< マタイの福音書 12 >
1 そのころ、ある安息日に、イエスは麦畑の中を通られた。すると弟子たちは、空腹であったので、穂を摘んで食べはじめた。
ସେହି ସମୟରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଗଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ଡାଇ ଖାଇବାକୁ ଲାଗିଲେ।
2 パリサイ人たちがこれを見て、イエスに言った、「ごらんなさい、あなたの弟子たちが、安息日にしてはならないことをしています」。
କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି।
3 そこでイエスは彼らに言われた、「あなたがたは、ダビデとその供の者たちとが飢えたとき、ダビデが何をしたか読んだことがないのか。
ମାତ୍ର ସେ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?
4 すなわち、神の家にはいって、祭司たちのほか、自分も供の者たちも食べてはならぬ供えのパンを食べたのである。
ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ।
5 また、安息日に宮仕えをしている祭司たちは安息日を破っても罪にはならないことを、律法で読んだことがないのか。
କିମ୍ବା ବିଶ୍ରାମବାର ଦିନରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ?
6 あなたがたに言っておく。宮よりも大いなる者がここにいる。
ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ ବିଷୟ ଏଠାରେ ଅଛି।
7 『わたしが好むのは、あわれみであって、いけにえではない』とはどういう意味か知っていたなら、あなたがたは罪のない者をとがめなかったであろう。
କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ଅର୍ଥ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆନ୍ତ।
କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”
9 イエスはそこを去って、彼らの会堂にはいられた。
ସେ ସେହି ସ୍ଥାନରୁ ଚାଲିଯାଇ ସେମାନଙ୍କ ସମାଜଗୃହରେ ପ୍ରବେଶ କଲେ।
10 すると、そのとき、片手のなえた人がいた。人々はイエスを訴えようと思って、「安息日に人をいやしても、さしつかえないか」と尋ねた。
ଆଉ ଦେଖ, ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। ପୁଣି, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ, ବିଶ୍ରାମବାର ଦିନରେ ସୁସ୍ଥ କରିବା କଅଣ ବିଧିସଙ୍ଗତ?
11 イエスは彼らに言われた、「あなたがたのうちに、一匹の羊を持っている人があるとして、もしそれが安息日に穴に落ちこんだなら、手をかけて引き上げてやらないだろうか。
କିନ୍ତୁ ସେ ସେମାନଙ୍କୁ କହିଲେ, “ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାର ଦିନରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି?
12 人は羊よりも、はるかにすぐれているではないか。だから、安息日に良いことをするのは、正しいことである」。
ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ। ଏଣୁ ବିଶ୍ରାମବାର ଦିନରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ।
13 そしてイエスはその人に、「手を伸ばしなさい」と言われた。そこで手を伸ばすと、ほかの手のように良くなった。
ସେତେବେଳେ ସେ ସେହି ଲୋକଙ୍କୁ କହିଲେ, ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି, ଭଲ ହୋଇଗଲା।
14 パリサイ人たちは出て行って、なんとかしてイエスを殺そうと相談した。
କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ପାଇଁ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ।
15 イエスはこれを知って、そこを去って行かれた。ところが多くの人々がついてきたので、彼らを皆いやし、
ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ
16 そして自分のことを人々にあらわさないようにと、彼らを戒められた。
ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ରୂପେ ଆଜ୍ଞା ଦେଲେ,
17 これは預言者イザヤの言った言葉が、成就するためである、
ଯେପରି, ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
18 「見よ、わたしが選んだ僕、わたしの心にかなう、愛する者。わたしは彼にわたしの霊を授け、そして彼は正義を異邦人に宣べ伝えるであろう。
ଦେଖ, ଆମ୍ଭର ଦାସ, ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ; ଆମ୍ଭର ପ୍ରିୟପାତ୍ର, ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ; ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରାଇବା, ଆଉ ସେ ଅଣଯିହୁଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ।
19 彼は争わず、叫ばず、またその声を大路で聞く者はない。
ସେ ବିବାଦ କରିବେ ନାହିଁ, କିମ୍ବା ଉଚ୍ଚସ୍ୱର କରିବେ ନାହିଁ, କିମ୍ବା ଦାଣ୍ଡରେ କେହି ତାହାଙ୍କ ସ୍ୱର ଶୁଣିବ ନାହିଁ।
20 彼が正義に勝ちを得させる時まで、いためられた葦を折ることがなく、煙っている燈心を消すこともない。
ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା-ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ।
ଆଉ, ତାହାଙ୍କ ନାମରେ ଅଣଯିହୁଦୀମାନେ ଭରସା ରଖିବେ।
22 そのとき、人々が悪霊につかれた盲人のおしを連れてきたので、イエスは彼をいやして、物を言い、また目が見えるようにされた。
ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକକୁ ତାହାଙ୍କ ନିକଟକୁ ଅଣାଗଲା, ଆଉ ସେ ତାହାଙ୍କୁ ସୁସ୍ଥ କଲେ; ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା।
23 すると群衆はみな驚いて言った、「この人が、あるいはダビデの子ではあるまいか」。
ପୁଣି, ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କଅଣ ଦାଉଦଙ୍କ ସନ୍ତାନ ନୁହଁନ୍ତି?
