< 創世記 14 >
1 當時シナルの王アムラペル、エラサルの王アリオク、エラムの王ケダラオメルおよびゴイムの王テダル等
ଏଥିଉତ୍ତାରେ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ୍ ରାଜା ଓ ଏଲମ୍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜାଙ୍କର ଅଧିକାର ସମୟରେ,
2 ソドムの王ベラ、ゴモルの王ビルシア、アデマの王シナブ、ゼボイムの王セメベルおよびベラ(即ち今のゾアル)の王と戰ひをなせり
ଏମାନେ ସଦୋମର ରାଜା ବିରା ଓ ହମୋରାର ରାଜା ବିର୍ଶା ଓ ଅଦ୍ମାର ରାଜା ଶିନାବ୍ ଓ ସବୋୟୀମର ରାଜା ଶିମେବର ଓ ବିଲାର, ଅର୍ଥାତ୍, ସୋୟରର ରାଜା ସହିତ ଯୁଦ୍ଧ କଲେ।
3 是等の五人の王皆結合てシデムの谷に至れり其處は今の鹽海なり
ଏସମସ୍ତେ ସୀଦ୍ଦୀମ ପଦାରେ, ଅର୍ଥାତ୍, ଲବଣ ସମୁଦ୍ର ନିକଟରେ ଏକତ୍ର ହୋଇଥିଲେ।
4 彼等は十二年ケダラオメルに事へ第十三年に叛けり
ଯେହେତୁ ସେମାନେ ବାର ବର୍ଷ ପର୍ଯ୍ୟନ୍ତ କଦର୍ଲାୟୋମର ରାଜାଙ୍କର ବଶୀଭୂତ ରହି ତ୍ରୟୋଦଶ ବର୍ଷରେ ତାଙ୍କର ବିଦ୍ରୋହୀ ହୋଇଥିଲେ,
5 第十四年にケダラオメルおよび彼と偕なる王等來りてアシタロテカルナイムのレパイム人、ハムのズジ人、シヤベキリアタイムのエミ人
ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅସ୍ତରୋତ୍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମ୍ରେ ଏମୀୟ ଲୋକମାନଙ୍କୁ,
6 およびセイル山のホリ人を撃て曠野の傍なるエルパランに至り
ଓ ପ୍ରାନ୍ତର ନିକଟସ୍ଥ ଏଲ-ପାରଣ ପର୍ଯ୍ୟନ୍ତ ସେୟୀର ପର୍ବତ ନିବାସୀ ହୋରୀୟ ଲୋକମାନଙ୍କୁ ଜୟ କଲେ।
7 彼等歸りてエンミシパテ(即ち今のカデシ)に至りアマレク人の國を盡く撃又ハザゾンタマルに住るアモリ人を撃り
ପୁଣି, ସେମାନେ ସେହି ସ୍ଥାନରୁ ବାହୁଡ଼ି ଐଣ୍ମିସ୍ପଟ୍, ଅର୍ଥାତ୍, କାଦେଶକୁ ଯାଇ ଅମାଲେକୀୟ ଲୋକମାନଙ୍କର ସମସ୍ତ ଦେଶ ଓ ହତ୍-ସସୋନ୍-ତାମର ନିବାସୀ ଇମୋରୀୟ ଲୋକମାନଙ୍କୁ ପରାସ୍ତ କଲେ।
8 爰にソドムの王ゴモラの王アデマの王ゼボイムの王およびベラ(即ち今のゾアル)の王出てシデムの谷にて彼等と戰ひを接たり
ଏହେତୁ ସଦୋମର ରାଜା ଓ ହମୋରାର ରାଜା ଓ ଅଦ୍ମାର ରାଜା ଓ ସବୋୟୀମର ରାଜା ଓ ବିଲାର, ଅର୍ଥାତ୍, ସୋୟରର ରାଜା, ଏହି ପାଞ୍ଚ ରାଜା ମିଳିତ ହୋଇ,
9 即ち彼五人の王等エラムの王ケダラオメル、ゴイムの王テダル、シナルの王アムラペル、エラサルの王アリオクの四人と戰へり
ଏଲମ୍ର କଦର୍ଲାୟୋମର ରାଜା ଓ ଗୋୟିମର ତିଦୀୟଲ୍ ରାଜା ଓ ଶିନୀୟରର ଅମ୍ରାଫଲ୍ ରାଜା ଓ ଇଲ୍ଲାସରର ଅରୀୟୋକ୍ ରାଜା, ଏହି ଚାରି ରାଜାଙ୍କ ସହିତ ସୀଦ୍ଦୀମ ପଦାରେ ଯୁଦ୍ଧ କରିବାକୁ ଲାଗିଲେ।
10 シデムの谷には地瀝青の坑多かりしがソドムとゴモラの王等遁て其處に陷りぬ其餘の者は山に遁逃たり
ସେହି ସୀଦ୍ଦୀମ ପଦାରେ ମାଟିଆ ତୈଳର ଅନେକ ଖାତ ଥିଲା; ସଦୋମ ଓ ହମୋରାର ରାଜାଗଣ ପଳାଇ ଯାଉ ଯାଉ ତହିଁ ମଧ୍ୟରେ ପଡ଼ିଲେ, ପୁଣି, ଯେଉଁମାନେ ଅବଶିଷ୍ଟ ରହିଲେ, ସେମାନେ ପର୍ବତକୁ ପଳାଇଗଲେ।
11 是に於て彼等ソドムとゴモラの諸の物と其諸の食料を取て去れり
ଏଥିନିମନ୍ତେ ସେମାନେ ସଦୋମ ଓ ହମୋରାର ସମସ୍ତ ସମ୍ପତ୍ତି ଓ ଭକ୍ଷ୍ୟଦ୍ରବ୍ୟ ଲୁଟି ନେଇ ପ୍ରସ୍ଥାନ କଲେ।
12 彼等アブラムの姪ロトと其物を取て去り其は彼ソドムに住たればなり
