< 욥기 16 >

1 욥이 대답하여 가로되
ଏଥିରେ ଆୟୁବ ଉତ୍ତର କରି କହିଲା,
2 이런 말은 내가 많이 들었나니 너희는 다 번뇌케 하는 안위자로 구나
“ମୁଁ ଏପରି ଅନେକ କଥା ଶୁଣିଅଛି; ତୁମ୍ଭେ ସମସ୍ତେ ଦୁଃଖଦାୟକ ସାନ୍ତ୍ୱନାକାରୀ ଅଟ।
3 허망한 말이 어찌 끝이 있으랴 네가 무엇에 격동되어 이같이 대답하는고
ଅସାର କଥାରେ କି ଶେଷ ଥାଏ? ଉତ୍ତର ଦେବା ପାଇଁ ତୁମ୍ଭକୁ କେଉଁ କଥା ଉତ୍ତେଜିତ କରୁଅଛି?
4 나도 너희처럼 말할 수 있나니 가령 너희 마음이 내 마음 자리에 있다 하자 나도 말을 지어 너희를 치며 너희를 향하여 머리를 흔들 수 있느니라
ମୁଁ ମଧ୍ୟ ତୁମ୍ଭମାନଙ୍କ ପରି କହି ପାରନ୍ତି; ଯଦି ତୁମ୍ଭମାନଙ୍କ ପ୍ରାଣ ମୋର ପ୍ରାଣର ଅବସ୍ଥାରେ ଥାʼନ୍ତା, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ବାକ୍ୟମାଳା ଏକତ୍ର ଖଞ୍ଜି ପାରନ୍ତି ଓ ତୁମ୍ଭମାନଙ୍କ ପ୍ରତି ଆପଣା ମୁଣ୍ଡ ହଲାଇ ପାରନ୍ତି।
5 그래도 입으로 너희를 강하게 하며 입술의 위로로 너희의 근심을 풀었으리라
ମାତ୍ର ମୁଁ ଆପଣା ମୁଖରେ ତୁମ୍ଭମାନଙ୍କୁ ସବଳ କରନ୍ତି ଓ ମୋʼ ଓଷ୍ଠାଧରର ସାନ୍ତ୍ୱନା ତୁମ୍ଭମାନଙ୍କ ଦୁଃଖରେ ଉପଶମ କରନ୍ତା।
6 내가 말하여도 내 근심이 풀리지 아니하나니 잠잠한들 어찌 평안하랴
ମୁଁ କଥା କହିଲେ ହେଁ ମୋʼ ଦୁଃଖର ଉପଶମ ହେଉ ନାହିଁ; ମୁଁ ନୀରବ ହେଲେ ହେଁ ମୋହର ଆରାମ ହୁଏ ନାହିଁ।
7 이제 주께서 나를 곤고케 하시고 나의 무리를 패괴케 하셨나이다
ମାତ୍ର ସେ ଏବେ ମୋତେ କ୍ଳାନ୍ତ କରିଅଛନ୍ତି; ତୁମ୍ଭେ ମୋହର ସକଳ ସଙ୍ଗୀଦଳ ଶୂନ୍ୟ କରିଅଛ।
8 주께서 나를 시들게 하셨으니 이는 나를 향하여 증거를 삼으심이라 나의 파리한 모양이 일어나서 대면하여 나의 죄를 증거하나이다
ପୁଣି, ତୁମ୍ଭେ ମୋତେ ଦୃଢ଼ କରି ଧରିଅଛ, ଏହା ମୋର ପ୍ରତିକୂଳରେ ସାକ୍ଷୀ ହୁଏ; ଆଉ, ମୋʼ କ୍ଷୀଣତା ମୋʼ ପ୍ରତିକୂଳରେ ଉଠି ମୋʼ ମୁଖ ଆଗରେ ସାକ୍ଷ୍ୟ ଦିଏ।
9 그는 진노하사 나를 찢고 군박하시며 나를 향하여 이를 갈고 대적이 되어 뾰족한 눈으로 나를 보시고
ସେ ନିଜ କୋପରେ ମୋତେ ବିଦୀର୍ଣ୍ଣ ଓ ତାଡ଼ନା କରିଅଛନ୍ତି; ସେ ମୋʼ ଉପରେ ଦନ୍ତ କଡ଼ମଡ଼ କରିଅଛନ୍ତି; ମୋହର ବିପକ୍ଷ ମୋʼ ଉପରେ ଆପଣା ଚକ୍ଷୁ ତୀବ୍ର କରିଅଛି।
10 무리들은 나를 향하여 입을 벌리며 나를 천대하여 뺨을 치며 함께 모여 나를 대적하는구나
ସେମାନେ ମୋʼ ଉପରେ ଆପଣା ଆପଣା ମୁଖ ମେଲା କରିଅଛନ୍ତି; ସେମାନେ ଧିକ୍କାରପୂର୍ବକ ମୋʼ ଗାଲରେ ମାରିଅଛନ୍ତି; ସେମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି।
