< 욥기 42 >

1 욥이 여호와께 대답하여 가로되
ଏଥିଉତ୍ତାରେ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା,
2 주께서는 무소불능하시오며 무슨 경영이든지 못 이루실 것이 없는줄 아오니
“ହେ ସଦାପ୍ରଭୁ, ମୁଁ ଜାଣେ ଯେ, ତୁମ୍ଭେ ସବୁ କରିପାର ଓ ତୁମ୍ଭର କୌଣସି ସଂକଳ୍ପ ନିବାରଣ କରାଯାଇ ନ ପାରେ।
3 무지한 말로 이치를 가리우는 자가 누구니이까 내가 스스로 깨달을 수 없는 일을 말하였고 스스로 알 수 없고 헤아리기 어려운 일을 말하였나이다
‘ଜ୍ଞାନ ବିନା ମନ୍ତ୍ରଣା ଗୋପନକାରୀ ଏ କିଏ?’ ସତ୍ୟ, ମୁଁ ଯାହା ବୁଝିଲି ନାହିଁ, ଯେଉଁ ଅତି ଆଶ୍ଚର୍ଯ୍ୟ କଥା ଜାଣିଲି ନାହିଁ, ତାହା ହିଁ କହିଅଛି।
4 내가 말하겠사오니 주여 들으시고 내가 주께 묻겠사오니 주여 내게 알게 하옵소서
ବିନୟ କରୁଅଛି, ‘ଶୁଣ, ମୁଁ କଥା କହିବି; ମୁଁ ତୁମ୍ଭଙ୍କୁ ପ୍ରଶ୍ନ କରିବି, ଆଉ ତୁମ୍ଭେ ମୋତେ ବୁଝାଇ ଦିଅ।’
5 내가 주께 대하여 귀로 듣기만 하였삽더니 이제는 눈으로 주를 뵈옵나이다
ମୁଁ କର୍ଣ୍ଣରେ ତୁମ୍ଭ ବିଷୟ ଶୁଣିଥିଲି; ମାତ୍ର ଏବେ ମୋହର ଚକ୍ଷୁ ତୁମ୍ଭଙ୍କୁ ଦେଖୁଅଛି,
6 그러므로 내가 스스로 한하고 티끌과 재 가운데서 회개하나이다
ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।”
7 여호와께서 욥에게 이 말씀을 하신 후에 데만 사람 엘리바스에게 이르시되 내가 너와 네 두 친구에게 노하나니 이는 너희가 나를 가리켜 말한 것이 내 종 욥의 말 같이 정당하지 못함이니라
ସଦାପ୍ରଭୁ ଆୟୁବକୁ ଏହିସବୁ କଥା କହିଲା ଉତ୍ତାରେ, ସଦାପ୍ରଭୁ ତୈମନୀୟ ଇଲୀଫସ୍‍କୁ କହିଲେ, “ତୁମ୍ଭ ପ୍ରତି ଓ ତୁମ୍ଭର ଦୁଇ ମିତ୍ର ପ୍ରତି ଆମ୍ଭର କୋପ ପ୍ରଜ୍ୱଳିତ ହୋଇଅଛି; କାରଣ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।
8 그런즉 너희는 수송아지 일곱과 수양 일곱을 취하여 내 종 욥에게 가서 너희를 위하여 번제를 드리라 내 종 욥이 너희를 위하여 기도할 것인즉 내가 그를 기쁘게 받으리니 너희의 우매한대로 너희에게 갚지 아니하리라 이는 너희가 나를 가리켜 말한 것이 내 종 욥의 말같이 정당하지 못함이니라
ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”
9 이에 데만 사람 엘리바스와 수아 사람 빌닷과 나아마 사람 소발이 가서 여호와께서 자기들에게 명하신 대로 행하니라 여호와께서 욥을 기쁘게 받으셨더라
