< マラキ書 3 >
1 視よ我わが使者を遣さん かれ我面の前に道を備へん また汝らが求むるところの主すなはち汝らの悦樂ぶ契約の使者忽然その殿に來らん 視よ彼來らんと萬軍のヱホバ云たまふ
“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
2 されど其來る日には誰か堪えんや その顯著る時には誰か立えんや 彼は金をふきわくる者の火の如く布晒の灰汁のごとくならん
ମାତ୍ର ତାହାଙ୍କର ଆଗମନ ଦିନ କିଏ ସହିପାରେ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;
3 かれは銀をふきわけてこれを潔むる者のごとく坐せん 彼はレビの裔を潔め金銀の如くかれらをきよめん 而して彼等は義をもて獻物をヱホバにささげん
ପୁଣି, ସେ ରୌପ୍ୟ ପରିଷ୍କାରକ ଓ ଶୁଚିକାରକର ତୁଲ୍ୟ ବସିବେ ଓ ସେ ଲେବୀର ସନ୍ତାନଗଣଙ୍କୁ ପରିଷ୍କାର କରିବେ ପୁଣି ସୁନା ଓ ରୂପା ପରି ସେମାନଙ୍କୁ ବିଶୁଦ୍ଧ କରିବେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧାର୍ମିକତାର ନୈବେଦ୍ୟ ଉତ୍ସର୍ଗ କରିବେ।
4 その時ユダとエルサレムの獻物はむかし日の如く又先の年のごとくヱホバに悦ばれん
ସେତେବେଳେ, ପୁରାତନ କାଳର ଦିନରେ ଓ ପ୍ରାଚୀନ କାଳର ବର୍ଷରେ ଯେପରି ହେଉଥିଲା, ସେପରି ଯିହୁଦାର ଓ ଯିରୂଶାଲମର ନୈବେଦ୍ୟ ସଦାପ୍ରଭୁଙ୍କର ସନ୍ତୋଷଜନକ ହେବ।
5 われ汝らにちかづきて審判をなし巫術者にむかひ姦淫を行ふ者にむかひ僞の誓をなせる者にむかひ傭人の價金をかすめ寡婦と孤子をしへたげ異邦人を推抂げ我を畏れざるものどもにむかひて速に證をなさんと萬軍のヱホバ云たまふ
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
6 それわれヱホバは易らざる者なり 故にヤコブの子等よ汝らは亡されず
“କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ; ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୋଇ ନାହିଁ।
7 なんぢら其先祖等の日よりこのかたわが律例をはなれてこれを守らざりき 我にかへれ われ亦なんぢらに歸らん 萬軍のヱホバこれを言ふ 然るに汝らはわれら何においてかへるべきやと言り
ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେହି ସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ଫେରିବା?”
8 ひと神の物をぬすむことをせんや されど汝らはわが物を盗めり 汝らは又何において汝の物をぬすみしやといへり 十分の一および獻物に於てなり
ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ?”
9 汝らは呪詛をもて詛はる またなんぢら一切の國人はわが物をぬすめり
ତୁମ୍ଭେମାନେ ଅଭିଶାପରେ ଅଭିଶପ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରିଅଛି।
10 わが殿に食物あらしめんために汝ら什一をすべて我倉にたづさへきたれ 而して是をもて我を試みわが天の窓をひらきて容べきところなきまでに恩澤を汝らにそそぐや否やを見るべし 萬軍のヱホバこれを言ふ
ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ଡାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ୱାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିଁ, ଏହି ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ,
11 我また噬食ふ者をなんぢらの爲に抑へてなんぢらの地の産物をやぶらざらしめん 又なんぢらの葡萄の樹をして時のいたらざる前にその實を圃におとさざらしめん 萬軍のヱホバこれをいふ
ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକୁ ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
12 又萬國の人なんぢらを幸福なる者ととなへん そは汝ら樂しき地となるべければなり 萬軍のヱホバこれをいふ
ସମସ୍ତ ଗୋଷ୍ଠୀ ତୁମ୍ଭମାନଙ୍କୁ ସୁଖୀ କହିବେ କାରଣ ତୁମ୍ଭେମାନେ ଏକ ମନୋହର ଦେଶ ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
13 ヱホバ云たまふ 汝らは言詞をはげしくして我に逆らへり しかるも汝らは我儕なんぢらにさからひて何をいひしやといへり
ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ?’
14 汝らは言らく神に服事ることは徒然なり われらその命令をまもりかつ萬軍のヱホバの前に悲みて歩みたりとて何の益あらんや
ତୁମ୍ଭେମାନେ କହିଅଛ, ‘ପରମେଶ୍ୱରଙ୍କର ସେବା କରିବାରେ କି ଲାଭ? ଆଉ, ଆମ୍ଭେମାନେ ଯେ ତାହାଙ୍କର ଅାଜ୍ଞା ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଅନୁତପ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ?
15 今われらは驕傲ものを幸福なりと稱ふ また惡をおこなふものも盛になり 神を試むるものすらも救はると
ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।’”
16 その時ヱホバをおそるる者互に相かたりヱホバ耳をかたむけてこれを聽たまへり またヱホバを畏るる者およびその名を記憶る者のためにヱホバの前に記念の書をかきしるせり
ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା।
17 萬軍のヱホバいひたまふ 我わが設くる日にかれらをもて我寳となすべし また人の己につかふる子をあはれむがごとく我彼等をあはれまん
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।
18 その時汝らは更にまた義者と惡きものと神に服事るものと事へざる者との區別をしらん
ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।