< ಪ್ರಕಟಣೆ 20 >

1 ಆಗ ಒಬ್ಬ ದೂತನು ಅಧೋಲೋಕದ ಬೀಗದ ಕೈಯನ್ನೂ ದೊಡ್ಡಸರಪಣಿಯನ್ನೂ ಕೈಯಲ್ಲಿ ಹಿಡಿದುಕೊಂಡು ಪರಲೋಕದಿಂದ ಇಳಿದು ಬರುವುದನ್ನು ಕಂಡೆನು. (Abyssos g12)
ପରେ ମୁଁ ଜଣେ ଦୂତଙ୍କୁ ସ୍ୱର୍ଗରୁ ଓହ୍ଲାଇ ଆସିବାର ଦେଖିଲି। ତାହାଙ୍କ ହସ୍ତରେ ପାତାଳକୁଣ୍ଡର ଚାବି ଓ ଗୋଟିଏ ବୃହତ୍ ଜଞ୍ଜିର ଥିଲା। (Abyssos g12)
2 ಅವನು ಪಿಶಾಚನೂ ಸೈತಾನನೂ ಆಗಿರುವ ಪುರಾತನ ಸರ್ಪನೆಂಬ ಘಟಸರ್ಪನನ್ನು ಹಿಡಿದು ಸಾವಿರ ವರ್ಷ ಬಂಧನದಲ್ಲಿಟ್ಟನು.
ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍‍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,
3 ಆ ಸಾವಿರ ವರ್ಷ ತೀರುವ ತನಕ ಅವನು ಇನ್ನೂ ಜನಾಂಗಗಳನ್ನು ಮೋಸಗೊಳಿಸದಂತೆ ದೂತನು ಅವನನ್ನು ಅಧೋಲೋಕದಲ್ಲಿ ತಳ್ಳಿ, ಬಾಗಿಲು ಮುಚ್ಚಿ ಅದಕ್ಕೆ ಮುದ್ರೆ ಹಾಕಿದನು. ಇವುಗಳಾದ ಮೇಲೆ ಅವನಿಗೆ ಸ್ವಲ್ಪಕಾಲ ಬಿಡುಗಡೆಯಾಗತಕ್ಕದ್ದು. (Abyssos g12)
ପୁଣି, ତାହାକୁ ପାତାଳକୁଣ୍ଡରେ ନିକ୍ଷେପ କରି ସେଥିର ମୁଖ ବନ୍ଦ କଲେ ଓ ତାହା ଉପରେ ମୁଦ୍ରାଙ୍କ ଦେଲେ, ଯେପରି ସେହି ଏକ ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ସେ ଜାତିସମୂହକୁ ଆଉ ଭ୍ରାନ୍ତ କରିପାରିବ ନାହିଁ; ଏହାପରେ ଅଳ୍ପ କାଳ ନିମନ୍ତେ ତାହାକୁ ମୁକ୍ତ ହେବାକୁ ହେବ। (Abyssos g12)
4 ತರುವಾಯ ಸಿಂಹಾಸನಗಳನ್ನು ಕಂಡೆನು. ಅವುಗಳ ಮೇಲೆ ಕುಳಿತಿದ್ದವರಿಗೆ ನ್ಯಾಯತೀರಿಸುವ ಅಧಿಕಾರವು ಕೊಡಲಾಯಿತು. ಇದಲ್ಲದೆ ಯೇಸುವಿನ ಸಾಕ್ಷಿಯ ನಿಮಿತ್ತವಾಗಿಯೂ ದೇವರ ವಾಕ್ಯದ ನಿಮಿತ್ತವಾಗಿಯೂ ಶಿರಚ್ಛೇದನ ಗೊಂಡವರ ಆತ್ಮಗಳನ್ನೂ ಮೃಗವನ್ನೂ ಅದರ ವಿಗ್ರಹವನ್ನೂ ಆರಾಧಿಸದೆ ತಮ್ಮ ಹಣೆಯ ಮೇಲೆ ಇಲ್ಲವೆ ಕೈಯ ಮೇಲೆ ಅದರ ಗುರುತುಹಾಕಿಸಿಕೊಳ್ಳದವರನ್ನೂ ನೋಡಿದೆನು. ಅವರು ಪುನಃ ಜೀವಿತರಾಗಿ ಎದ್ದು ಯೇಸುಕ್ರಿಸ್ತರೊಂದಿಗೆ ಸಾವಿರ ವರ್ಷ ಆಳಿದರು.
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।
5 ಉಳಿದ ಸತ್ತವರು ಆ ಸಾವಿರ ವರ್ಷ ಗತಿಸುವ ತನಕ ಜೀವಿತರಾಗಲಿಲ್ಲ. ಇದೇ ಪ್ರಥಮ ಪುನರುತ್ಥಾನವು.
