< 전도서 12 >

1 너는 청년의 때 곧 곤고한 날이 이르기 전, 나는 아무 낙이 없다고 할 해가 가깝기 전에 너의 창조자를 기억하라
ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, ଏହିସବୁରେ ମୋହର କିଛି ସୁଖ ନାହିଁ, ସେହି ସବୁ ବର୍ଷ ସନ୍ନିକଟ ହେଉଅଛି।
2 해와 빛과 달과 별들이 어둡기 전에 비 뒤에 구름이 다시 일어나기 전에 그리하라
ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;
3 그런 날에는 집을지키는 자들이 떨 것이며 힘있는 자들이 구부러질 것이며 맷돌질 하는 자들이 적으므로 그칠 것이며 창들로 내어다 보는 자가 어두워질 것이며
ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;
4 길거리 문들이 닫혀질 것이며 맷돌 소리가 적어질 것이며 새의 소리를 인하여 일어날 것이며 음악하는 여자들은 다 쇠하여질 것이며
ଓ ପଥ ଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;
5 그런 자들은 높은 곳을 두려워할 것이며 길에서는 놀랄 것이며 살구나무가 꽃이 필 것이며 메뚜기도 짐이 될 것이며 원욕이 그치리니 이는 사람이 자기 영원한 집으로 돌아가고 조문자들이 거리로 왕래하게 됨이라
ଆହୁରି, ସେମାନେ ଉଚ୍ଚସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
6 은줄이 풀리고 금 그릇이 깨어지고 항아리가 샘 곁에서 깨어지고 바퀴가 우물 위에서 깨어지고
ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;
7 흙은 여전히 땅으로 돌아가고 신은 그 주신 하나님께로 돌아가기 전에 기억하라
ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରିଯିବ।
8 전도자가 가로되 헛되고 헛되도다 모든 것이 헛되도다
ଉପଦେଶକ କହନ୍ତି, ଅସାରର ଅସାର, ସବୁ ହିଁ ଅସାର।
9 전도자가 지혜로움으로 여전히 백성에게 지식을 가르쳤고 또 묵상하고 궁구하여 잠언을 많이 지었으며
ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।
10 전도자가 힘써 아름다운 말을 구하였나니 기록한 것은 정직하여 진리의 말씀이니라
ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।
11 지혜자의 말씀은 찌르는 채찍같고 회중의 스승의 말씀은 잘 박힌못 같으니 다 한 목자의 주신 바니라
ଜ୍ଞାନବାନ‍ର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି।
12 내 아들아 또 경계를 받으라 여러 책을 짓는 것은 끝이 없고 많이 공부하는 것은 몸을 피곤케 하느니라
ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ।
13 일의 결국을 다 들었으니 하나님을 경외하고 그 명령을 지킬지어다 이것이 사람의 본분이니라
ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।
14 하나님은 모든 행위와 모든 은밀한 일을 선악간에 심판하시리라
ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।

< 전도서 12 >