< 詩篇 79 >
1 アサフの歌 神よ、もろもろの異邦人はあなたの嗣業の地を侵し、あなたの聖なる宮をけがし、エルサレムを荒塚としました。
ଆସଫର ଗୀତ। ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି।
2 彼らはあなたのしもべのしかばねを空の鳥に与えてえさとし、あなたの聖徒の肉を地の獣に与え、
ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି।
3 その血をエルサレムのまわりに水のように流し、これを葬る人がありませんでした。
ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା।
4 われらは隣り人にそしられ、まわりの人々に侮られ、あざけられる者となりました。
ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।
5 主よ、いつまでなのですか。とこしえにお怒りになられるのですか。あなたのねたみは火のように燃えるのですか。
ହେ ସଦାପ୍ରଭୋ, କେତେ କାଳ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ?
6 どうか、あなたを知らない異邦人と、あなたの名を呼ばない国々の上にあなたの怒りを注いでください。
ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ।
7 彼らはヤコブを滅ぼし、そのすみかを荒したからです。
କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି।
8 われらの先祖たちの不義をみこころにとめられず、あわれみをもって、すみやかにわれらを迎えてください。われらは、はなはだしく低くされたからです。
ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ।
9 われらの救の神よ、み名の栄光のためにわれらを助け、み名のためにわれらを救い、われらの罪をおゆるしください。
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।
10 どうして異邦人は言うのでしょう、「彼らの神はどこにいるのか」と。あなたのしもべらの流された血の報いをわれらのまのあたりになして、異邦人に知らせてください。
ଅନ୍ୟ ଦେଶୀୟମାନେ କାହିଁକି କହିବେ, ସେମାନଙ୍କର ପରମେଶ୍ୱର କାହାନ୍ତି? ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।
11 捕われ人の嘆きをあなたのみ前にいたらせ、あなたの大いなる力により、死に定められた者を守りながらえさせてください。
ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର।
12 主よ、われらの隣り人があなたをそしったそしりを七倍にして彼らのふところに報い返してください。
ପୁଣି, ହେ ପ୍ରଭୋ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ।
13 そうすれば、あなたの民、あなたの牧の羊は、とこしえにあなたに感謝し、世々あなたをほめたたえるでしょう。
ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ, ଆମ୍ଭେମାନେ ସଦାକାଳ ତୁମ୍ଭର ଧନ୍ୟବାଦ କରିବା; ଆମ୍ଭେମାନେ ସମସ୍ତ ପିଢ଼ି ପ୍ରତି ତୁମ୍ଭର ପ୍ରଶଂସା ପ୍ରକାଶ କରିବା।