24 しかし、パリサイ人たちは、これを聞いて言った、「この人が悪霊を追い出しているのは、まったく悪霊のかしらベルゼブルによるのだ」。
ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ, ଏ ଲୋକଟା ଭୂତପତି ବାଲ୍ଜିବୂଲ୍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ।
25 イエスは彼らの思いを見抜いて言われた、「おおよそ、内部で分れ争う国は自滅し、内わで分れ争う町や家は立ち行かない。
କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ, “ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ; ପୁଣି, ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତାହା ସ୍ଥିର ହୋଇ ରହିବ ନାହିଁ।
26 もしサタンがサタンを追い出すならば、それは内わで分れ争うことになる。それでは、その国はどうして立ち行けよう。
ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ?
27 もしわたしがベルゼブルによって悪霊を追い出すとすれば、あなたがたの仲間はだれによって追い出すのであろうか。だから、彼らがあなたがたをさばく者となるであろう。
ମୁଁ ଯେବେ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ବାହାର କରେ ତେବେ ତୁମ୍ଭମାନଙ୍କ ସନ୍ତାନଗଣ କାହା ସାହାଯ୍ୟରେ ସେମାନଙ୍କୁ ବାହାର କରନ୍ତି। ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ।
28 しかし、わたしが神の霊によって悪霊を追い出しているのなら、神の国はすでにあなたがたのところにきたのである。
କିନ୍ତୁ ମୁଁ ଯଦି ଈଶ୍ବରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି।
29 まただれでも、まず強い人を縛りあげなければ、どうして、その人の家に押し入って家財を奪い取ることができようか。縛ってから、はじめてその家を掠奪することができる。
ଅବା କେହି ପ୍ରଥମେ ବଳବାନ ଲୋକଙ୍କୁ ନ ବାନ୍ଧିଲେ କିପ୍ରକାରେ ତାହା ଘରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଚୋରି କରିପାରେ? ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ।
30 わたしの味方でない者は、わたしに反対するものであり、わたしと共に集めない者は、散らすものである。
ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।
31 だから、あなたがたに言っておく。人には、その犯すすべての罪も神を汚す言葉も、ゆるされる。しかし、聖霊を汚す言葉は、ゆるされることはない。
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ।
32 また人の子に対して言い逆らう者は、ゆるされるであろう。しかし、聖霊に対して言い逆らう者は、この世でも、きたるべき世でも、ゆるされることはない。 (aiōn )
ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ।” (aiōn )
33 木が良ければ、その実も良いとし、木が悪ければ、その実も悪いとせよ。木はその実でわかるからである。
“ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ ନ ହେଲେ ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ, କାରଣ ଫଳ ଦ୍ୱାରା ଗଛ ଚିହ୍ନାଯାଏ।
34 まむしの子らよ。あなたがたは悪い者であるのに、どうして良いことを語ることができようか。おおよそ、心からあふれることを、口が語るものである。
ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
35 善人はよい倉から良い物を取り出し、悪人は悪い倉から悪い物を取り出す。
ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ।
36 あなたがたに言うが、審判の日には、人はその語る無益な言葉に対して、言い開きをしなければならないであろう。
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;
37 あなたは、自分の言葉によって正しいとされ、また自分の言葉によって罪ありとされるからである」。
ଯେଣୁ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ।”
