< 詩篇 58 >
1 聖歌隊の指揮者によって、「滅ぼすな」というしらべにあわせてうたわせたダビデのミクタムの歌 あなたがた力ある者よ、まことにあなたがたは正しい事を語り、公平をもって人の子らをさばくのか。
ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍। ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ?
2 否、あなたがたは心のうちに悪い事をたくらみ、その手は地に暴虐を行う。
ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ।
3 悪しき者は胎を出た時から、そむき去り、生れ出た時から、あやまちを犯し、偽りを語る。
ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି।
ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;
5 彼らはへびの毒のような毒をもち、魔法使または巧みに呪文を唱える者の声を聞かない耳をふさぐ耳しいのまむしのようである。
ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ।
6 神よ、彼らの口の歯を折ってください。主よ、若いししのきばを抜き砕いてください。
ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।
7 彼らを流れゆく水のように消え去らせ、踏み倒される若草のように衰えさせてください。
ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।
8 また溶けてどろどろになるかたつむりのように、時ならず生れた日を見ぬ子のようにしてください。
ଯେଉଁ ଶାମୁକା ଯାଉ ଯାଉ ତରଳି ଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ।
9 あなたがたの釜がまだいばらの熱を感じない前に青いのも、燃えているのも共につむじ風に吹き払われるように彼らを吹き払ってください。
ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ।
10 正しい者は復讐を見て喜び、その足を悪しき者の血で洗うであろう。
ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।
11 そして人々は言うであろう、「まことに正しい者には報いがある。まことに地にさばきを行われる神がある」と。
ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।