11 하나님이 나를 경건치 않은 자에게 붙이시며 악인의 손에 던지셨구나
ପରମେଶ୍ୱର ମୋତେ ଅଧାର୍ମିକମାନଙ୍କ ନିକଟରେ ସମର୍ପଣ କରନ୍ତି ଓ ମୋତେ ଦୁଷ୍ଟମାନଙ୍କ ହସ୍ତରେ ପକାଇ ଦିଅନ୍ତି।
12 내가 평안하더니 그가 나를 꺾으시며 내 목을 잡아던져 나를 부숴뜨리시며 나를 세워 과녁을 삼으시고
ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋʼ ବେକ ଧରି ମୋତେ କଚାଡ଼ି ଖଣ୍ଡ ଖଣ୍ଡ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି।
13 그 살로 나를 사방으로 쏘아 인정 없이 내 허리를 뚫고 내 쓸개로 땅에 흘러나오게 하시는구나
ତାହାଙ୍କ ଧନୁର୍ଦ୍ଧରମାନେ ମୋତେ ଚାରିଆଡ଼େ ଘେରିଅଛନ୍ତି, ସେ ମୋହର ବୃକକ୍ ବିଦୀର୍ଣ୍ଣ କରନ୍ତି ଓ ଦୟା କରନ୍ତି ନାହିଁ; ସେ ମୋହର ପିତ୍ତ ଭୂମିରେ ଢାଳନ୍ତି।
14 그가 나를 꺾고 다시 꺾고 용사 같이 내게 달려드시니
ସେ ମୋତେ ଭାଙ୍ଗିଭାଙ୍ଗି ଭାଙ୍ଗି ପକାନ୍ତି; ସେ ବୀର ପରି ମୋର ଉପରକୁ ଧାଇଁ ଆସନ୍ତି।
15 내가 굵은 베를 꿰어매어 내 피부에 덮고 내 뿔을 티끌에 더럽혔구나
ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି।
16 내 얼굴은 울음으로 붉었고 내 눈꺼풀에는 죽음의 그늘이 있구나
ରୋଦନରେ ମୋହର ମୁଖ ବିକୃତ ହୋଇଅଛି ଓ ମୃତ୍ୟୁଚ୍ଛାୟା ମୋʼ ଚକ୍ଷୁର ପତା ଉପରେ ଅଛି।
17 그러나 내 손에는 포학이 없고 나의 기도는 정결하니라
ତଥାପି ମୋʼ ହସ୍ତରେ ଦୌରାତ୍ମ୍ୟ ନାହିଁ ଓ ମୋହର ପ୍ରାର୍ଥନା ନିର୍ମଳ।
18 땅아 내 피를 가리우지 말라 나의 부르짖음으로 쉴 곳이 없게 되기를 원하노라
ଗୋ ପୃଥିବୀ, ମୋହର ରକ୍ତ ଆଚ୍ଛାଦନ କର ନାହିଁ ଓ ମୋହର କ୍ରନ୍ଦନ କୌଣସି ବିଶ୍ରାମ-ସ୍ଥାନ ନ ପାଉ।
19 지금 나의 증인이 하늘에 계시고 나의 보인이 높은 데 계시니라
ଏବେ ମଧ୍ୟ ଦେଖ, ମୋହର ସାକ୍ଷୀ ସ୍ୱର୍ଗରେ ଅଛନ୍ତି ଓ ମୋʼ ପକ୍ଷରେ ପ୍ରମାଣଦାତା ସ୍ୱର୍ଗରେ ଅଛନ୍ତି।
20 나의 친구는 나를 조롱하나 내 눈은 하나님을 향하여 눈물을 흘리고
ମୋʼ ମିତ୍ରଗଣ ମୋତେ ତୁଚ୍ଛ କରନ୍ତି; ମାତ୍ର ମୋହର ଚକ୍ଷୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋତକ ଢାଳେ;
21 사람과 하나님 사이에와 인자와 그 이웃 사이에 변백하시기를 원하노니
ଯେପରି ସେ ପରମେଶ୍ୱରଙ୍କ ନିକଟରେ ମନୁଷ୍ୟର ଓ ପ୍ରତିବାସୀ ନିକଟରେ ମନୁଷ୍ୟପୁତ୍ରର ନ୍ୟାୟ ରକ୍ଷା କରିବେ।
22 수 년이 지나면 나는 돌아오지 못할 길로 갈 것임이니라
କାରଣ ଅଳ୍ପ ବର୍ଷ ଗତ ହେଲେ ଯେଉଁ ପଥରେ ଯାଇ ମୁଁ ଫେରି ଆସିବି ନାହିଁ, ସେହି ପଥରେ ମୁଁ ଯିବି।

< 욥기 16 >