< ミカ書 1 >

1 ユダの王ヨタム、アハズおよびヒゼキヤの代にモレシテ人ミカに臨めるヱホバの言是すなはちサマリアとエルサレムの事につきて彼が示されたる者なり
ଯିହୁଦା ଦେଶୀୟ ଯୋଥମ୍‍, ଆହସ୍‌ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
2 萬民よ聽け 地とその中の者よ耳を傾けよ 主ヱホバ汝らに對ひて證を立てたまはん 即ち主その聖殿より之を立たまふべし
ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।
3 視よヱホバその處より出てくだり地の高處を踏みたまはん
କାରଣ ଦେଖ, ସଦାପ୍ରଭୁ ଆପଣା ସ୍ଥାନରୁ ବାହାରି ଆସୁଅଛନ୍ତି ଓ ସେ ଓହ୍ଲାଇ ଆସି ପୃଥିବୀର ଉଚ୍ଚସ୍ଥଳୀସକଳ ଉପରେ ଗମନ କରିବେ।
4 山は彼の下に融け谷は裂けたり 火の前なる蝋のごとく坡に流るる水の如し
ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।
5 是みなヤコブの咎の故イスラエルの家の罪のゆゑなり ヤコブの愆とは何か サマリヤにあらずや ユダの崇邱とは何か エルサレムにあらずや
କାରଣ ଯାକୁବର ଆଜ୍ଞାଲଙ୍ଘନ ଓ ଇସ୍ରାଏଲ ବଂଶର ପାପ ସକାଶୁ ଏହିସବୁ ହେଉଅଛି। ଯାକୁବର ଆଜ୍ଞାଲଙ୍ଘନ କଅଣ? ତାହା କି ଶମରୀୟା ନୁହେଁ? ଓ ଯିହୁଦାର ଉଚ୍ଚସ୍ଥଳୀସକଳ କଅଣ ସେହି ସବୁ କି ଯିରୂଶାଲମ ନୁହେଁ?
6 是故に我サマリヤを野の石堆となし葡萄を植る處と爲し又その石を谷に投おとしその基を露さん
ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା।
7 その石像はみな碎かれその獲たる價金はみな火にて焚れん 我その偶像をことごとく毀たん 彼妓女の價金よりこれを積たれば是はまた歸りて妓女の價金となるべし
ପୁଣି, ତାହାର ଖୋଦିତ ପ୍ରତିମାସକଳ ଖଣ୍ଡ ଖଣ୍ଡ କରାଯିବ ଓ ତାହାର ବେତନସକଳ ଅଗ୍ନିରେ ଦଗ୍ଧ ହେବ, ଆଉ ଆମ୍ଭେ ତାହାର ଦେବତାସକଳକୁ ଧ୍ୱଂସ କରିବା; କାରଣ ବେଶ୍ୟାର ବେତନ ଦ୍ୱାରା ସେ ତାହା ସଞ୍ଚୟ କରିଅଛି ଓ ତାହା ପୁନର୍ବାର ବେଶ୍ୟାର ବେତନ ହୋଇଯିବ।
8 我これがために哭き咷ばん 衣を脱ぎ裸體にて歩行ん 山犬のごとくに哭き駝鳥のごとくに啼ん
ଏଥିସକାଶୁ ଆମ୍ଭେ ବିଳାପ ଓ ହାହାକାର କରିବା, ଆମ୍ଭେ ଉଲଙ୍ଗ ହୋଇ ଖାଲି ପାଦରେ ବୁଲିବା। ଆମ୍ଭେ ଶୃଗାଳ ପରି ବିଳାପ କରିବା ଓ ଉଷ୍ଟ୍ରପକ୍ଷୀ ପରି ଶୋକ କରିବା।
9 サマリヤの傷は醫すべからざる者にてすでにユダに至り我民の門エルサレムにまでおよべり
କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।
10 ガテに傳ふるなかれ 泣さけぶ勿れ ベテレアフラにて我塵の中に輾びたり
ଗାଥ୍‍ ନଗରରେ ଏ କଥା ଜଣାଅ ନାହିଁ, ଆଦୌ ରୋଦନ କର ନାହିଁ; ଏବଂ ବେଥ୍-ଲିଅଫ୍ରା ନଗରର ଧୂଳିରେ ନିଜେ ଗଡ଼ି ଅଛୁ।
11 サピルに住る者よ 汝ら裸になり辱を蒙りて進みゆけ ザアナンに住る者は敢て出ず ベテエゼルのの哀哭によりて汝らは立處を得ず
ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।
12 マロテに住る者は己の幸福につきて思ひなやむ 其は災禍ヱホバより出てエルサレムの門に臨めばなり
କାରଣ ମାରୋତ୍‍ ନିବାସିନୀ ଭାବିତା ହୋଇ ମଙ୍ଗଳର ଅପେକ୍ଷା କରଇ; ଯେହେତୁ ଯିରୂଶାଲମର ଦ୍ୱାର ପର୍ଯ୍ୟନ୍ତ ସଦାପ୍ରଭୁଙ୍କଠାରୁ ଅମଙ୍ଗଳ ଉପସ୍ଥିତ ହୋଇଅଛି।
13 ラキシに住る者よ馬に車をつなげ ラキシはシオンの女の罪の根本なり イスラエルの愆は汝の中に見ゆ
ହେ ଲାଖୀଶ୍‍ ନିବାସିନୀ, ତୁମ୍ଭେ ରଥରେ ଦ୍ରୁତଗାମୀ ଅଶ୍ୱ ଯୋଚ; ସେ ସିୟୋନ-କନ୍ୟା ପ୍ରତି ଆଦ୍ୟ ପାପ ସ୍ୱରୂପ ଥିଲା; କାରଣ ଇସ୍ରାଏଲର ଆଜ୍ଞା-ଲଙ୍ଘନସକଳ ତୁମ୍ଭ ମଧ୍ୟରେ ଦେଖାଗଲା।
14 この故に汝モレセテガテに離別の饋物を與へよ アクジブの家々はイスラエルの王等におけること人を欺く溪川のごとくなるべし
ଏଥିପାଇଁ ତୁମ୍ଭେ ମୋରେଷତ୍‍ ଗାଥ୍‍କୁ ବିଦାୟକାଳୀନ ଦାନ ଦେବ ଅକଷୀବ୍‍ର ଗୃହସକଳ ଇସ୍ରାଏଲର ରାଜାଗଣ ପ୍ରତି ପ୍ରବଞ୍ଚନାଜନକ ବସ୍ତୁ ତୁଲ୍ୟ ହେବ;
15 マレシヤにすめる者よ 我また汝の地を獲べき者を汝に携へ往べし イスラエルの榮光アドラムに往ん
ଆହୁରି, ହେ ମାରେଶା ଗ୍ରାମର ନିବାସିନୀ, ଯେ ତୁମ୍ଭକୁ ଅଧିକାର କରିବ, ତାହାକୁ ଆମ୍ଭେ ତୁମ୍ଭ ନିକଟକୁ ଆଣିବା; ଇସ୍ରାଏଲର ମହାନ ନେତୃତ୍ଵକାରୀଗଣ ଅଦୁଲ୍ଲମ ଗୁମ୍ଫାକୁ ଯିବେ।
16 汝その悦ぶところの子等の故によりて汝の髪を剃おろせ 汝の首の剃し處を大きくして鷲のごとくにせよ 其は彼等擄へられて汝を離るればなり
ତୁମ୍ଭେ ଆପଣାର ଆହ୍ଲାଦଜନକ ସନ୍ତାନଗଣ ନିମନ୍ତେ ମସ୍ତକ ମୁଣ୍ଡନ କର ଓ କେଶ କାଟି ପକାଅ; ଶାଗୁଣା ପରି ଆପଣାର କେଶ-ଶୂନ୍ୟତା ବୃଦ୍ଧି କର; କାରଣ ସେମାନେ ତୁମ୍ଭ ନିକଟରୁ ନିର୍ବାସିତ ହୋଇ ଯାଇଅଛନ୍ତି।

< ミカ書 1 >