< ヨブ 記 12 >

1 ヨブこたへて言ふ
ତହୁଁ ଆୟୁବ ଉତ୍ତର କରି କହିଲା,
2 なんぢら而已まことに人なり 智慧は汝らと共に死ん
“ତୁମ୍ଭେମାନେ ତ ଲୋକ, ସନ୍ଦେହ ନାହିଁ, ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଜ୍ଞାନ ମରିଯିବ।
3 我もなんぢらと同じく心あり 我はなんぢらの下に立ず 誰か汝らの言し如き事を知ざらんや
ମାତ୍ର ତୁମ୍ଭମାନଙ୍କ ପରି ଆମ୍ଭର ବୁଦ୍ଧି ଅଛି; ମୁଁ ତୁମ୍ଭମାନଙ୍କଠାରୁ ଊଣା ନୁହେଁ; ହଁ, ଏପରି କଥାସବୁ କିଏ ନ ଜାଣେ?
4 我は神に龥はりて聽るる者なるに今その友に嘲らるる者となれり 嗚呼正しくかつ完たき人あざけらる
ମୁଁ ମୋହର ବନ୍ଧୁମାନଙ୍କ ନିମନ୍ତେ ହାସ୍ୟାସ୍ପଦ ଲୋକ ତୁଲ୍ୟ ହୋଇଅଛି, ମୁଁ ପରମେଶ୍ୱରଙ୍କୁ ଡାକନ୍ତେ, ସେ ମୋତେ ଉତ୍ତର ଦେଲେ; ଧାର୍ମିକ, ସିଦ୍ଧ ଲୋକ ହାସ୍ୟାସ୍ପଦ ହୋଇଅଛି।
5 安逸なる者は思ふ 輕侮は不幸なる者に附そひ足のよろめく者を俟と
ସୁଖରେ ଥିବା ଲୋକର ବୋଧରେ ବିପଦ ତୁଚ୍ଛନୀୟ; ଯେଉଁମାନଙ୍କର ପାଦ ଖସିଯାଏ, ସେମାନଙ୍କ ନିମନ୍ତେ ତାହା ପ୍ରସ୍ତୁତ।
6 掠奪ふ者の天幕は繁榮え 神を怒らせ自己の手に神を携ふる者は安泰なり
ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।
7 今請ふ獸に問へ然ば汝に教へん 天空の鳥に問へ然ばなんぢに語らん
ମାତ୍ର ଏବେ ପଶୁମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଶିକ୍ଷା ଦେବେ ଓ ଆକାଶର ପକ୍ଷୀମାନଙ୍କୁ ପଚାର, ସେମାନେ ତୁମ୍ଭକୁ ଜଣାଇବେ;
8 地に言へ然ばなんぢに教へん 海の魚もまた汝に述べし
ଅବା ପୃଥିବୀକୁ ବୋଲ, ସେ ତୁମ୍ଭକୁ ଶିକ୍ଷା ଦେବ ଓ ସମୁଦ୍ରର ମତ୍ସ୍ୟମାନେ ତୁମ୍ଭ ପ୍ରତି ପ୍ରକାଶ କରିବେ।
9 誰かこの一切の者に依てヱホバの手のこれを作りしなるを知ざらんや
ସଦାପ୍ରଭୁଙ୍କ ହସ୍ତ ଯେ ଏହା କରିଅଛି, ଏସକଳ ଦ୍ୱାରା କିଏ ନ ଜାଣେ?
10 一切の生物の生氣および一切の人の靈魂ともに彼の手の中にあり
ତାହାଙ୍କ ହସ୍ତରେ ପ୍ରତ୍ୟେକ ଜୀବର ପ୍ରାଣ ଓ ସମୁଦାୟ ନରବଂଶର ଶ୍ୱାସବାୟୁ ଅଛି।
11 耳は説話を辨へざらんや その状あたかも口の食物を味ふがごとし
ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ?
