< 詩篇 64 >

1 聖歌隊の指揮者によってうたわせたダビデの歌 神よ、わたしが嘆き訴えるとき、わたしの声をお聞きください。敵の恐れからわたしの命をお守りください。
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର।
2 わたしを隠して、悪を行う者のひそかなはかりごとから免れさせ、不義を行う者のはかりごとから免れさせてください。
କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ;
3 彼らはその舌をつるぎのようにとぎ、苦い言葉を矢のように放ち、
ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି
4 隠れた所から罪なき者を射ようとする。にわかに彼を射て恐れることがない。
ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍‍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ।
5 彼らは悪い企てを固くたもち、共にはかり、ひそかにわなをかけて言う、「だれがわれらを見破ることができるか。
ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ?”
6 だれがわれらの罪をたずね出すことができるか。われらは巧みに、はかりごとを考えめぐらしたのだ」と。人の内なる思いと心とは深い。
ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।
7 しかし神は矢をもって彼らを射られる。彼らはにわかに傷をうけるであろう。
ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; ସେଥିରେ ସେମାନେ ହଠାତ୍‍ ଆହତ ହେବେ।
8 神は彼らの舌のゆえに彼らを滅ぼされる。彼らを見る者は皆そのこうべを振るであろう。
ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ;
9 その時すべての人は恐れ、神のみわざを宣べ伝え、そのなされた事を考えるであろう。
ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।
10 正しい人は主にあって喜び、かつ主に寄り頼む。すべて心の直き者は誇ることができる。
ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।

< 詩篇 64 >