< 열왕기하 15 >
1 이스라엘 왕 여로보암 이십 칠년에 유다 왕 아마샤의 아들 아사랴가 왕이 되니
ଇସ୍ରାଏଲର ରାଜା ଯାରବୀୟାମଙ୍କ ରାଜତ୍ଵର ସତାଇଶ ବର୍ଷରେ ଯିହୁଦାର ରାଜା ଅମତ୍ସୀୟଙ୍କର ପୁତ୍ର ଅସରୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
2 위에 나아갈 때에 나이 십 륙세라 예루살렘에서 오십 이년을 치리하니라 그 모친의 이름은 여골리야라 예루살렘 사람이더라
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଷୋଳ ବର୍ଷ ବୟସ୍କ ହୋଇଥିଲେ; ଆଉ ସେ ଯିରୂଶାଲମରେ ବାବନ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଯିଖଲୀୟା, ସେ ଯିରୂଶାଲମ ନିବାସିନୀ ଥିଲେ।
3 아사랴가 그 부친 아마샤의 모든 행위대로 여호와 보시기에 정직히 행하였으나
ପୁଣି ସେ ଆପଣା ପିତା ଅମତ୍ସୀୟଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ।
4 오직 산당은 제하지 아니하였으므로 백성이 오히려 그 산당에서 제사를 드리며 분향하였고
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
5 여호와께서 왕을 치셨으므로 그 죽는 날까지 문둥이가 되어 별궁에 거하고 왕자 요담이 궁중 일을 다스리며 국민을 치리하였더라
ପୁଣି ସଦାପ୍ରଭୁ ରାଜାଙ୍କୁ ଆଘାତ କଲେ, ତହିଁରେ ସେ ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।
6 아사랴의 남은 사적과 모든 행한 일은 유다 왕 역대지략에 기록되지 아니하였느냐
ଏହି ଅସରୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
7 아사랴가 그 열조와 함께 자매 다윗성에 그 열조와 함께 장사되고 그 아들 요담이 대신하여 왕이 되니라
ଏଥିଉତ୍ତାରେ ଅସରୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ।
8 유다 왕 아사랴의 삼십 팔년에 여로보암의 아들 스가랴가 사마리아에서 이스라엘 왕이 되어 여섯달을 치리하며
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଠତିରିଶି ବର୍ଷରେ ଯାରବୀୟାମଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ।
9 그 열조의 행위대로 여호와 보시기에 악을 행하여 이스라엘로 범죄케 한 느밧의 아들 여로보암의 죄에서 떠나지 아니한지라
ପୁଣି ସେ ଆପଣା ପୂର୍ବପୁରୁଷମାନଙ୍କ ପରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
10 야베스의 아들 살룸이 저를 모반하여 백성앞에서 쳐 죽이고 대신하여 왕이 되니라
ଆଉ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ଓ ଲୋକମାନଙ୍କ ସମ୍ମୁଖରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
11 스가랴의 남은 사적은 이스라엘 왕 역대지략에 기록되니라
ଏହି ଜିଖରୀୟଙ୍କ ଅବଶିଷ୍ଟ ବୃତ୍ତାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
12 여호와께서 예후에게 말씀하여 이르시기를 네 자손이 이스라엘 위를 이어 사대까지 이르리라 하신 그 말씀대로 과연 그렇게 되니라
ସଦାପ୍ରଭୁ ଯେହୂଙ୍କୁ ଏହି କଥା କହିଥିଲେ, ଯଥା, “ତୁମ୍ଭ ପୁତ୍ରମାନେ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଇସ୍ରାଏଲର ସିଂହାସନରେ ଉପବିଷ୍ଟ ହେବେ।” ଆଉ ସେହିପରି ହେଲା।
13 유다 왕 웃시야 삼십 구년에 야베스의 아들 살룸이 사마리아에서 왕이 되어 한 달을 치리하니라
ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ରାଜତ୍ୱ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।
14 가디의 아들 므나헴이 디르사에서부터 사마리아로 올라가서 야베스의 아들 살룸을 거기서 죽이고 대신하여 왕이 되니라
