< 시편 115 >

1 여호와여, 영광을 우리에게 돌리지 마옵소서 우리에게 돌리지 마옵소서 오직 주의 인자하심과 진실하심을 인하여 주의 이름에 돌리옵소서
ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ନୁହେଁ, ଆମ୍ଭମାନଙ୍କୁ ନୁହେଁ, ମାତ୍ର ତୁମ୍ଭ ଦୟା ଓ ତୁମ୍ଭ ସତ୍ୟତା ସକାଶେ ଆପଣା ନାମକୁ ଗୌରବାନ୍ୱିତ କର।
2 어찌하여 열방으로 저희 하나님이 이제 어디 있느냐? 말하게 하리이까
“ଏବେ ସେମାନଙ୍କର ପରମେଶ୍ୱର କାହାନ୍ତି,” ଏହା ଅନ୍ୟ ଦେଶୀୟମାନେ କାହିଁକି କହିବେ?
3 오직 우리 하나님은 하늘에 계셔서 원하시는 모든 것을 행하셨나이다
ମାତ୍ର ଆମ୍ଭମାନଙ୍କ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି; ଯାହା ତାହାଙ୍କର ଇଚ୍ଛା, ତାହା ସେ କରିଅଛନ୍ତି।
4 저희 우상은 은과 금이요 사람의 수공물이라
ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
5 입이 있어도 말하지 못하며 눈이 있어도 보지 못하며
ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ; ଚକ୍ଷୁ ସେମାନଙ୍କର ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ।
6 귀가 있어도 듣지 못하며 코가 있어도 맡지 못하며
ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; ନାସିକା ସେମାନଙ୍କର ଅଛି, ମାତ୍ର ସେମାନେ ଆଘ୍ରାଣ କରନ୍ତି ନାହିଁ;
7 손이 있어도 만지지 못하며 발이 있어도 걷지 못하며 목구멍으로 소리도 못하느니라
ସେମାନଙ୍କର ହସ୍ତ ଅଛି, ମାତ୍ର ସେମାନେ ସ୍ପର୍ଶ କରନ୍ତି ନାହିଁ; ଚରଣ ସେମାନଙ୍କର ଅଛି, ମାତ୍ର ସେମାନେ ଗମନ କରନ୍ତି ନାହିଁ; କିଅବା କଣ୍ଠରେ ସେମାନେ କଥା କହନ୍ତି ନାହିଁ।
8 우상을 만드는 자와 그것을 의지하는 자가 다 그와 같으리로다
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀମାନେ ସେମାନଙ୍କ ତୁଲ୍ୟ ହେବେ।
9 이스라엘아, 여호와를 의지하라! 그는 너희 도움이시요 너희 방패시로다
ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
10 아론의 집이여, 여호와를 의지하라! 그는 너희 도움이시요 너희 방패시로다
ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
11 여호와를 경외하는 너희는 여호와를 의지하라! 그는 너희 도움이시요 너희 방패시로다
ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ନିର୍ଭର କର; ସେ ସେମାନଙ୍କର ସହାୟ ଓ ସେମାନଙ୍କର ଢାଲ।
12 여호와께서 우리를 생각하사 복을 주시되 이스라엘 집에도 복을 주시고 아론의 집에도 복을 주시며
ସଦାପ୍ରଭୁ ଆମ୍ଭମାନଙ୍କ ବିଷୟରେ ମନୋଯୋଗୀ ହୋଇଅଛନ୍ତି; ସେ ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ସେ ଇସ୍ରାଏଲ ବଂଶକୁ ଆଶୀର୍ବାଦ କରିବେ; ସେ ହାରୋଣ-ବଂଶକୁ ଆଶୀର୍ବାଦ କରିବେ।
13 대소 무론하고 여호와를 경외하는 자에게 복을 주시리로다
ସେ ସଦାପ୍ରଭୁଙ୍କ ଭୟକାରୀ ସାନ ଓ ବଡ଼ ସମସ୍ତଙ୍କୁ ଆଶୀର୍ବାଦ କରିବେ।
14 여호와께서 너희 곧 너희와 또 너희 자손을 더욱 번창케 하시기를 원하노라
ସଦାପ୍ରଭୁ ତୁମ୍ଭମାନଙ୍କୁ, ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ସନ୍ତାନଗଣକୁ ଆହୁରି ଆହୁରି ବୃଦ୍ଧି କରନ୍ତୁ।
15 너희는 천지를 지으신 여호와께 복을 받는자로다!
ତୁମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଆଶୀର୍ବାଦ-ପାତ୍ର ଅଟ।
16 하늘은 여호와의 하늘이라도 땅은 인생에게 주셨도다
ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।
17 죽은 자가 여호와를 찬양하지 못하나니 적막한 데 내려가는 아무도 못하리로다
ମୃତମାନେ, କିଅବା ଯେଉଁମାନେ ନୀରବ ସ୍ଥାନରେ ଅବରୋହଣ କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ;
18 우리는 이제부터 영원까지 여호와를 송축하리로다 할렐루야!
ମାତ୍ର ଆମ୍ଭେମାନେ ଆଜିଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଧନ୍ୟବାଦ କରିବା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

< 시편 115 >