38 そのとき、律法学者、パリサイ人のうちのある人々がイエスにむかって言った、「先生、わたしたちはあなたから、しるしを見せていただきとうございます」。
ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ, ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ।
39 すると、彼らに答えて言われた、「邪悪で不義な時代は、しるしを求める。しかし、預言者ヨナのしるしのほかには、なんのしるしも与えられないであろう。
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ୱେଷଣ କରନ୍ତି, ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।
40 すなわち、ヨナが三日三晩、大魚の腹の中にいたように、人の子も三日三晩、地の中にいるであろう。
କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବୃହତ୍ ମତ୍ସ୍ୟର ପେଟରେ ଥିଲେ, ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ।
41 ニネベの人々が、今の時代の人々と共にさばきの場に立って、彼らを罪に定めるであろう。なぜなら、ニネベの人々はヨナの宣教によって悔い改めたからである。しかし見よ、ヨナにまさる者がここにいる。
ନୀନିବୀ ସହରର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କଲେ, ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।
42 南の女王が、今の時代の人々と共にさばきの場に立って、彼らを罪に定めるであろう。なぜなら、彼女はソロモンの知恵を聞くために地の果から、はるばるきたからである。しかし見よ、ソロモンにまさる者がここにいる。
ଆଉ, ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ, ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”
43 汚れた霊が人から出ると、休み場を求めて水の無い所を歩きまわるが、見つからない。
“ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ପରେ ଜଳଶୂନ୍ୟ ସ୍ଥାନ ସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ।
44 そこで、出てきた元の家に帰ろうと言って帰って見ると、その家はあいていて、そうじがしてある上、飾りつけがしてあった。
ସେଥିରେ ସେ କୁହେ, ମୁଁ ଯେଉଁ ଘରୁ ବାହାରି ଆସିଲି, ମୋହର ସେହି ଘରକୁ ଫେରିଯିବି; ପୁଣି, ସେ ଆସି ତାହା ଶୂନ୍ୟ, ମାର୍ଜିତ ଓ ସୁଶୋଭିତ ଦେଖେ।
45 そこでまた出て行って、自分以上に悪い他の七つの霊を一緒に引き連れてきて中にはいり、そこに住み込む。そうすると、その人ののちの状態は初めよりももっと悪くなるのである。よこしまな今の時代も、このようになるであろう」。
ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ। ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ।”
46 イエスがまだ群衆に話しておられるとき、その母と兄弟たちとが、イエスに話そうと思って外に立っていた。
ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ।
47 それで、ある人がイエスに言った、「ごらんなさい。あなたの母上と兄弟がたが、あなたに話そうと思って、外に立っておられます」。
ସେଥିରେ ଜଣେ ତାହାଙ୍କୁ କହିଲା, ଦେଖନ୍ତୁ, ଆପଣଙ୍କ ମାଆ ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି।
48 イエスは知らせてくれた者に答えて言われた、「わたしの母とは、だれのことか。わたしの兄弟とは、だれのことか」。
କିନ୍ତୁ ଯେ ତାହାଙ୍କୁ ଏହି କଥା କହିଲା ତାହାଙ୍କୁ ସେ ଉତ୍ତର ଦେଲେ, “ମୋହର ମାଆ କିଏ? ଆଉ, ମୋହର ଭାଇମାନେ କିଏ?”
49 そして、弟子たちの方に手をさし伸べて言われた、「ごらんなさい。ここにわたしの母、わたしの兄弟がいる。
ପୁଣି, ସେ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ, “ଦେଖ, ମୋହର ମାଆ ଓ ମୋହର ଭାଇମାନେ,
50 天にいますわたしの父のみこころを行う者はだれでも、わたしの兄弟、また姉妹、また母なのである」。
କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଆ।”