ଆଉ ଗାଦିର ପୁତ୍ର ମନହେମ୍ ତିର୍ସାରୁ ଯାଇ ଶମରୀୟାରେ ଉପସ୍ଥିତ ହେଲେ ଓ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ଙ୍କୁ ଶମରୀୟାରେ ଆଘାତ କରି ବଧ କଲେ, ପୁଣି ତାଙ୍କ ପଦରେ ରାଜ୍ୟ କଲେ।
15 살룸의 남은 사적과 그 모반한 일은 이스라엘 왕 역대지략에 기록되니라
ଏହି ଶଲ୍ଲୁମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଚକ୍ରାନ୍ତ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
16 그 때에 므나헴이 디르사에서 와서 딥사와 그 가운데 있는 모든 사람과 그 사방을 쳤으니 이는 저희가 성문을 열지 아니하였음이라 그러므로 치고 그 가운데 아이 밴 부녀를 갈랐더라
ଏଥିଉତ୍ତାରେ ମନହେମ୍ ତିର୍ସାଠାରୁ, ତିପ୍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିପ୍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ। ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ।
17 유다 왕 아사랴 삼십 구년에 가디의 아들 므나헴이 이스라엘 왕이 되어 사마리아에서 십년을 치리하며
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଗାଦିର ପୁତ୍ର ମନହେମ୍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଶମରୀୟାରେ ଦଶ ବର୍ଷ ରାଜ୍ୟ କଲେ।
18 여호와 보시기에 악을 행하여 이스라엘로 범죄케 한 느밧의 아들 여로보암의 죄에서 평생 떠나지 아니하였더라
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ।
19 앗수르 왕 불이 와서 그 땅을 치려 하매 므나헴이 은 일천 달란트를 불에게 주어서 저로 자기를 도와 주게 함으로 나라를 자기 손에 굳게 세우고자 하여
ଅଶୂରର ରାଜା ପୂଲ୍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ।
20 그 은을 이스라엘 모든 큰 부자에게서 토색하여 각 사람에게 은 오십 세겔씩 내게 하여 앗수르 왕에게 주었더니 이에 앗수르 왕이 돌이키고 그 땅에 머물지 아니하였더라
ପୁଣି ମନହେମ୍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ।
21 므나헴의 남은 사적과 그 모든 행한 일은 이스라엘 왕 역대지략에 기록되지 아니하였느냐
ଏହି ମନହେମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
22 므나헴이 그 열조와 함께 자고 그 아들 브가히야가 대신하여 왕이 되니라
ଏଥିଉତ୍ତାରେ ମନହେମ୍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ପକହୀୟ ତାଙ୍କ ପଦରେ ରାଜ୍ୟ କଲେ।
23 유다 왕 아사랴 오십년에 므나헴의 아들 브가히야가 사마리아에서 이스라엘 왕이 되어 이년을 치리하며
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ପଚାଶ ବର୍ଷରେ ମନହେମ୍ଙ୍କର ପୁତ୍ର ପକହୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
24 여호와 보시기에 악을 행하여 이스라엘로 범죄케 한 느밧의 아들 여로보암의 죄에서 떠나지 아니한지라
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ବିମୁଖ ହେଲେ ନାହିଁ।
25 그 장관 르말랴의 아들 베가가 반역하여 사마리아 왕궁 호위소에서 왕과 아르곱과 아리에를 죽이되 길르앗 사람 오십명으로 더불어 죽이고 대신하여 왕이 되었더라
ଆଉ ରମଲୀୟଙ୍କର ପୁତ୍ର ପେକହ ନାମକ ତାଙ୍କର ସେନାପତି ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କୁ ଓ ତାଙ୍କ ସଙ୍ଗେ ଅର୍ଗୋବ ଓ ଅରୀୟିକୁ ଶମରୀୟାସ୍ଥ ରାଜଗୃହର ଦୁର୍ଗରେ ଆଘାତ କଲେ। ପୁଣି ତାଙ୍କ ସଙ୍ଗେ ପଚାଶ ଜଣ ଗିଲୀୟଦୀୟ ଲୋକ ଥିଲେ; ଆଉ ସେ ତାଙ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
