< 창세기 5 >

1 아담 자손의 계보가 이러하니라 하나님이 사람을 창조하실 때에 하나님의 형상대로 지으시되
ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
2 남자와 여자를 창조하셨고 그들이 창조되던 날에 하나님이 그들에게 복을 주시고 그들의 이름을 사람이라 일컬으셨더라
ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
3 아담이 일백 삼십세에 자기 모양 곧 자기 형상과 같은 아들을 낳아 이름을 셋이라 하였고
ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।
4 아담이 셋을 낳은 후 팔백년을 지내며 자녀를 낳았으며
ଶେଥର ଜନ୍ମ ଉତ୍ତାରେ ଆଦମ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ।
5 그가 구백 삼십세를 향수하고 죽었더라
ଆଦମଙ୍କର ବୟସ ସର୍ବସୁଦ୍ଧା ନଅ ଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।
6 셋은 일백 오세에 에노스를 낳았고
ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;
7 에노스를 낳은 후 팔백 칠년을 지내며 자녀를 낳았으며
ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠ ଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।
8 그가 구백 십이세를 향수하고 죽었더라
ଶେଥର ବୟସ ସର୍ବସୁଦ୍ଧା ନଅ ଶହ ବାର ବର୍ଷ ଥିଲା; ତହୁଁ ସେ ମଲା।
9 에노스는 구십세에 게난을 낳았고
ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା;
10 게난을 낳은 후 팔백 십 오년을 지내며 자녀를 낳았으며
ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠ ଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
11 그가 구백 오세를 향수하고 죽었더라
ଈନୋଶର ବୟସ ସର୍ବସୁଦ୍ଧା ନଅ ଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା।
12 게난은 칠십세에 마할랄렐을 낳았고
କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା;
13 마할랄렐을 낳은 후 팔백 사십년을 지내며 자녀를 낳았으며
ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠ ଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
14 그가 구백 십세를 향수하고 죽었더라
ଆଉ କୟିନାନର ବୟସ ସର୍ବସୁଦ୍ଧା ନଅ ଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।
15 마할랄렐은 육십 오세에 야렛을 낳았고
ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;
16 야렛을 낳은 후 팔백 삼십년을 지내며 자녀를 낳았으며
ଯେରଦ ଜନ୍ମିଲା ଉତ୍ତାରେ ସେ ଆଠ ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
17 그가 팔백 구십 오세를 향수하고 죽었더라
ମହଲଲେଲର ବୟସ ସର୍ବସୁଦ୍ଧା ଆଠ ଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।
18 야렛은 일백 육십 이세에 에녹을 낳았고
ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;
19 에녹을 낳은 후 팔백년을 지내며 자녀를 낳았으며
ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
20 그가 구백 육십 이세를 향수하고 죽었더라
ଯେରଦର ବୟସ ସର୍ବସୁଦ୍ଧା ନଅ ଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।
21 에녹은 육십 오세에 므두셀라를 낳았고
ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;
22 므두셀라를 낳은 후 삼백년을 하나님과 동행하며 자녀를 낳았으며
ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନି ଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
23 그가 삼백 육십 오세를 향수하였더라
ହନୋକଙ୍କର ବୟସ ସର୍ବସୁଦ୍ଧା ତିନି ଶହ ପଞ୍ଚଷଠି ବର୍ଷ ଥିଲା;
24 에녹이 하나님과 동행하더니 하나님이 그를 데려 가시므로 세상에 있지 아니하였더라
ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।
25 므두셀라는 일백 팔십 칠세에 라멕을 낳았고
ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା;
26 라멕을 낳은 후 칠백 팔십 이년을 지내며 자녀를 낳았으며
ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତ ଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
27 그는 구백 육십 구세를 향수하고 죽었더라
ମଥୂଶେଲହର ବୟସ ସର୍ବସୁଦ୍ଧା ନଅ ଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।
28 라멕은 일백 팔십 이세에 아들을 낳고
ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ,
29 이름을 노아라 하여 가로되 `여호와께서 땅을 저주하시므로 수고로이 일하는 우리를 이 아들이 안위하리라' 하였더라
ଯେହେତୁ ସେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।”
30 라멕이 노아를 낳은 후 오백 구십 오년을 지내며 자녀를 낳았으며
ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚ ଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
31 그는 칠백 칠십 칠세를 향수하고 죽었더라
ତାଙ୍କର ବୟସ ସର୍ବସୁଦ୍ଧା ସାତ ଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ।
32 노아가 오백세 된 후에 셈과, 함과, 야벳을 낳았더라
ଆଉ ନୋହଙ୍କୁ ପାଞ୍ଚ ଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ।

< 창세기 5 >