< ಯೆಹೋಶುವನು 1 >

1 ಯೆಹೋವನ ಸೇವಕನಾದ ಮೋಶೆಯ ಮರಣದ ನಂತರ ಯೆಹೋವನು ಮೋಶೆಯ ಸೇವಕನಾದ ನೂನನ ಮಗನಾದ ಯೆಹೋಶುವನಿಗೆ
ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ,
2 “ನನ್ನ ಸೇವಕನಾದ ಮೋಶೆ ಸತ್ತನು; ನೀನು ಈಗ ಹೊರಟು ಸಮಸ್ತ ಇಸ್ರಾಯೇಲ್ ಜನರೊಂದಿಗೆ ಈ ಯೊರ್ದನ್ ನದಿಯನ್ನು ದಾಟಿ, ನಾನು ಅವರಿಗೆ ಕೊಡುವ ದೇಶಕ್ಕೆ ಹೋಗು.
“ଆମ୍ଭର ସେବକ ମୋଶା ମରିଅଛି, ଏନିମନ୍ତେ ତୁମ୍ଭେ ଏବେ ଉଠ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛୁ, ସେଠାକୁ ତୁମ୍ଭେ ଓ ଏହି ଲୋକ ସମସ୍ତେ ଯର୍ଦ୍ଦନ ପାର ହୋଇଯାଅ।
3 ನಾನು ಮೋಶೆಗೆ ವಾಗ್ದಾನ ಮಾಡಿದಂತೆ ನೀವು ಕಾಲಿಡುವ ಸ್ಥಳಗಳನ್ನೆಲ್ಲಾ ನಿಮಗೆ ಕೊಟ್ಟಿದ್ದೇನೆ.
ଯେ ଯେ ସ୍ଥାନରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେସବୁ ସ୍ଥାନ ମୋଶା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ।
4 ಅರಣ್ಯಗಳು ಹಾಗೂ ಈ ಲೆಬನೋನ್ ಪರ್ವತದಿಂದ ಮೊದಲುಗೊಂಡು ಯೂಫ್ರೆಟಿಸ್ ಮಹಾನದಿಯ ವರೆಗಿರುವ ಹಿತ್ತಿಯರ ದೇಶವೆಲ್ಲಾ ನಿಮ್ಮದಾಗುವುದು; ನಿಮ್ಮ ಸೀಮೆಯು ಪಶ್ಚಿಮದಿಕ್ಕಿನ ಮಹಾಸಾಗರದ ವರೆಗೆ ವಿಸ್ತರಿಸಿಕೊಳ್ಳುವುದು.
ପ୍ରାନ୍ତର ଓ ଏହି ଲିବାନୋନଠାରୁ ମହାନଦୀ, ଅର୍ଥାତ୍‍, ଫରାତ୍‍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।
5 ನಿನ್ನ ಜೀವಮಾನದಲ್ಲೆಲ್ಲಾ ಒಬ್ಬನೂ ನಿನ್ನ ಮುಂದೆ ನಿಲ್ಲನು; ನಾನು ಮೋಶೆಯ ಸಂಗಡ ಇದ್ದ ಹಾಗೆ ನಿನ್ನ ಸಂಗಡವೂ ಇರುವೆನು.
ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।
6 ನಿನ್ನನ್ನು ಕೈಬಿಡುವುದಿಲ್ಲ, ತೊರೆಯುವುದಿಲ್ಲ, ಸ್ಥಿರಚಿತ್ತನಾಗಿರು, ಧೈರ್ಯದಿಂದಿರು. ಏಕೆಂದರೆ ನಾನು ಈ ಜನರ ಪೂರ್ವಿಕರಿಗೆ ವಾಗ್ದಾನಮಾಡಿದ ದೇಶವನ್ನು ಇವರಿಗಾಗಿ ನೀನೇ ಸ್ವಾಧೀನಮಾಡಿಕೊಡಬೇಕು.
ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।
7 ನನ್ನ ಸೇವಕನಾದ ಮೋಶೆಯು ನಿನಗೆ ಬೋಧಿಸಿ ಆಜ್ಞಾಪಿಸಿದ ಧರ್ಮೋಪದೇಶವನ್ನೆಲ್ಲಾ ಕೈಕೊಂಡು ನಡೆಯುವುದರಲ್ಲಿ ಸ್ಥಿರಚಿತ್ತನಾಗಿರು, ಪೂರ್ಣಧೈರ್ಯದಿಂದಿರು. ಅದನ್ನು ಬಿಟ್ಟು ಎಡಕ್ಕಾಗಲಿ ಬಲಕ್ಕಾಗಲಿ ತಿರುಗಬೇಡ, ಆಗ ನೀನು ಸಫಲನಾಗುವಿ.
ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ।
8 ಈ ಧರ್ಮಶಾಸ್ತ್ರವು ಯಾವಾಗಲೂ ನಿನ್ನ ಬಾಯಲ್ಲಿರಲಿ; ಹಗಲಿರುಳು ಅದನ್ನು ಧ್ಯಾನಿಸುತ್ತಾ ಅದರಲ್ಲಿ ಬರೆದಿರುವುದನ್ನೆಲ್ಲಾ ಕೈಕೊಂಡು ನಡೆ. ಆಗ ನಿನ್ನ ಕಾರ್ಯವೆಲ್ಲವೂ, ನೀನು ಹೋಗುವ ಮಾರ್ಗಗಳು ಸಫಲವಾಗುವುದು. ನೀನು ಚುರುಕು ಬುದ್ಧಿಯ ವ್ಯಕ್ತಿಯಾಗಿ ರೂಪಾಂತರ ಹೊಂದುವಿ.
ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।
9 ನಾನು ನಿನಗೆ ಆಜ್ಞಾಪಿಸಿದಂತೆ ಸ್ಥಿರಚಿತ್ತನಾಗಿರು, ಧೈರ್ಯದಿಂದಿರು, ಅಂಜಬೇಡ, ಕಳವಳಗೊಳ್ಳಬೇಡ. ನೀನು ಹೋಗುವಲ್ಲೆಲ್ಲಾ ನಿನ್ನ ದೇವರಾದ ಯೆಹೋವನು ನಿನ್ನ ಸಂಗಡ ಇರುವನು” ಎಂದು ಹೇಳಿದನು.
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।”
10 ೧೦ ಆಗ ಯೆಹೋಶುವನು ಜನರ ಅಧಿಕಾರಿಗಳಿಗೆ
ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କ ଅଧ୍ୟକ୍ଷମାନଙ୍କୁ ଆଜ୍ଞା ଦେଇ କହିଲେ,
11 ೧೧ “ನೀವು ಪಾಳೆಯದ ಎಲ್ಲೆಡೆಗೆ ಹೋಗಿ ನಿಮ್ಮ ಜನರಿಗೆ ‘ನೀವು ಇನ್ನು ಮೂರು ದಿನಗಳಲ್ಲಿ ಈ ಯೊರ್ದನ್ ನದಿಯನ್ನು ದಾಟಿ ನಿಮ್ಮ ದೇವರಾದ ಯೆಹೋವನು ನಿಮಗೆ ಸ್ವತ್ತಾಗಿ ಕೊಡುವ ದೇಶವನ್ನು ವಶಪಡಿಸಿಕೊಳ್ಳಲು ಹೋಗಬೇಕು. ಆದುದರಿಂದ ನಿಮಗೆ ಬೇಕಾದ ಆಹಾರವನ್ನು ಸಿದ್ಧಮಾಡಿಕೊಳ್ಳಿರಿ’ ಎಂದು ತಿಳಿಸಿರಿ” ಅಂದನು.
“ଛାଉଣି ମଧ୍ୟଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।’”
12 ೧೨ ಬಳಿಕ ಯೆಹೋಶುವನು ರೂಬೇನ್ಯರಿಗೂ, ಗಾದ್ಯರಿಗೂ, ಮನಸ್ಸೆ ಕುಲದ ಅರ್ಧ ಜನರಿಗೂ ಹೇಳಿದ್ದೇನಂದರೆ
ଆଉ ଯିହୋଶୂୟ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ କହିଲେ,
13 ೧೩ “ಯೆಹೋವನ ಸೇವಕನಾದ ಮೋಶೆಯು ನಿಮಗೆ ಆಜ್ಞಾಪಿಸಿದ್ದನ್ನು ಜ್ಞಾಪಕ ಮಾಡಿಕೊಳ್ಳಿರಿ. ನಿಮ್ಮ ದೇವರಾದ ಯೆಹೋವನು ಈ ದೇಶವನ್ನು ನಿಮಗೆ ಕೊಟ್ಟು ವಿಶ್ರಾಂತಿ ನೀಡಿದ್ದಾನೆ.
“ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ବିଶ୍ରାମ ପ୍ରଦାନ କରି ଏହି ଦେଶ ଦେବେ, ଏହା କହି ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ କଥା ଆଜ୍ଞା ଦେଇଥିଲେ, ତାହା ସ୍ମରଣ କର।
14 ೧೪ ನಿಮ್ಮ ಹೆಂಡತಿ ಮಕ್ಕಳು, ನಿಮ್ಮ ದನಕುರಿಗಳೂ ಮೋಶೆಯು ನಿಮಗೆ ಯೊರ್ದನಿನ ಆಚೆಯಲ್ಲಿ ಕೊಟ್ಟ ದೇಶದಲ್ಲೇ ವಾಸವಾಗಿರಲಿ. ಆದರೆ ನಿಮ್ಮ ಭಟರೆಲ್ಲರೂ ಯುದ್ಧಸನ್ನದ್ಧರಾಗಿ ನಿಮ್ಮ ಸಹೋದರರಿಗೆ ಮುಂದಾಗಿ ಹೊರಟು, ಹೊಳೆದಾಟಿ ಅವರಿಗೆ ಸಹಾಯಮಾಡಬೇಕು.
