୍ଞାନ କେଉଁଠାରୁ ଆସେ? ଓ ବୁଦ୍ଧିର ସ୍ଥାନ କାହିଁ?
21 これはすべての生き物の目に隠され、空の鳥にも隠されている。
ତାହା ତ ସମସ୍ତ ପ୍ରାଣୀଙ୍କ ଚକ୍ଷୁରୁ ଗୁପ୍ତ ଓ ଆକାଶର ପକ୍ଷୀମାନଙ୍କଠାରୁ ଆବୃତ କରାଯାଇଅଛି।
22 滅びも死も言う、『われわれはそのうわさを耳に聞いただけだ』。
ବିନାଶ ଓ ମୃତ୍ୟୁୁ କହନ୍ତି, ‘ଆମ୍ଭେମାନେ ସ୍ୱକର୍ଣ୍ଣରେ ତହିଁର ଜନରବ ଶୁଣିଅଛୁ।’
23 神はこれに至る道を悟っておられる、彼はそのある所を知っておられる。
ପରମେଶ୍ୱର ତହିଁର ପଥ ଜାଣନ୍ତି ଓ ସେ ତହିଁର ସ୍ଥାନ ଜ୍ଞାତ ଅଛନ୍ତି।
24 彼は地の果までもみそなわし、天が下を見きわめられるからだ。
କାରଣ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅନାଇ ଓ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥାନ ଦେଖି
25 彼が風に重さを与え、水をますで量られたとき、
ବାୟୁର ଓଜନ ନିରୂପଣ କରନ୍ତି ଓ ପରିମାଣ ଦ୍ୱାରା ଜଳ ପରିମିତ କରନ୍ତି।
26 彼が雨のために規定を設け、雷のひらめきのために道を設けられたとき、
ଯେତେବେଳେ ସେ ବୃଷ୍ଟିର ନିୟମ ନିରୂପଣ କଲେ ଓ ମେଘଗର୍ଜ୍ଜନର ବିଦ୍ୟୁତ୍ ପାଇଁ ପଥ ସ୍ଥିର କଲେ;
27 彼は知恵を見て、これをあらわし、これを確かめ、これをきわめられた。
ସେତେବେଳେ ସେ ତାହା ଦେଖିଲେ ଓ ତାହା ପ୍ରଚାର କଲେ; ସେ ତାହା ସ୍ଥାପନ କଲେ, ଆଉ ତହିଁର ତଦନ୍ତ କଲେ।
28 そして人に言われた、『見よ、主を恐れることは知恵である、悪を離れることは悟りである』と」。
ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।’”