ପୁଣି, ଅବ୍ରାମଙ୍କର ପୁତୁରା ସଦୋମନିବାସୀ ଲୋଟଙ୍କୁ ଓ ତାଙ୍କର ସମସ୍ତ ସମ୍ପତ୍ତି ନେଇ ଚାଲିଗଲେ।
13 茲に遁逃者來りてヘブル人アブラムに之を告たり時にアブラムはアモリ人マムレの橡林に住りマムレはエシコルの兄弟又アネルの兄弟なり是等はアブラムと契約を結べる者なりき
ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେର୍ର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି, ସେମାନେ ଅବ୍ରାମଙ୍କର ସହାୟ ଥିଲେ।
14 アブラム其兄弟の擄にせられしを聞しかば其熟練したる家の子三百十八人を率ゐてダンまで追いたり
ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନି ଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ।
15 其家臣を分ちて夜に乗じて彼等を攻め彼等を撃破りてダマスコの左なるホバまで彼等を追ゆけり
ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରିକାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ।
16 アブラム斯諸の物を奪回し亦其兄弟ロトと其物および婦人と人民を取回せり
ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ।
17 アブラム、ケダラオメルおよび彼と偕なる王等を撃破りて歸れる時ソドムの王シヤベの谷(即ち今の王の谷)にて彼を迎へたり
ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍, ରାଜାର ପଦାକୁ ଗମନ କଲେ।
18 時にサレムの王メルキゼデク、パンと酒を携出せり彼は至高き神の祭司なりき
ପୁଣି, ଶାଲେମ୍ର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;
19 彼アブラムを祝して言けるは願くは天地の主なる至高神アブラムを祝福みたまへ
ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ-ପାତ୍ର ହେଉନ୍ତୁ;
20 願くは汝の敵を汝の手に付したまひし至高神に稱譽あれとアブラム乃ち彼に其諸の物の什分の一を餽れり
ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।
21 茲にソドムの王アブラムに言けるは人を我に與へ物を汝に取れと
ଏଥିଉତ୍ତାରେ ସଦୋମର ରାଜା ଅବ୍ରାମଙ୍କୁ କହିଲେ, “ତୁମ୍ଭେ ସମସ୍ତ ସମ୍ପତ୍ତି ନିଅ, ମାତ୍ର ମନୁଷ୍ୟ ସକଳ ଆମ୍ଭଙ୍କୁ ଦିଅ।”
22 アブラム、ソドムの王に言けるは我天地の主なる至高き神ヱホバを指て言ふ
ତହିଁରେ ଅବ୍ରାମ ସଦୋମର ରାଜାକୁ ଉତ୍ତର କଲେ, “ମୁଁ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହସ୍ତ ଉଠାଇ କହିଅଛି ଯେ,
23 一本の絲にても鞋帶にても凡て汝の所屬は我取ざるべし恐くは汝我アブラムを富しめたりと言ん
ମୁଁ ତୁମ୍ଭର କିଛି ନେବି ନାହିଁ, ଖଣ୍ଡିଏ ସୂତା କି ଜୋତାର ବନ୍ଧନୀ ହିଁ ନେବି ନାହିଁ; ପଛେ ଅବା ତୁମ୍ଭେ କହିବ, ‘ଆମ୍ଭେ ଅବ୍ରାମଙ୍କୁ ଧନବାନ କରିଅଛୁ।’
24 但少者の既に食ひたる物および我と偕に行し人アネル、エシコルおよびマムレの分を除くべし彼等には彼等の分を取しめよ
କେବଳ ମୋହର ଯୁବା ଲୋକମାନେ ଯାହା ଭୋଜନ କରିଅଛନ୍ତି, ତାହା ନେବି, ପୁଣି, ମୋହର ଯେଉଁ ସହାୟଗଣ ସଙ୍ଗରେ ଯାଇଥିଲେ, ସେମାନେ, ଅର୍ଥାତ୍, ଆନେର୍ ଓ ଇଷ୍କୋଲ ଓ ମମ୍ରି ଆପଣା ଆପଣା ପ୍ରାପ୍ତବ୍ୟ ଭାଗ ଗ୍ରହଣ କରନ୍ତୁ।”