ମୋଶା ଯର୍ଦ୍ଦନର ପୂର୍ବପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ,
15 ೧೫ ನಿಮ್ಮ ದೇವರಾದ ಯೆಹೋವನು ಕೊಡುವ ದೇಶವನ್ನು ನಿಮ್ಮ ಸಹೋದರರು ಸ್ವಾಧೀನಮಾಡಿಕೊಂಡು ಅವರೂ ನಿಮ್ಮಂತೆ ವಿಶ್ರಾಂತಿ ಹೊಂದಿದ ನಂತರ ನಿಮ್ಮ ಸ್ವಂತ ದೇಶಕ್ಕೆ ಹಿಂತಿರುಗಿ, ಮೋಶೆಯು ನಿಮಗೆ ಯೊರ್ದನ್ ನದಿಯ ಪೂರ್ವದಿಕ್ಕಿನಲ್ಲಿ ಸ್ವತ್ತಾಗಿ ಕೊಟ್ಟ ದೇಶವನ್ನು ಸ್ವಾಧೀನಪಡಿಸಿಕೊಂಡು ಅದನ್ನು ಅನುಭವಿಸುವಿರಿ” ಎಂದನು.
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବା ଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରିଆସି ତାହା ଅଧିକାର କରିବ।”
16 ೧೬ ಆಗ ಅವರು ಯೆಹೋಶುವನಿಗೆ ಉತ್ತರವಾಗಿ “ನೀನು ನಮಗೆ ಆಜ್ಞಾಪಿಸಿದ್ದನ್ನೆಲ್ಲಾ ಮಾಡುತ್ತೇವೆ; ಎಲ್ಲಿಗೆ ಕಳುಹಿಸಿದರೂ ಹೋಗುತ್ತೇವೆ.
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ।
17 ೧೭ ನಾವು ಮೋಶೆಯ ಎಲ್ಲಾ ಮಾತುಗಳಿಗೆ ವಿಧೇಯರಾದ ಹಾಗೆ ನಿನ್ನ ಮಾತುಗಳಿಗೂ ವಿಧೇಯರಾಗುವೆವು. ನಿನ್ನ ದೇವರಾದ ಯೆಹೋವನು ಮೋಶೆಯ ಸಂಗಡ ಇದ್ದ ಹಾಗೆ ನಿನ್ನ ಸಂಗಡವೂ ಇರಲಿ.
ଆମ୍ଭେମାନେ ସବୁ ବିଷୟରେ ଯେପରି ମୋଶାଙ୍କର କଥା ଶୁଣୁଥିଲୁ, ସେପରି ଆମ୍ଭେମାନେ ତୁମ୍ଭ କଥା ଶୁଣିବୁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେପରି ମୋଶାଙ୍କ ସଙ୍ଗରେ ଥିଲେ, ସେପରି ସେ ତୁମ୍ଭ ସଙ୍ଗରେ ହେଉନ୍ତୁ।
18 ೧೮ ನಿನ್ನ ಆಜ್ಞೆಗಳಲ್ಲಿ ಒಂದನ್ನಾದರೂ ಅಲಕ್ಷ್ಯ ಮಾಡಿದರೆ ನಿನ್ನ ವಿಧಿಗಳಿಗೆ ವಿರುದ್ಧವಾಗಿ ನಡೆದರೆ ಮರಣದಂಡನೆಗೆ ಗುರಿಯಾಗತಕ್ಕವನು; ಆದುದರಿಂದ ಸ್ಥಿರಚಿತ್ತನಾಗಿರು, ಧೈರ್ಯದಿಂದಿರು” ಎಂದು ಹೇಳಿದರು.
ଯେଉଁ ବ୍ୟକ୍ତି ତୁମ୍ଭ ଆଜ୍ଞାର ବିରୁଦ୍ଧାଚରଣ କରିବ ଓ ତୁମ୍ଭେ ଯେ ଯେ କଥା ଆଦେଶ କରିବ, ତାହାସବୁ ଶୁଣିବ ନାହିଁ, ସେ ଯେକେହି ହେଉ, ତାହାର ପ୍ରାଣଦଣ୍ଡ ହେବ। ତୁମ୍ଭେ କେବଳ ବଳବାନ ଓ ସାହସିକ ହୁଅ।”

< ಯೆಹೋಶುವನು 1 >