12 老たる者の中には智慧あり 壽長者の中には穎悟あり
ପ୍ରାଚୀନମାନଙ୍କଠାରେ ଜ୍ଞାନ ଅଛି ଓ ଦୀର୍ଘାୟୁରେ ବୁଦ୍ଧି ଥାଏ।
13 智慧と權能は神に在り 智謀と穎悟も彼に屬す
ତାହାଙ୍କଠାରେ ଜ୍ଞାନ ଓ ପରାକ୍ରମ ଥାଏ; ତାହାଙ୍କର ମନ୍ତ୍ରଣା ଓ ବୁଦ୍ଧି ଅଛି।
14 視よ彼毀てば再び建ること能はず 彼人を閉こむれば開き出すことを得ず
ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।
15 視よ彼水を止むれば則ち涸れ 水を出せば則ち地を滅ぼす
ଦେଖ, ସେ ଜଳରାଶିକି ଅଟକାଇଲେ, ତାହାସବୁ ଶୁଷ୍କ ହୋଇଯାଏ; ପୁନର୍ବାର ସେ ତାହା ପଠାଇଦେଲେ, ତାହା ପୃଥିବୀକୁ ଓଲଟପାଲଟ କରି ପକାଏ।
16 權能と穎悟は彼に在り 惑はさるる者も惑はす者も共に彼に屬す
ତାହାଙ୍କଠାରେ ବଳ ଓ ଫଳଦାୟକ କର୍ମଣ୍ୟତା ଥାଏ; ଭ୍ରାନ୍ତ ଓ ଭ୍ରାମକ ତାହାଙ୍କର।
17 彼は議士を裸體にして擄へゆき 審判人をして愚なる者とならしめ
ସେ ମନ୍ତ୍ରୀମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିଚାରକର୍ତ୍ତୃଗଣକୁ ସେ ନିର୍ବୋଧ କରନ୍ତି।
18 王等の權威を解て反て之が腰に繩をかけ
ସେ ରାଜାମାନଙ୍କର ବନ୍ଧନ ମୁକ୍ତ କରନ୍ତି ଓ କଟିବନ୍ଧନୀରେ ସେମାନଙ୍କ କଟି ବାନ୍ଧନ୍ତି।
19 祭司等を裸體にして擄へゆき 權力ある者を滅ぼし
ସେ ଯାଜକମାନଙ୍କୁ ଲୁଟିତ କରି ନେଇଯାʼନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି।
20 言爽なる者の言語を取除き 老たる者の了知を奪ひ
ସେ ବିଶ୍ୱସ୍ତମାନଙ୍କ ବଚନ ଅନ୍ୟଥା କରନ୍ତି ଓ ପ୍ରାଚୀନମାନଙ୍କ ବୁଦ୍ଧିକୁ ହରଣ କରି ନିଅନ୍ତି।
21 侯伯たる者等に恥辱を蒙らせ 強き者の帶を解き
ସେ ଅଧିକାରୀମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି।
22 暗中より隱れたる事等を顯し 死の蔭を光明に出し
ସେ ଅନ୍ଧକାରରୁ ନିଗୂଢ଼ ବିଷୟ ପ୍ରକାଶ କରନ୍ତି ଓ ମୃତ୍ୟୁୁଚ୍ଛାୟାକୁ ଆଲୁଅକୁ ଆଣନ୍ତି।
23 國々を大にしまた之を滅ぼし 國々を廣くしまた之を舊に歸し
ସେ ଗୋଷ୍ଠୀୟମାନଙ୍କୁ ବୃଦ୍ଧି କରନ୍ତି ଓ ସେମାନଙ୍କୁ ବିନାଶ କରନ୍ତି; ସେ ଗୋଷ୍ଠୀୟମାନଙ୍କୁ ବାହାରେ ବିସ୍ତୀର୍ଣ୍ଣ କରନ୍ତି ଓ ସେମାନଙ୍କୁ ଭିତରେ ଆଣନ୍ତି।
24 地の民の長たる者等の了知を奪ひ これを路なき荒野に吟行はしむ
ସେ ପୃଥିବୀସ୍ଥ ଲୋକମାନଙ୍କ ପ୍ରଧାନବର୍ଗର ହୃଦୟ ହରଣ କରନ୍ତି ଓ ସେ ସେମାନଙ୍କୁ ପଥହୀନ ମରୁଭୂମିରେ ଭ୍ରମଣ କରାନ୍ତି।
25 彼らは光明なき暗にたどる 彼また彼らを醉る人のごとくによろめかしむ
ସେମାନେ ଆଲୁଅରହିତ ହୋଇ ଅନ୍ଧକାରରେ ଦରାଣ୍ଡି ହୁଅନ୍ତି, ସେ ସେମାନଙ୍କୁ ମତ୍ତ ଲୋକ ପରି ଟଳମଳ କରାନ୍ତି।

< ヨブ 記 12 >