< イザヤ書 27 >
1 その日、主は堅く大いなる強いつるぎで逃げるへびレビヤタン、曲りくねるへびレビヤタンを罰し、また海におる龍を殺される。
ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଦୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।
ସେହି ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର।
3 主なるわたしはこれを守り、常に水をそそぎ、夜も昼も守って、そこなう者のないようにする。
ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା।
4 わたしは憤らない。いばら、おどろがわたしと戦うなら、わたしは進んでこれを攻め、皆もろともに焼きつくす。
ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।
5 それを望まないなら、わたしの保護にたよって、わたしと和らぎをなせ、わたしと和らぎをなせ」。
ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।
6 後になれば、ヤコブは根をはり、イスラエルは芽を出して花咲き、その実を全世界に満たす。
ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।
7 主は彼らを撃った者を撃たれたように彼らを撃たれたか。あるいは彼らを殺した者が殺されたように彼らは殺されたか。
ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି?
8 あなたは彼らと争って、彼らを追放された。主は東風の日に、その激しい風をもって彼らを移しやられた。
ତୁମ୍ଭେ ତାହାକୁ ବାହାର କରିବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ୱାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି।
9 それゆえ、ヤコブの不義はこれによって、あがなわれる。これによって結ぶ実は彼の罪を除く。すなわち彼が祭壇のすべての石を砕けた白堊のようにし、アシラ像と香の祭壇とを再び建てないことである。
ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ-ପ୍ରତିମାସବୁ ଆଉ ଉଠିବେ ନାହିଁ।
10 堅固な町は荒れてさびしく、捨て去られたすまいは荒野のようだ。子牛はそこに草を食い、そこに伏して、その木の枝を裸にする。
କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେହି ସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି, ବୃକ୍ଷର ଶାଖାସବୁ ଗ୍ରାସ କରିବ।
11 その枝が枯れると、折り取られ、女が来てそれを燃やす。これは無知の民だからである。それゆえ、彼らを造られた主は彼らをあわれまれない。彼らを形造られた主は、彼らを恵まれない。
ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।
12 イスラエルの人々よ、その日、主はユフラテ川からエジプトの川にいたるまで穀物の穂を打ち落される。そしてあなたがたは、ひとりびとり集められる。
ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ।
13 その日大いなるラッパが鳴りひびき、アッスリヤの地にある失われた者と、エジプトの地に追いやられた者とがきて、エルサレムの聖山で主を拝む。
ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।