< レビ記 20 >

1 主はまたモーセに言われた、
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 「イスラエルの人々に言いなさい、『イスラエルの人々のうち、またイスラエルのうちに寄留する他国人のうち、だれでもその子供をモレクにささげる者は、必ず殺されなければならない。すなわち、国の民は彼を石で撃たなければならない。
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।
3 わたしは顔をその人に向け、彼を民のうちから断つであろう。彼がその子供をモレクにささげてわたしの聖所を汚し、またわたしの聖なる名を汚したからである。
ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
4 その人が子供をモレクにささげるとき、国の民がもしことさらに、この事に目をおおい、これを殺さないならば、
ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,
5 わたし自身、顔をその人とその家族とに向け、彼および彼に見ならってモレクを慕い、これと姦淫する者を、すべて民のうちから断つであろう。
ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍‍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍‍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।
6 もし口寄せ、または占い師のもとにおもむき、彼らを慕って姦淫する者があれば、わたしは顔をその人に向け、これを民のうちから断つであろう。
ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍‍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
7 ゆえにあなたがたは、みずからを聖別し、聖なる者とならなければならない。わたしはあなたがたの神、主である。
ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
8 あなたがたはわたしの定めを守って、これを行わなければならない。わたしはあなたがたを聖別する主である。
ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।
9 だれでも父または母をのろう者は、必ず殺されなければならない。彼が父または母をのろったので、その血は彼に帰するであろう。
ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।
10 人の妻と姦淫する者、すなわち隣人の妻と姦淫する者があれば、その姦夫、姦婦は共に必ず殺されなければならない。
ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
11 その父の妻と寝る者は、その父をはずかしめる者である。彼らはふたりとも必ず殺されなければならない。その血は彼らに帰するであろう。
ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
12 子の妻と寝る者は、ふたり共に必ず殺されなければならない。彼らは道ならぬことをしたので、その血は彼らに帰するであろう。
ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
13 女と寝るように男と寝る者は、ふたりとも憎むべき事をしたので、必ず殺されなければならない。その血は彼らに帰するであろう。
ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
14 女をその母と一緒にめとるならば、これは悪事であって、彼も、女たちも火に焼かれなければならない。このような悪事をあなたがたのうちになくするためである。
ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।
15 男がもし、獣と寝るならば彼は必ず殺されなければならない。あなたがたはまた、その獣を殺さなければならない。
ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।
16 女がもし、獣に近づいて、これと寝るならば、あなたは、その女と獣とを殺さなければならない。彼らは必ず殺さるべきである。その血は彼らに帰するであろう。
ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
17 人がもし、その姉妹、すなわち父の娘、あるいは母の娘に近づいて、その姉妹のはだを見、女はその兄弟のはだを見るならば、これは恥ずべき事である。彼らは、その民の人々の目の前で、断たれなければならない。彼は、その姉妹を犯したのであるから、その罪を負わなければならない。
ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍‍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।
18 人がもし、月のさわりのある女と寝て、そのはだを現すならば、男は女の源を現し、女は自分の血の源を現したのであるから、ふたり共にその民のうちから断たれなければならない。
ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
19 あなたの母の姉妹、またはあなたの父の姉妹を犯してはならない。これは、自分の肉親の者を犯すことであるから、彼らはその罪を負わなければならない。
ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।
20 人がもし、そのおばと寝るならば、これはおじをはずかしめることであるから、彼らはその罪を負い、子なくして死ぬであろう。
ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।
21 人がもし、その兄弟の妻を取るならば、これは汚らわしいことである。彼はその兄弟をはずかしめたのであるから、彼らは子なき者となるであろう。
ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।
22 あなたがたはわたしの定めとおきてとをことごとく守って、これを行わなければならない。そうすれば、わたしがあなたがたを住まわせようと導いて行く地は、あなたがたを吐き出さぬであろう。
ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
23 あなたがたの前からわたしが追い払う国びとの風習に、あなたがたは歩んではならない。彼らは、このもろもろのことをしたから、わたしは彼らを憎むのである。
ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହି ସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।
24 わたしはあなたがたに言った、「あなたがたは、彼らの地を獲るであろう。わたしはこれをあなたがたに与えて、これを獲させるであろう。これは乳と蜜との流れる地である」。わたしはあなたがたを他の民から区別したあなたがたの神、主である。
ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
25 あなたがたは清い獣と汚れた獣、汚れた鳥と清い鳥を区別しなければならない。わたしがあなたがたのために汚れたものとして区別した獣、または鳥またはすべて地を這うものによって、あなたがたの身を忌むべきものとしてはならない。
ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ।
26 あなたがたはわたしに対して聖なる者でなければならない。主なるわたしは聖なる者で、あなたがたをわたしのものにしようと、他の民から区別したからである。
ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ।
27 男または女で、口寄せ、または占いをする者は、必ず殺されなければならない。すなわち、石で撃ち殺さなければならない。その血は彼らに帰するであろう』」。
ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”

< レビ記 20 >