< 士師記 13 >

1 イスラエルの人々がまた主の前に悪を行ったので、主は彼らを四十年の間ペリシテびとの手にわたされた。
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶ ବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ।
2 ここにダンびとの氏族の者で、名をマノアというゾラの人があった。その妻はうまずめで、子を産んだことがなかった。
ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା।
3 主の使がその女に現れて言った、「あなたはうまずめで、子を産んだことがありません。しかし、あなたは身ごもって男の子を産むでしょう。
ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।
4 それであなたは気をつけて、ぶどう酒または濃い酒を飲んではなりません。またすべて汚れたものを食べてはなりません。
ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;
5 あなたは身ごもって男の子を産むでしょう。その頭にかみそりをあててはなりません。その子は生れた時から神にささげられたナジルびとです。彼はペリシテびとの手からイスラエルを救い始めるでしょう」。
କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।”
6 そこでその女はきて夫に言った、「神の人がわたしのところにきました。その顔かたちは神の使の顔かたちのようで、たいそう恐ろしゅうございました。わたしはその人が、どこからきたのか尋ねませんでしたが、その人もわたしに名を告げませんでした。
ଏଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକୁ କହିଲା, “ପରମେଶ୍ୱରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ;
7 しかしその人はわたしに『あなたは身ごもって男の子を産むでしょう。それであなたはぶどう酒または濃い酒を飲んではなりません。またすべて汚れたものを食べてはなりません。その子は生れた時から死ぬ日まで神にささげられたナジルびとです』と申しました」。
ମାତ୍ର ସେ ମୋତେ କହିଲେ, ‘ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,’”
8 そこでマノアは主に願い求めて言った、「ああ、主よ、どうぞ、あなたがさきにつかわされた神の人をもう一度わたしたちに臨ませて、わたしたちがその生れる子になすべきことを教えさせてください」。
ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, “ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।”
9 神がマノアの願いを聞かれたので、神の使は女が畑に座していた時、ふたたび彼女に臨んだ。しかし夫マノアは一緒にいなかった。
ତହୁଁ ପରମେଶ୍ୱର ମାନୋହର ରବ ଶୁଣିଲେ; ପୁଣି ସେ ସ୍ତ୍ରୀ କ୍ଷେତ୍ରରେ ବସିଥିବା ବେଳେ ପରମେଶ୍ୱରଙ୍କ ଦୂତ ପୁନର୍ବାର ତାହା ନିକଟକୁ ଆସିଲେ; ମାତ୍ର ତାହାର ସ୍ୱାମୀ ମାନୋହ ତାହା ସଙ୍ଗରେ ନ ଥିଲା।
10 女は急ぎ走って行って夫に言った、「さきごろ、わたしに臨まれた人がまたわたしに現れました」。
ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ୱାମୀକୁ ସମ୍ବାଦ ଦେଇ କହିଲା, “ଦେଖ, ସେଦିନ ଯେଉଁ ଲୋକ ମୋʼ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି।”
11 マノアは立って妻のあとについて行き、その人のもとに行って言った、「あなたはかつてこの女にお告げになったおかたですか」。その人は言った、「そうです」。
ତହିଁରେ ମାନୋହ ଉଠି ଆପଣା ଭାର୍ଯ୍ୟାର ପଛେ ପଛେ ଗଲା ଓ ସେହି ଲୋକଙ୍କ ନିକଟକୁ ଆସି ତାହାଙ୍କୁ କହିଲା, “ଏହି ସ୍ତ୍ରୀ ସଙ୍ଗରେ ଯେ କଥା କହିଥିଲେ, ସେ କି ଆପଣ?” ସେ କହିଲେ, “ହଁ, ମୁଁ ସେହି।”
12 マノアは言った、「あなたの言われたことが事実となったとき、その子の育て方およびこれになすべき事はなんでしょうか」。
ତହୁଁ ମାନୋହ କହିଲା, “ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ?”
