< 創世記 12 >

1 爰にヱホバ、アブラムに言たまひけるは汝の國を出で汝の親族に別れ汝の父の家を離れて我が汝に示さん其地に至れ
ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ।
2 我汝を大なる國民と成し汝を祝み汝の名を大ならしめん汝は祉福の基となるべし
ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।
3 我は汝を祝する者を祝し汝を詛ふ者を詛はん天下の諸の宗族汝によりて福禔を獲と
ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
4 アブラム乃ちヱホバの自己に言たまひし言に從て出たりロト彼と共に行りアブラムはハランを出たる時七十五歳なりき
ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।
5 アブラム其妻サライと其弟の子ロトおよび其集めたる總の所有とハランにて獲たる人衆を携へてカナンの地に往んとて出で遂にカナンの地に至れり
ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।
6 アブラム其地を經過てシケムの處に及びモレの橡樹に至れり其時にカナン人其地に住り
ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ।
7 茲にヱホバ、アブラムに顯現れて我汝の苗裔に此地に與へんといひたまへり彼處にて彼己に顯現れたまひしヱホバに壇を築けり
ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା;” ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
8 彼其處よりベテルの東の山に移りて其天幕を張り西にベテル東にアイありき彼處にて彼ヱホバに壇を築きヱホバの名を龥り
ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
9 アブラム尚進て南に遷れり
ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ।
10 茲に饑饉其地にありければアブラム、エジプトに寄寓らんとて彼處に下れり其は饑饉其地に甚しかりければなり
ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।
11 彼近く來りてエジプトに入んとする時其妻サライに言けるは視よ我汝を觀て美麗き婦人なるを知る
ଏଥିଉତ୍ତାରେ ମିସର ଦେଶରେ ପ୍ରବେଶ କରିବାକୁ ଉଦ୍ୟତ ହୁଅନ୍ତେ, ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ କହିଲେ, “ଶୁଣ, ତୁମ୍ଭେ ଦେଖିବାକୁ ସୁନ୍ଦରୀ, ତାହା ମୁଁ ଜାଣେ।
12 是故にエジプト人汝を見る時是は彼の妻なりと言て我を殺さん然ど汝をば生存かん
ଏଥିପାଇଁ ମିସର ଦେଶୀୟ ଲୋକମାନେ ତୁମ୍ଭକୁ ଦେଖି ମୋହର ଭାର୍ଯ୍ୟା ବୋଲି ଜାଣିଲେ, ମୋତେ ବଧ କରି ତୁମ୍ଭକୁ ଜୀବିତା ରଖିବେ।
13 請ふ汝わが妹なりと言へ然ば我汝の故によりて安にしてわが命汝のために生存ん
ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭେ ମୋହର ଭଉଣୀ, ଏହା କହିବ; ତହିଁରେ ତୁମ୍ଭ ସକାଶେ ମୋହର ମଙ୍ଗଳ ହେବ ଓ ତୁମ୍ଭ ସକାଶୁ ମୋʼ ପ୍ରାଣ ରକ୍ଷା ପାଇବ।”
14 アブラム、エジプトに至りし時エジプト人此婦を見て甚だ美麗となせり
ଏଥିଉତ୍ତାରେ ଅବ୍ରାମ ମିସର ଦେଶରେ ପ୍ରବେଶ କରନ୍ତେ, ମିସରୀୟ ଲୋକମାନେ ସେହି ସ୍ତ୍ରୀଙ୍କୁ ପରମସୁନ୍ଦରୀ ଦେଖିଲେ।
15 またパロの大臣等彼を視て彼をパロの前に譽めければ婦遂にパロの家に召入れられたり
ପୁଣି, ଫାରୋଙ୍କର ଅଧିପତିମାନେ ତାଙ୍କୁ ଦେଖି ଫାରୋଙ୍କ ଛାମୁରେ ତାଙ୍କର ପ୍ରଶଂସା କରନ୍ତେ, ସେହି ସ୍ତ୍ରୀ ଫାରୋଙ୍କର ଗୃହକୁ ଅଣାଗଲେ।
16 是に於てパロ彼のために厚くアブラムを待ひてアブラム遂に羊牛僕婢牝牡の驢馬および駱駝を多く獲るに至れり
ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।
17 時にヱホバ、アブラムの妻サライの故によりて大なる災を以てパロと其家を惱したまへり
ମାତ୍ର ଅବ୍ରାମଙ୍କର ଭାର୍ଯ୍ୟା ସାରୀଙ୍କ ସକାଶୁ ସଦାପ୍ରଭୁ ଫାରୋ ଓ ତାଙ୍କର ପରିବାର ଉପରେ ମହାମାରୀ ଘଟାଇଲେ।
18 パロ、アブラムを召て言けるは汝が我になしたる此事は何ぞや汝何故に彼が汝の妻なるを我に告ざりしや
ଏହେତୁ ଫାରୋ ଅବ୍ରାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭ ସହିତ ଏ କି ବ୍ୟବହାର କଲ?
19 汝何故に彼はわが妹なりといひしや我幾彼をわが妻にめとらんとせり然ば汝の妻は此にあり挈去るべしと
ସେହି ସ୍ତ୍ରୀ ତୁମ୍ଭର ଭାର୍ଯ୍ୟା, ଏ କଥା ଆମ୍ଭକୁ କାହିଁକି କହିଲ ନାହିଁ? ତାଙ୍କୁ କାହିଁକି ଆପଣାର ଭଗିନୀ ବୋଲି କହିଲ? ତହିଁରେ ଆମ୍ଭେ ତାଙ୍କୁ ବିବାହ କରିବାକୁ ନେଲୁ; ଏବେ ତୁମ୍ଭ ଭାର୍ଯ୍ୟାଙ୍କୁ ଦେଖ, ତାଙ୍କୁ ଘେନି ଚାଲିଯାଅ।”
20 パロ即ち彼の事を人々に命じければ彼と其妻および其有る諸の物を送りさらしめたり
ତହୁଁ ଫାରୋ ଲୋକମାନଙ୍କୁ ତାଙ୍କ ବିଷୟରେ ଆଜ୍ଞା ଦେଲେ, ଆଉ ସେମାନେ ସର୍ବସ୍ୱ ସହିତ ତାଙ୍କୁ ଓ ତାଙ୍କ ଭାର୍ଯ୍ୟାଙ୍କୁ ବିଦାୟ କଲେ।

< 創世記 12 >