< レビ記 8 >

1 主はまたモーセに言われた、
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2 「あなたはアロンとその子たち、およびその衣服、注ぎ油、罪祭の雄牛、雄羊二頭、種入れぬパン一かごを取り、
“ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।
3 また全会衆を会見の幕屋の入口に集めなさい」。
ପୁଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀକୁ ଏକତ୍ର କର।”
4 モーセは主が命じられたようにした。そして会衆は会見の幕屋の入口に集まった。
ଆଉ, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା କଲେ; ତହିଁରେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀ ଏକତ୍ର ହେଲେ।
5 そこでモーセは会衆にむかって言った、「これは主があなたがたにせよと命じられたことである」。
ପୁଣି ମୋଶା ମଣ୍ଡଳୀକୁ କହିଲେ, “ଯାହା କରିବା ପାଇଁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ସେହି କଥା ଏହି।”
6 そしてモーセはアロンとその子たちを連れてきて、水で彼らを洗い清め、
ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ।
7 アロンに服を着させ、帯をしめさせ、衣をまとわせ、エポデを着けさせ、エポデの帯をしめさせ、それをもってエポデを身に結いつけ、
ପୁଣି ହାରୋଣଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ତାଙ୍କର କଟି ବାନ୍ଧିଲେ ଓ ତାଙ୍କୁ ଚୋଗା ପିନ୍ଧାଇଲେ ଓ ତହିଁ ଉପରେ ଏଫୋଦ ଦେଲେ, ପୁଣି ଏଫୋଦର ଚିତ୍ରିତ ପଟୁକା ବାନ୍ଧି ତହିଁ ସଙ୍ଗେ ଏଫୋଦକୁ ବାନ୍ଧିଲେ।
8 また胸当を着けさせ、その胸当にウリムとトンミムを入れ、
ଆଉ, ସେ ତାହା ଉପରେ ବୁକୁପଟା ଦେଲେ ଆଉ, ବୁକୁପଟାରେ ଊରୀମ୍‍ ଓ ତୁମ୍ମୀମ୍‍ ରଖିଲେ।
9 その頭に帽子をかぶらせ、その帽子の前に金の板、すなわち聖なる冠をつけさせた。主がモーセに命じられたとおりである。
ପୁଣି, ତାଙ୍କର ମସ୍ତକରେ ପଗଡ଼ି ରଖିଲେ; ପଗଡ଼ି ସମ୍ମୁଖରେ ସ୍ୱର୍ଣ୍ଣପତ୍ରର ପବିତ୍ର ମୁକୁଟ ଦେଲେ; ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା କଲେ।
10 モーセはまた注ぎ油を取り、幕屋とそのうちのすべての物に油を注いでこれを聖別し、
ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।
11 かつ、それを七たび祭壇に注ぎ、祭壇とそのもろもろの器、洗盤とその台に油を注いでこれを聖別し、
ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ।
12 また注ぎ油をアロンの頭に注ぎ、彼に油を注いでこれを聖別した。
ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।
13 モーセはまたアロンの子たちを連れてきて、服を彼らに着させ、帯を彼らにしめさせ、頭巾を頭に巻かせた。主がモーセに命じられたとおりである。
ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
14 彼はまた罪祭の雄牛を連れてこさせ、アロンとその子たちは、その罪祭の雄牛の頭に手を置いた。
ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।
15 モーセはこれをほふり、その血を取り、指をもってその血を祭壇の四すみの角につけて祭壇を清め、また残りの血を祭壇のもとに注いで、これを聖別し、これがためにあがないをした。
ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।
16 モーセはまたその内臓の上のすべての脂肪、肝臓の小葉、二つの腎臓とその脂肪とを取り、これを祭壇の上で焼いた。
ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।
17 ただし、その雄牛の皮と肉と汚物は宿営の外で、火をもって焼き捨てた。主がモーセに命じられたとおりである。
ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
18 彼はまた燔祭の雄羊を連れてこさせ、アロンとその子たちは、その雄羊の頭に手を置いた。
ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।
19 モーセはこれをほふって、その血を祭壇の周囲に注ぎかけた。
ତହୁଁ ସେ ତାକୁ ବଧ କଲେ, ପୁଣି ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।
20 そして、モーセはその雄羊を節々に切り分かち、その頭と切り分けたものと脂肪とを焼いた。
ଆଉ, ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ, ମାଂସଖଣ୍ଡସକଳ ଓ ମେଦ ଦଗ୍ଧ କଲେ।
