< 詩篇 81 >
1 聖歌隊の指揮者によってギテトのしらべにあわせてうたわせたアサフの歌 われらの力なる神にむかって高らかに歌え。ヤコブの神にむかって喜びの声をあげよ。
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ। ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
2 歌をうたい、鼓を打て。良い音の琴と立琴とをかきならせ。
ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ।
3 新月と満月とわれらの祭の日とにラッパを吹きならせ。
ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ।
4 これはイスラエルの定め、ヤコブの神のおきてである。
କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ।
5 神が出てエジプトの国を攻められたとき、ヨセフのなかにこれを立てて、あかしとされた。わたしはかしこでまだ知らなかった言葉を聞いた、
ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ।
6 「わたしはあなたの肩から重荷をのぞき、あなたの手をかごから免れさせた。
“ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା।
7 あなたが悩んだとき、呼ばわったのでわたしはあなたを救った。わたしは雷の隠れた所で、あなたに答え、メリバの水のほとりで、あなたを試みた。 (セラ)
ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। (ସେଲା)
8 わが民よ、聞け、わたしはあなたに勧告する。イスラエルよ、あなたがわたしに聞き従うことを望む。
ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ!
9 あなたのうちに他の神があってはならない。あなたは外国の神を拝んではならない。
ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ।
10 わたしはエジプトの国から、あなたをつれ出したあなたの神、主である。あなたの口を広くあけよ、わたしはそれを満たそう。
ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା।
11 しかしわが民はわたしの声に聞き従わず、イスラエルはわたしを好まなかった。
ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ।
12 それゆえ、わたしは彼らをそのかたくなな心にまかせ、その思いのままに行くにまかせた。
ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ।
13 わたしはわが民のわたしに聞き従い、イスラエルのわが道に歩むことを欲する。
ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା!
14 わたしはすみやかに彼らの敵を従え、わが手を彼らのあだに向けよう。
ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ।
15 主を憎む者も彼らに恐れ従い、彼らの時はとこしえに続くであろう。
ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।
16 わたしは麦の最も良いものをもってあなたを養い、岩から出た蜜をもってあなたを飽かせるであろう」。
ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ।”