< ಜ್ಞಾನೋಕ್ತಿಗಳು 18 >
1 ೧ ಜನರಲ್ಲಿ ಸೇರದವನು ಸ್ವೇಚ್ಛಾನುಸಾರ ನಡೆಯುತ್ತಾ, ಸಮಸ್ತ ಸುಜ್ಞಾನಕ್ಕೂ ರೇಗುವನು.
ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।
2 ೨ ಮೂಢನಿಗೆ ವಿವೇಕವು ಅನಿಷ್ಟ; ಸ್ವಭಾವವನ್ನು ಹೊರಪಡಿಸಿಕೊಳ್ಳುವುದೇ ಅವನಿಗಿಷ್ಟ.
ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।
3 ೩ ದುರಾಚಾರವಿದ್ದಲ್ಲಿ ತಾತ್ಸಾರ; ಅವಮಾನವಿದ್ದಲ್ಲಿ ಧಿಕ್ಕಾರ.
ଦୁଷ୍ଟ ଆସିଲେ ଅବଜ୍ଞା ଆସେ, ପୁଣି, ଅପମାନ ସଙ୍ଗେ ଦୁର୍ନାମ ଆସେ।
4 ೪ ಸತ್ಪುರುಷನ ನುಡಿಯು ಆಳವಾದ ನೀರು, ಜ್ಞಾನದ ಬುಗ್ಗೆ, ಹರಿಯುವ ತೊರೆ.
ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି, ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ।
5 ೫ ದುಷ್ಟನಿಗೆ ಪ್ರಸನ್ನನಾಗಿ ಶಿಷ್ಟನಿಗೆ ನ್ಯಾಯತಪ್ಪಿಸುವುದು ಅಧರ್ಮ.
ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ।
6 ೬ ಜ್ಞಾನಹೀನನ ತುಟಿಗಳು ಜಗಳವನ್ನು ಉಂಟುಮಾಡುತ್ತವೆ, ಅವನ ಬಾಯಿ ಪೆಟ್ಟುತಿನ್ನುವುದಕ್ಕೆ ಕೂಗಿಕೊಳ್ಳುತ್ತದೆ.
ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ।
7 ೭ ಜ್ಞಾನಹೀನನಿಗೆ ಬಾಯಿ ನಾಶ, ತುಟಿಗಳು ಪಾಶ.
ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ।
8 ೮ ಚಾಡಿಕೋರನ ಮಾತುಗಳು ರುಚಿಯಾದ ತುತ್ತುಗಳು, ಹೊಟ್ಟೆಯೊಳಕ್ಕೇ ಇಳಿಯುವವು.
କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
9 ೯ ಕೆಲಸಗಳ್ಳನು ಕೆಡುಕನಿಗೆ ತಮ್ಮ.
ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶ କର ଭାଇ।
10 ೧೦ ಯೆಹೋವನ ನಾಮವು ಬಲವಾದ ಬುರುಜು, ಶಿಷ್ಟನು ಅದರೊಳಕ್ಕೆ ಓಡಿಹೋಗಿ ಭದ್ರವಾಗಿರುವನು.
ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼; ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
11 ೧೧ ಧನವಂತನು ತನ್ನ ಐಶ್ವರ್ಯವನ್ನು ಬಲವಾದ ಕೋಟೆಯೆಂದು, ಎತ್ತರವಾದ ಗೋಡೆಯೆಂದು ಭಾವಿಸಿಕೊಳ್ಳುತ್ತಾನೆ.
ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।
12 ೧೨ ಭಂಗಕ್ಕೆ ಮೊದಲು ಗರ್ವದ ಹೃದಯ, ಮಾನಕ್ಕೆ ಮುಂಚೆ ದೀನತೆ.
ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
13 ೧೩ ಗಮನಿಸದೆ ಉತ್ತರಕೊಡುವವನು, ಮೂರ್ಖನೆಂಬ ಅವಮಾನಕ್ಕೆ ಗುರಿಯಾಗುವನು.
ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।
14 ೧೪ ಆತ್ಮವು ವ್ಯಾಧಿಯನ್ನು ಸಹಿಸಬಲ್ಲದು, ಆತ್ಮವೇ ನೊಂದರೆ ಸಹಿಸುವವರು ಯಾರು?
ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ?
15 ೧೫ ವಿವೇಕಿಯ ಹೃದಯವು ತಿಳಿವಳಿಕೆಯನ್ನು ಸಂಪಾದಿಸುವುದು, ಜ್ಞಾನಿಯ ಕಿವಿಯು ತಿಳಿವಳಿಕೆಯನ್ನು ಹುಡುಕುವುದು.
ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ।
16 ೧೬ ಕಾಣಿಕೆಯು ಅನುಕೂಲತೆಗೂ, ಶ್ರೀಮಂತರ ಸಾನ್ನಿಧ್ಯ ಪ್ರವೇಶಕ್ಕೂ ಸಾಧನ.
ମନୁଷ୍ୟର ଭେଟି ତାହା ପାଇଁ ପଥ ପରିଷ୍କାର କରେ, ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ।
17 ೧೭ ಮೊದಲು ವಾದಿಸುವವನು ನ್ಯಾಯವಾದಿ ಎಂದು ತೋರುವನು, ಪ್ರತಿವಾದಿ ಎದ್ದ ಮೇಲೆ ಅವನ ಪರೀಕ್ಷೆ ಆಗುವುದು.
ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ।
18 ೧೮ ಚೀಟು ಹಾಕುವುದರಿಂದ ವ್ಯಾಜ್ಯಶಮನವೂ, ಬಲಿಷ್ಠರ ನ್ಯಾಯಾನ್ಯಾಯಗಳ ವಿವೇಚನೆಯೂ ಆಗುವುದು.
ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନମାନଙ୍କୁ ପୃଥକ କରେ।
19 ೧೯ ಬಲವಾದ ಪಟ್ಟಣವನ್ನು ಗೆಲ್ಲುವುದಕ್ಕಿಂತ ಅನ್ಯಾಯಹೊಂದಿದ ಸಹೋದರನನ್ನು ಗೆಲ್ಲುವುದು ಅಸಾಧ್ಯ, ಕೋಟೆಯ ಅಗುಳಿಗಳಂತೆ ಜಗಳಗಳು ಜನರನ್ನು ಅಗಲಿಸುತ್ತವೆ.
ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ।
20 ೨೦ ಮನುಷ್ಯನು ತನ್ನ ಬಾಯಿಯ ಬೆಳೆಯನ್ನು ಹೊಟ್ಟೆ ತುಂಬಾ ಉಣ್ಣುವನು, ತನ್ನ ತುಟಿಗಳ ಫಲವನ್ನು ಸಾಕಷ್ಟು ತಿನ್ನುವನು.
ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି, ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ।
21 ೨೧ ಜೀವ ಮತ್ತು ಮರಣಗಳು ನಾಲಿಗೆಯ ವಶ, ವಚನಪ್ರಿಯರು ಅದರ ಫಲವನ್ನು ಅನುಭವಿಸುವರು,
ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ।
22 ೨೨ ಪತ್ನಿಲಾಭವು ರತ್ನಲಾಭ, ಅದು ಯೆಹೋವನ ಅನುಗ್ರಹವೇ.
ଯେଉଁ ଲୋକ ଭାର୍ଯ୍ୟା ପାଏ, ସେ ଉତ୍ତମ ବସ୍ତୁ ପାଏ ଓ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଏ।
23 ೨೩ ಬಡವನು ಬಿನ್ನೈಸುವನು, ಬಲ್ಲಿದನು ಉತ್ತರವನ್ನು ಉಗ್ರವಾಗಿ ಕೊಡುವನು.
ଦରିଦ୍ର ଲୋକ ବିନୟ କରେ; ମାତ୍ର ଧନବାନ କଠିନ ଉତ୍ତର ଦିଏ।
24 ೨೪ ಬಹಳ ಗೆಳೆಯರನ್ನು ಸೇರಿಸಿಕೊಂಡವನಿಗೆ ನಾಶನ, ಸಹೋದರನಿಗಿಂತಲೂ ಹತ್ತಿರ ಹೊಂದಿಕೊಳ್ಳುವ ಮಿತ್ರನುಂಟು.
ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।