21 またモーセは水でその内臓と足とを洗い、その雄羊をことごとく祭壇の上で焼いた。これは香ばしいかおりのための燔祭であって、主にささげる火祭である。主がモーセに命じられたとおりである。
ଆଉ, ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
22 彼はまたほかの雄羊、すなわち任職の雄羊を連れてこさせ、アロンとその子たちは、その雄羊の頭に手を置いた。
ଏଥିଉତ୍ତାରେ ସେ ଅନ୍ୟ ମେଷ, ଅର୍ଥାତ୍‍, ପଦନିଯୋଗାର୍ଥକ ମେଷ ଆଣିଲେ, ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତ ରଖିଲେ।
23 モーセはこれをほふり、その血を取って、アロンの右の耳たぶと、右手の親指と、右足の親指とにつけた。
ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।
24 またモーセはアロンの子たちを連れてきて、その血を彼らの右の耳たぶと、右手の親指と、右足の親指とにつけた。そしてモーセはその残りの血を、祭壇の周囲に注ぎかけた。
ଏଥିଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଡାହାଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।
25 彼はまたその脂肪、すなわち脂尾、内臓の上のすべての脂肪、肝臓の小葉、二つの腎臓とその脂肪、ならびにその右のももを取り、
ପୁଣି, ସେ ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ ଉପରିସ୍ଥ ସକଳ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା, ତହିଁର ମେଦ ଓ ଡାହାଣ ଜଙ୍ଘ ନେଲେ;
26 また主の前にある種入れぬパンのかごから種入れぬ菓子一つと、油を入れたパンの菓子一つと、煎餅一つとを取って、かの脂肪と右のももとの上に載せ、
ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;
27 これをすべてアロンの手と、その子たちの手に渡し、主の前に揺り動かさせて揺祭とした。
ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।
28 そしてモーセはこれを彼らの手から取り、祭壇の上で燔祭と共に焼いた。これは香ばしいかおりとする任職の供え物であって、主にささげる火祭である。
ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହି ସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।
29 そしてモーセはその胸を取り、主の前にこれを揺り動かして揺祭とした。これは任職の雄羊のうちモーセに帰すべき分であった。主がモーセに命じられたとおりである。
ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
30 モーセはまた注ぎ油と祭壇の上の血とを取り、これをアロンとその服、またその子たちとその服とに注いで、アロンとその服、およびその子たちと、その服とを聖別した。
ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ରସକଳକୁ ପବିତ୍ର କଲେ।
31 モーセはまたアロンとその子たちに言った、「会見の幕屋の入口でその肉を煮なさい。そして任職祭のかごの中のパンと共に、それをその所で食べなさい。これは『アロンとその子たちが食べなければならない、と言え』とわたしが命じられたとおりである。
ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।
32 あなたがたはその肉とパンとの残ったものを火で焼き捨てなければならない。
ପୁଣି, ମାଂସ ଓ ରୁଟିରୁ ଯାହା ଅବଶିଷ୍ଟ ରହିବ, ତାହା ତୁମ୍ଭେମାନେ ଅଗ୍ନିରେ ଦଗ୍ଧ କରିବ।
33 あなたがたはその任職祭の終る日まで七日の間、会見の幕屋の入口から出てはならない。あなたがたの任職は七日を要するからである。
ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ।
34 きょう行ったように、あなたがたのために、あがないをせよ、と主はお命じになった。
ଯେପରି ଆଜି କରାଯାଇଅଛି, ସେପରି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି।
35 あなたがたは会見の幕屋の入口に七日の間、日夜とどまり、主の仰せを守って、死ぬことのないようにしなければならない。わたしはそのように命じられたからである」。
ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”
36 アロンとその子たちは主がモーセによってお命じになったことを、ことごとく行った。
ତହୁଁ ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଆଜ୍ଞା କରିଥିଲେ, ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ସବୁ କଥା ପାଳନ କଲେ।

< レビ記 8 >