ଅବଶିଷ୍ଟ ମୃତ ଲୋକମାନେ ସେହି ସହସ୍ର ବର୍ଷ ଶେଷ ନ ହେବା ପର୍ଯ୍ୟନ୍ତ ଜୀବିତ ହେଲେ ନାହିଁ। ଏହା ହିଁ ପ୍ରଥମ ପୁନରୁତ୍ଥାନ।
6 ಪ್ರಥಮ ಪುನರುತ್ಥಾನದಲ್ಲಿ ಸೇರಿರುವವರು ಧನ್ಯರೂ ಪರಿಶುದ್ಧರೂ ಆಗಿದ್ದಾರೆ. ಇಂಥವರ ಮೇಲೆ ಎರಡನೆಯ ಮರಣಕ್ಕೆ ಅಧಿಕಾರವಿಲ್ಲ. ಆದರೆ ಅವರು ದೇವರಿಗೂ ಯೇಸುಕ್ರಿಸ್ತರೊಂದಿಗೂ ಯಾಜಕರಾಗಿ ಸೇವೆಸಲ್ಲಿಸುವರು; ಮತ್ತು ಯೇಸುಕ್ರಿಸ್ತರೊಂದಿಗೆ ಸಾವಿರ ವರ್ಷಗಳ ಕಾಲ ಆಳುವರು.
ଯେଉଁମାନେ ପ୍ରଥମ ପୁନରୁତ୍ଥାନର ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର; ସେମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି ଅଧିକାର ନାହିଁ, ବରଂ ସେମାନେ ଈଶ୍ବରଙ୍କ ଓ ଖ୍ରୀଷ୍ଟଙ୍କ ଯାଜକ ହୋଇ ଏକ ହଜାର ବର୍ଷ ପର୍ଯ୍ୟନ୍ତ ତାହାଙ୍କ ସହିତ ରାଜତ୍ୱ କରିବେ।
7 ಆ ಸಾವಿರ ವರ್ಷಗಳು ಗತಿಸಿದ ಮೇಲೆ ಸೈತಾನನಿಗೆ ಅವನ ಸೆರೆಯಿಂದ ಬಿಡುಗಡೆಯಾಗುವುದು.
ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;
8 ಅವನು ಹೊರಗೆ ಬಂದು ಭೂಮಿಯ ನಾಲ್ಕುದಿಕ್ಕುಗಳಲ್ಲಿರುವ ಗೋಗ್ ಮಾಗೋಗ್ ಎಂಬ ರಾಷ್ಟ್ರಗಳನ್ನು ಮೋಸಗೊಳಿಸಿ ಅವರನ್ನು ಯುದ್ಧಕ್ಕೆ ಕೂಡಿಸುವನು. ಅವರ ಸಂಖ್ಯೆಯು ಸಮುದ್ರತೀರದ ಮರಳಿನಷ್ಟಿರುವುದು.
ସେଥିରେ ସେ ପୃଥିବୀର ଚାରି କୋଣରେ ଥିବା ଜାତିସମୂହକୁ, ଅର୍ଥାତ୍‍ ସମୁଦ୍ରର ବାଲୁକା ସଦୃଶ ଅସଂଖ୍ୟ ଯେ ଗୋଗ୍ ଓ ମାଗଗ୍, ସେମାନଙ୍କୁ ଭ୍ରାନ୍ତ କରି ଯୁଦ୍ଧ ନିମନ୍ତେ ଏକତ୍ର କରିବାକୁ ବାହାରିଯିବ।
9 ಅವರು ದೇಶದಲ್ಲೆಲ್ಲಾ ಹರಡಿಕೊಂಡು ಪರಿಶುದ್ಧರ ದಂಡಿಗೂ ಆ ಪ್ರಿಯಪಟ್ಟಣಕ್ಕೂ ಮುತ್ತಿಗೆ ಹಾಕಿದರು. ಆಗ ಪರಲೋಕದಿಂದ ಬೆಂಕಿ ಬಿದ್ದು ಅವರನ್ನು ದಹಿಸಿಬಿಟ್ಟಿತು.
ସେମାନେ ପୃଥିବୀର ପ୍ରଶସ୍ତ ସ୍ଥାନରେ ବିସ୍ତାରିତ ହୋଇ ସାଧୁମାନଙ୍କ ଶିବିର ଓ ପ୍ରିୟତମା ନଗରୀକୁ ବେଷ୍ଟନ କଲେ। ସେତେବେଳେ ସ୍ୱର୍ଗରୁ ଅଗ୍ନି ପଡ଼ି ସେମାନଙ୍କୁ ଗ୍ରାସ କଲା।
10 ಇದಲ್ಲದೆ ಅವರನ್ನು ಮೋಸಗೊಳಿಸಿದ ಪಿಶಾಚನು ಬೆಂಕಿಗಂಧಕಗಳು ಉರಿಯುವ ಕೆರೆಯಲ್ಲಿ ದೊಬ್ಬಲಾಯಿತು. ಅಲ್ಲಿ ಮೃಗವೂ ಸುಳ್ಳು ಪ್ರವಾದಿ ಸಹ ಇದ್ದಾರೆ. ಅವರು ಹಗಲಿರುಳು ಯುಗಯುಗಾಂತರಗಳಲ್ಲಿಯೂ ಯಾತನೆ ಪಡುತ್ತಿರುವರು. (aiōn g165, Limnē Pyr g3041 g4442)
ଯେଉଁ ଶୟତାନ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ। (aiōn g165, Limnē Pyr g3041 g4442)
11 ಆಮೇಲೆ ಬೆಳ್ಳಗಿರುವ ಮಹಾ ಸಿಂಹಾಸನವನ್ನು ಕಂಡೆನು. ಅದರ ಮೇಲೆ ಒಬ್ಬರು ಆಸೀನರಾಗಿದ್ದರು. ಅವರ ಸನ್ನಿಧಿಯಿಂದ ಭೂಮ್ಯಾಕಾಶಗಳು ಓಡಿಹೋಗಿ ಸ್ಥಳ ಕಾಣಿಸದಂತಾದವು.
ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ।
12 ಇದಲ್ಲದೆ ಸತ್ತವರಾದ ಹಿರಿಯರೂ ಕಿರಿಯರೂ ಸಿಂಹಾಸನದ ಎದುರಿಗೆ ನಿಂತಿರುವುದನ್ನೂ ಕಂಡೆನು. ಆಗ ಪುಸ್ತಕಗಳನ್ನು ತೆರೆಯಲಾಯಿತು. ನಿತ್ಯಜೀವ ಪುಸ್ತಕವೆಂಬ ಇನ್ನೊಂದು ಪುಸ್ತಕವನ್ನು ತೆರೆಯಲಾಯಿತು. ಆ ಪುಸ್ತಕಗಳಲ್ಲಿ ಬರೆದಿದ್ದರ ಪ್ರಕಾರ, ಅವರವರ ಕ್ರಿಯೆಗಳಿಗೆ ತಕ್ಕಂತೆ ಸತ್ತವರಿಗೆ ನ್ಯಾಯತೀರ್ಪಾಯಿತು.
ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।
13 ಸಮುದ್ರವು ತನ್ನೊಳಗಿದ್ದ ಸತ್ತವರನ್ನು ಒಪ್ಪಿಸಿತು. ಮೃತ್ಯುವು, ಪಾತಾಳವು ತಮ್ಮಲ್ಲಿದ್ದ ಸತ್ತವರನ್ನು ಒಪ್ಪಿಸಿದವು. ಅವರಲ್ಲಿ ಪ್ರತಿಯೊಬ್ಬನಿಗೆ ಅವನವನ ಕ್ರಿಯೆಗಳ ಪ್ರಕಾರ ನ್ಯಾಯತೀರ್ಪಾಯಿತು. (Hadēs g86)
ସମୁଦ୍ର ଆପଣାର ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲା, ଆଉ ମୃତ୍ୟୁ ଓ ପାତାଳ ସେମାନଙ୍କ ମଧ୍ୟବର୍ତ୍ତୀ ମୃତମାନଙ୍କୁ ସମର୍ପଣ କଲେ; ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ। (Hadēs g86)
14 ಆಮೇಲೆ ಮೃತ್ಯುವೂ ಪಾತಾಳವೂ ಬೆಂಕಿಯ ಕೆರೆಗೆ ದೊಬ್ಬಲಾದವು. ಆ ಬೆಂಕಿಯ ಕೆರೆಯೇ ಎರಡನೆಯ ಮರಣವು. (Hadēs g86, Limnē Pyr g3041 g4442)
ତତ୍ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦରେ ପକାଗଲା। ଏହି ମୃତ୍ୟୁ, ଅର୍ଥାତ୍‍ ଅଗ୍ନିମୟ ହ୍ରଦ, ଦ୍ୱିତୀୟ ମୃତ୍ୟୁ। (Hadēs g86, Limnē Pyr g3041 g4442)
15 ಯಾರ ಹೆಸರು ಜೀವ ಪುಸ್ತಕದಲ್ಲಿ ಬರೆದದ್ದಾಗಿ ಕಾಣಲಿಲ್ಲವೋ ಅವರನ್ನು ಬೆಂಕಿಯ ಕೆರೆಗೆ ದೊಬ್ಬಲಾಯಿತು. (Limnē Pyr g3041 g4442)
ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା। (Limnē Pyr g3041 g4442)

< ಪ್ರಕಟಣೆ 20 >