13 主の使はマノアに言った、「わたしがさきに女に言ったことは皆、守らせなければなりません。
ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ।
14 すなわちぶどうの木から産するものはすべて食べてはなりません。またぶどう酒と濃い酒を飲んではなりません。またすべて汚れたものを食べてはなりません。わたしが彼女に命じたことは皆、守らせなければなりません」。
ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।”
15 マノアは主の使に言った、「どうぞ、わたしたちに、あなたを引き留めさせ、あなたのために子やぎを備えさせてください」。
ଆହୁରି ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ବିନୟ କରୁଅଛି, ଆପଣଙ୍କ ପାଇଁ ଛେଳି ଛୁଆଟିଏ ପ୍ରସ୍ତୁତ କରିବା ଯାଏ ଆମ୍ଭେମାନେ ଆପଣଙ୍କୁ ଅଟକାଇ ରଖୁ।”
16 主の使はマノアに言った、「あなたがわたしを引き留めても、わたしはあなたの食物をたべません。しかしあなたが燔祭を備えようとなさるのであれば、主にそれをささげなさい」。マノアは彼が主の使であるのを知らなかったからである。
ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ତୁମ୍ଭେ ଆମ୍ଭକୁ ଅଟକାଇ ରଖିଲେ ହେଁ ଆମ୍ଭେ ତୁମ୍ଭ ଆହାର ଭୋଜନ କରିବୁ ନାହିଁ; ପୁଣି ଯେବେ ତୁମ୍ଭେ ହୋମବଳି ପ୍ରସ୍ତୁତ କର, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଉତ୍ସର୍ଗ କର।” ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ମାନୋହ ଜାଣି ନ ଥିଲା।
17 マノアは主の使に言った、「あなたの名はなんといいますか。あなたの言われたことが事実となったとき、わたしたちはあなたをあがめましょう」。
ଏଥିଉତ୍ତାରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ଆପଣଙ୍କର ନାମ କଅଣ? ଆପଣଙ୍କ ବାକ୍ୟ ସଫଳ ହେଲେ, ଆମ୍ଭେମାନେ ଆପଣଙ୍କର ଗୌରବ କରିବୁ।”
18 主の使は彼に言った、「わたしの名は不思議です。どうしてあなたはそれをたずねるのですか」。
ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆମ୍ଭ ନାମ କାହିଁକି ପଚାରୁଅଛ, ତାହା ତ ଆଶ୍ଚର୍ଯ୍ୟ?”
19 そこでマノアは子やぎと素祭とをとり、岩の上でそれを主にささげた。主は不思議なことをされ、マノアとその妻はそれを見た。
ତହିଁରେ ମାନୋହ ସେହି ଛେଳିଛୁଆ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୈଳ ଉପରେ ଉତ୍ସର୍ଗ କଲା। ତହୁଁ ଦୂତ ଆଶ୍ଚର୍ଯ୍ୟ ପ୍ରକାର କର୍ମ କଲେ, ଆଉ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ।
20 すなわち炎が祭壇から天にあがったとき、主の使は祭壇の炎のうちにあってのぼった。マノアとその妻は見て、地にひれ伏した。
ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ସେହି ଯଜ୍ଞବେଦିର ଅଗ୍ନିଶିଖାରେ ଊର୍ଦ୍ଧ୍ୱଗମନ କଲେ। ସେସମୟରେ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ; ଆଉ ସେମାନେ ଭୂମିରେ ମୁହଁ ମାଡ଼ି ପଡ଼ିଲେ।
21 主の使はふたたびマノアとその妻に現れなかった。その時マノアは彼が主の使であることを知った。
ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା।
22 マノアは妻に向かって言った、「わたしたちは神を見たから、きっと死ぬであろう」。
ଏଣୁ ମାନୋହ ଆପଣା ଭାର୍ଯ୍ୟାକୁ କହିଲା, “ଆମ୍ଭେମାନେ ପରମେଶ୍ୱରଙ୍କୁ ଦେଖିଅଛୁ, ଏଣୁ ଅବଶ୍ୟ ମରିବା।”
23 妻は彼に言った、「主がもし、わたしたちを殺そうと思われたのならば、わたしたちの手から燔祭と素祭をおうけにならなかったでしょう。またこれらのすべての事をわたしたちにお示しになるはずはなく、また今わたしたちにこのような事をお告げにならなかったでしょう」。
ମାତ୍ର ତାହାର ଭାର୍ଯ୍ୟା ତାହାକୁ କହିଲା, “ଯେବେ ଆମ୍ଭମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥାଆନ୍ତା, ତେବେ ସେ ଆମ୍ଭମାନଙ୍କ ହସ୍ତରୁ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଗ୍ରହଣ କରି ନ ଥାଆନ୍ତେ, ଅବା ସେ ଏସବୁ ବିଷୟ ଆମ୍ଭମାନଙ୍କୁ ଦେଖାଇ ନ ଥାଆନ୍ତେ, କିଅବା ଏସମୟରେ ଏପରି କଥା ଶୁଣାଇ ନ ଥାଆନ୍ତେ।”
24 やがて女は男の子を産んで、その名をサムソンと呼んだ。その子は成長し、主は彼を恵まれた。
ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍‍ଶୋନ୍‍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।
25 主の霊はゾラとエシタオルの間のマハネダンにおいて初めて彼を感動させた。
ପୁଣି ସଦାପ୍ରଭୁଙ୍କ ଆତ୍ମା ସରାୟ ଓ ଇଷ୍ଟାୟୋଲ ମଧ୍ୟବର୍ତ୍ତୀ ମହନୀ-ଦାନରେ ତାହାକୁ ଚଳାଇବାକୁ ଲାଗିଲେ।

< 士師記 13 >