ତହିଁରେ ତୈମନୀୟ ଇଲୀଫସ୍‍ ଓ ଶୂହୀୟ ବିଲ୍‍ଦଦ୍‍ ଓ ନାମାଥୀୟ ସୋଫର ଯାଇ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ଗ୍ରାହ୍ୟ କଲେ।
10 욥이 그 벗들을 위하여 빌매 여호와께서 욥의 곤경을 돌이키시고 욥에게 그전 소유보다 갑절이나 주신지라
ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ।
11 이에 그의 모든 형제와 자매와 및 전에 알던 자들이 다와서 그 집에서 그와 함께 식물을 먹고 여호와께서 그에게 내리신 모든 재앙에 대하여 그를 위하여 슬퍼하며 위로하고 각각 금 한 조각과 금고리 하나씩 주었더라
ତହିଁରେ ଆୟୁବର ସମସ୍ତ ଭ୍ରାତା ଓ ସମସ୍ତ ଭଗିନୀ ଓ ତାହାର ପୂର୍ବ ପରିଚିତ ସମସ୍ତେ ତାହା ନିକଟକୁ ଆସି ତାହାର ଗୃହରେ ତାହା ସଙ୍ଗେ ଭୋଜନ କଲେ; ଆଉ, ସଦାପ୍ରଭୁ ତାହା ଉପରେ ଯେସବୁ ବିପଦ ଘଟାଇଥିଲେ, ତହିଁ ସକାଶୁ ସେମାନେ ଦୁଃଖ ପ୍ରକାଶ କରି ତାହାକୁ ସାନ୍ତ୍ୱନା କଲେ; ମଧ୍ୟ ପ୍ରତ୍ୟେକ ଲୋକ ଏକ ଏକ କସୀତା ମୁଦ୍ରା ଓ ପ୍ରତ୍ୟେକେ ଏକ ଏକ ସୁବର୍ଣ୍ଣ ମୁଦ୍ରିକା ଦେଲେ।
12 여호와께서 욥의 모년에 복을 주사 처음 복보다 더하게 하시니 그가 양 일만 사천과 약대 육천과 소 일천 겨리와 암나귀 일천을 두었고
ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ।
13 또 아들 일곱과 딸 셋을 낳았으며
ମଧ୍ୟ ତାହାର ସାତ ପୁତ୍ର ଓ ତିନି କନ୍ୟା ଜନ୍ମିଲେ।
14 그가 첫째 딸은 여미마라 이름하였고 둘째 딸은 긋시아라 이름하였고 세째 딸은 게렌합북이라 이름하였으며
ପୁଣି, ସେ ପ୍ରଥମ କନ୍ୟାର ନାମ ଯିମୀମା ଓ ଦ୍ୱିତୀୟାର ନାମ କତ୍ସୀୟା ଓ ତୃତୀୟାର ନାମ କେରଣ-ହପ୍‍ପୁକ୍‍ ଦେଲା।
15 전국 중에 욥의 딸들처럼 아리따운 여자가 없었더라 그 아비가 그들에게 그 오라비처럼 산업을 주었더라
ସାରା ଦେଶରେ କୌଣସି ସ୍ତ୍ରୀ ଆୟୁବର କନ୍ୟାମାନଙ୍କ ପରି ରୂପବତୀ ନ ଥିଲେ; ଆଉ, ସେମାନଙ୍କ ପିତା ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଅଧିକାର ଦେଲା।
16 그 후에 욥이 일백 사십년을 살며 아들과 손자 사대를 보았고
ପୁଣି, ଏଥିଉତ୍ତାରେ ଆୟୁବ ଏକ ଶହ ଚାଳିଶ ବର୍ଷ ବଞ୍ଚି ଚାରି ପିଢ଼ି ପର୍ଯ୍ୟନ୍ତ ଆପଣାର ପୁତ୍ରପୌତ୍ରମାନଙ୍କୁ ଦେଖିଲା।
17 나이 늙고 기한이 차서 죽었더라
ଏହିରୂପେ ଆୟୁବ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲା।

< 욥기 42 >