26 브가히야의 남은 사적과 그 모든 행한 일은 이스라엘 왕 역대지략에 기록되니라
ଏହି ପକହୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି।
27 유다 왕 아사랴 오십 이년에 르말랴의 아들 베가가 이스라엘 왕이 되어 사마리아에서 이십년을 치리하며
ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ବାବନ ବର୍ଷରେ ରମଲୀୟଙ୍କର ପୁତ୍ର ପେକହ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି କୋଡ଼ିଏ ବର୍ଷ ରାଜ୍ୟ କଲେ।
28 여호와 보시기에 악을 행하여 이스라엘로 범죄케 한 느밧의 아들 여로보암의 죄에서 떠나지 아니하였더라
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସବୁ ପାପରୁ ସେ ବିମୁଖ ହେଲେ ନାହିଁ।
29 이스라엘 왕 베가 때에 앗수르 왕 디글랏 빌레셀이 와서 이욘과 아벨벳마아가와 야노아와 게데스와 하솔과 길르앗과 갈릴리와 납달리 온 땅을 취하고 그 백성을 사로잡아 앗수르로 옮겼더라
ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲାତ୍-ପିଲେସର୍ ଆସି ଇୟୋନ୍ ଓ ଆବେଲ୍-ବେଥ୍-ମାଖା ଓ ଯାନୋହ ଓ କେଦଶ ଓ ହାସୋର ଓ ଗିଲୀୟଦ ଓ ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ହସ୍ତଗତ କଲା; ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।
30 웃시야의 아들 요담 이십년에 엘라의 아들 호세아가 반역하여 르말랴의 아들 베가를 쳐서 죽이고 대신하여 왕이 되니라
ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍ଙ୍କ ରାଜତ୍ଵର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ।
31 베가의 남은 사적과 그 모든 행한 일은 이스라엘 왕 역대지략에 기록되니라
ଏହି ପେକହଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଇସ୍ରାଏଲର ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ଅଛି।
32 이스라엘 왕 르말랴의 아들 베가 이년에 유다 왕 웃시야의 아들 요담이 왕이 되니
ଇସ୍ରାଏଲର ରାଜା ରମଲୀୟଙ୍କର ପୁତ୍ର ପେକହଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷୀୟଙ୍କର ପୁତ୍ର ଯୋଥମ୍ ରାଜତ୍ୱ କରିବାକୁ ଆରମ୍ଭ କଲେ।
33 위에 나아갈 때에 나이 이십 오세라 예루살렘에서 십 륙년을 치리하니라 그 모친의 이름은 여루사라 사독의 딸이더라
ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଷୋଳ ବର୍ଷ ରାଜ୍ୟ କଲେ। ଆଉ ତାଙ୍କ ମାତାଙ୍କର ନାମ ଯିରୁଶା, ସେ ସାଦୋକର କନ୍ୟା ଥିଲେ।
34 요담이 그 부친 웃시야의 모든 행위대로 여호와 보시기에 정직히 행하였으나
ଯୋଥମ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ; ସେ ଆପଣା ପିତା ଉଷୀୟଙ୍କର ସମସ୍ତ କ୍ରିୟାନୁସାରେ କର୍ମ କଲେ।
35 오직 산당을 제하지 아니하였으므로 백성이 오히려 그 산당에서 제사를 드리며 분향하였더라 요담이 여호와의 전의 윗문을 건축 하니라
ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।
36 요담의 남은 사적과 그 모든 행한 일은 유다 왕 역대지략에 기록되지 아니하였느냐
ଏହି ଯୋଥମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
37 그 때에 여호와께서 비로소 아람 왕 르신과 르말랴의 아들 베가를 보내어 유다를 치게 하셨더라
ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ।
38 요담이 그 열조와 함께 자매 그 조상 다윗성에 열조와 함께 장사되고 그 아들 아하스가 대신하여 왕이 되니라
ଏଥିଉତ୍ତାରେ ଯୋଥମ୍ ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ।